କଂଗ୍ରେସ ଛାଡିବେ କି ମୋକିମ? ଭକ୍ତଙ୍କୁ କଲେ ଖୋଲା ଚ୍ୟାଲେଞ୍ଜ, ସୋନିଆଙ୍କୁ ଚିଠି ଲେଖି କହିଲେ…

ଭୁବନେଶ୍ୱର,୧୦।୧୨: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ଖୋଲା ଚ୍ୟାଲେଞ୍ଜ କରିଛନ୍ତି ନେଇ ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା ମୋକିମ। ସୋନିଆଙ୍କୁ ଚିଠି ଲେଖି ଅସନ୍ତୋଷ ମହମ୍ମଦ ମୋକିମ ଅସନ୍ତୋଷ ଝାଡିଛନ୍ତି। ମୋକିମ କହିଛନ୍ତି, ୩ ଥର ଲୋକସଭା ନିର୍ବାଚନ ହାରିଥିବା ଭକ୍ତଙ୍କୁ ୨୦୨୫ରେ ନେତୃତ୍ୱ ମିଳିଛି। ତାଙ୍କର ବ୍ୟକ୍ତିଗତ ବିଚାରଧାରା ଆମ ଠାରୁ ପୂରା ଅଲଗା। ଜୟପ୍ରକାଶଙ୍କ ଆନ୍ଦୋଳନ ବେଳେ ସେ ଗାନ୍ଧି ପରିବାରକୁ ସମାଲୋଚନା କରିଥିଲେ।ସେ ଓ ତାଙ୍କ ପୁଅ କୋଶଳ ଆନ୍ଦୋଳନକୁ ସମର୍ଥନ କରିବା ଚିନ୍ତାଜନକ।ନୂଆପଡ଼ା ଉପନିର୍ବାଚନରେ କଂଗ୍ରେସ ତାଙ୍କ ନେତୃତ୍ୱରେ ୮୩ ହଜାର ଭୋଟରେ ହାରିଛି। ନୂଆପଡ଼ା ତାଙ୍କ ସଂସଦୀୟ କ୍ଷେତ୍ର ହୋଇଥିଲେ ବି ପ୍ରଦର୍ଶନ ନିରାଶାଜନକ। ନିଜ ସଂସଦୀୟ କ୍ଷେତ୍ର ବିଶ୍ବାସ କରୁନି, କର୍ମୀ ବିଶ୍ବାସ ନକରିବା ସ୍ବାଭାବିକ। ସେ ଓଡ଼ିଶାରେ କଂଗ୍ରେସକୁ ନେତୃତ୍ୱ ଦେବା ଅସମ୍ଭବ ବ୍ୟାପାର।

କେବଳ ଏତିକି ନୁହେଁ ପୂର୍ବତନ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଦକ୍ଷତାକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଛନ୍ତି। ଶରତଙ୍କ ନେତୃତ୍ୱରେ ୨୦୨୪ରେ କଂଗ୍ରେସ ସର୍ବନିମ୍ନ ୧୩% ଭୋଟ ପାଇଲା। ନିଜେ ଶରତ ପଟ୍ଟନାୟକ ନିର୍ବାଚନରେ ଅମାନତ ହରାଇଲେ। ଆଜିକା ଦିନରେ କଂଗ୍ରେସକୁ ପୁନର୍ଜୀବନ ଦରକାର। ପାରଦର୍ଶିତା ଓ ଯୋଗ୍ୟତା ଆଧାରରେ ନିଯୁକ୍ତି ସହ ଯୁବ ନେତୃତ୍ୱ ଦରକାର ବୋଲି ମୋକିମ କହିଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସଭା ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ହଟଚମଟ: ଭାଜପା ଉପରେ ବଡ ଅଭିଯୋଗ ଲଗାଇଲେ ଡି.କେ. ଶିବକୁମାର

ବେଙ୍ଗାଲୁରୁ,୧୫।୩: ରାଜ୍ୟସଭା ନିର୍ବାଚନ ପୂର୍ବରୁ ଓଡ଼ିଶା କଂଗ୍ରେସ ଶିବିରରେ କମ୍ପନ। ବିଧାୟକଙ୍କୁ କିଣିବା ପାଇଁ ବଡ଼ ଧରଣର ପ୍ରୟାସ ହେଉଥିବା ଅଭିଯୋଗ ଆଣିଛନ୍ତି କର୍ଣ୍ଣାଟକ ଉପ-ମୁଖ୍ୟମନ୍ତ୍ରୀ ଡି.କେ.…

ମୃତ୍ୟୁ ଗୁଜବକୁ ନେତନ୍ୟାହୁଙ୍କ ଜବାବ: କହିଲେ “ମୁଁ କଫି ପାଇଁ ମରିବାକୁ ପ୍ରସ୍ତୁତ”

ନୂଆଦିଲ୍ଲୀ,୧୫।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତନ୍ୟାହୁଙ୍କ ମୃତ୍ୟୁକୁ ନେଇ ଚାଲିଥିବା ଗୁଜବ ଉପରେ ପଡିଛି ପୂର୍ଣ୍ଣଚ୍ଛେଦ। ଏକ ନୂଆ ଭିଡିଓ ଜାରି କରି ନେତନ୍ୟାହୁ ଇରାନକୁ ଚମତ୍କାର…

ଜିଲାପାଳଙ୍କ ନିର୍ଦ୍ଦେଶ ପରେ ତତ୍ପର ହେଲା ଯୋଗାଣ ବିଭାଗ, ଗୋଟିଏ ଘରୁ ଜବତ ହେଲା ୨୧ ଗ୍ୟାସ ସିଲିଣ୍ଡର

ବରଗଡ଼,୧୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରନ୍ଧନ ଗ୍ୟାସର କଳାବଜାର ଚାଲିଥିବା ଅଭିଯୋଗ ହୋଇଛି। ତେବେ ଏଭଳି କଳାବଜାର ଉପରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଜିଲାପାଳ ଆଦିତ୍ୟ ଗୋୟଲ…

କଳିଙ୍ଗା ଘାଟିରେ କୁଆପଥର ବର୍ଷା, କିଛି ସମୟ ପାଇଁ ଠପ୍ ହେଲା ଯାତାୟତ

ଭଞ୍ଜନଗର,୧୫ା୩(ବାବୁଲା ପ୍ରଧାନ): ଗଞ୍ଜାମ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ଅଞ୍ଚଳରେ ରବିବାର ଦିନବେଳା କୁଆପଥର ସହ ପ୍ରବଳ ବର୍ଷା ହୋଇଛି । ପ୍ରାୟ ୨…

ଅବକାରୀ ରେଞ୍ଜ ପକ୍ଷରୁ ଚଢ଼ାଉ; ଦେଶୀରନ୍ଧା ମଦ- ମହୁଲ ଫୁଲ ଜବତ, ୩ ଗିରଫ

ବଞ୍ଚୋ,୧୫ା୩(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ଉପଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲା ଅବକାରୀ ଅଧିକ୍ଷକଙ୍କ ତତ୍ତ୍ବାବଧନରେ ଆନନ୍ଦପୁର ଅବକାରୀ ରେଞ୍ଜ ପକ୍ଷରୁ ଚଢ଼ାଉ କରାଯାଇଛି । ଅବକାରୀ ନିରୀକ୍ଷକ…

ଗାଙ୍ଗଦହଣୀରେ ଅଗ୍ନିକାଣ୍ଡ ଘଟି ଗୋଟିଏ ପରିବାର ଛାରଖାର, ଘରେ କେହି ନଥିବା ବେଳେ…

ପୁରୁଷୋତ୍ତମପୁର,୧୫ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଗାଙ୍ଗଦହଣୀ ଗ୍ରାମ ପଞ୍ଚାୟତ ଧୋବା ସାହିରେ ଅଗ୍ନିକାଣ୍ଡ । ରବିବାର ଅଭି ସେଠୀଙ୍କ ଘରେ ନିଆଁ ଲାଗି…

ରାଜ୍ୟସ୍ତରୀୟ ଡୁମାଳ ମହାସଭା ଆରମ୍ଭ, ଯୋଗଦେଲେ ୧୧ଜିଲାର ପ୍ରତିନିଧି

ଭେଡେନ,୧୫।୩(ହୃଷୀକେଶ ଖମାରୀ): ବରଗଡ ଜିଲା ଭେଡେନ ବ୍ଲକ ପପଙ୍ଗାଠାରେ ରବିବାରରୁ ରାଜ୍ୟସ୍ତରୀୟ ଡୁମାଳ ମହାସଭା ଆରମ୍ଭ ହୋଇଥିବା ବେଳେ ସୋମବାର ପର୍ଯ୍ୟନ୍ତ ଏହି ମହାସଭା ଚାଲିବ। ଏହି…

ଓଲଟିଲା ଚାଉଳ ବୋଝେଇ ପିକ୍ଅପ୍ ଭ୍ୟାନ୍, ୩ମୃତ ୬ ଆହତ

ବିଷମକଟକ,୧୫।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ଥାନା ଅନ୍ତର୍ଗତ ଡୁକୁମ୍ ଗ୍ରାମ ପଞ୍ଚାୟତର କାଚାପାଜୁ ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ରବିବାର ବିଳମ୍ବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri