Posted inଜାତୀୟ

କଂଗ୍ରେସ ସହ ବିଲୟ ହେବ କି NCP-SP: ଶରଦ ପାଓ୍ବାର ଦେଲେ ବଡ଼ ବୟାନ

ପୁଣେ,୨।୭: ମହାରାଷ୍ଟ୍ର ରାଜନୀତି ସମ୍ପର୍କରେ ଏକ ବଡ଼ ଖବର ଆସିଛି। ଶରଦ ପାୱାର କଂଗ୍ରେସ ସହିତ NCP-SP ର ମିଶ୍ରଣ ସମ୍ପର୍କରେ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। NCP ର ମୁଖ୍ୟ ଶରଦ ତାଙ୍କ ଦଳ କଂଗ୍ରେସ ସହିତ ମିଶ୍ରଣ ହେବାକୁ ଯାଉଥିବା ଦାବିକୁ ଖାରଜ କରିଛନ୍ତି। ସେ ସ୍ପଷ୍ଟ ଭାବରେ କହିଛନ୍ତି ,ତାଙ୍କ ଦଳରେ କୌଣସି ବିଭାଜନ ହେବ ନାହିଁ କିମ୍ବା ଏହା କଂଗ୍ରେସ ସହିତ ମିଶ୍ରଣ ହେବ ନାହିଁ।

ବରିଷ୍ଠ କଂଗ୍ରେସ ନେତା ବିଜୟ ୱାଡେଟିୱାର ପୂର୍ବରୁ ଦାବି କରିଥିଲେ ଯେ, NCP ର ଶରଦ ପାୱାରଙ୍କ ନେତୃତ୍ୱାଧୀନ ଗୋଷ୍ଠୀ ଖୁବ ଶୀଘ୍ର ତାଙ୍କ ଦଳରେ ମିଶ୍ରଣ ହେବ। ଦିଲ୍ଲୀରେ ଦଳର ହାଇକମାଣ୍ଡଙ୍କ ସହିତ ଏ ସମ୍ପର୍କରେ ଆଲୋଚନା ଚାଲିଛି। କିନ୍ତୁ ଶରଦ ପାୱାର ଏବେ ଏପରି ସମସ୍ତ କଳ୍ପନାଜଳ୍ପନାକୁ ଖାରଜ କରିଛନ୍ତି।
ସୂଚନାଯୋଗ୍ୟ, ଶରଦ ପାୱାର ୧୯୯୯ରେ କଂଗ୍ରେସ ଛାଡି ଏକ ପୃଥକ ଦଳ ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି (NCP) ଗଢିଥିଲେ। ୨୦୨୩ରେ NCP ବିଭାଜନ ହୋଇଥିଲା। ଶରଦ ପାୱାରଙ୍କ ଭଣଜା ଅଜିତ ପାୱାର ବିଦ୍ରୋହ କଲେ ଏବଂ ଏନସିପିର ନିୟନ୍ତ୍ରଣ ତାଙ୍କ ହାତରୁ ଚାଲିଗଲା। ପରବର୍ତ୍ତୀ ସମୟରେ ଶରଦ ପାୱାର ଏନସିପି (ଶରଦଚନ୍ଦ୍ର ପାୱାର) ପ୍ରତିଷ୍ଠା କଲେ। ଅଜିତ ପାୱାରଙ୍କ ଏନସିପି ଭାଜପା ନେତୃତ୍ୱାଧୀନ ମହାୟୁତି ମେଣ୍ଟର ଅଂଶ ହୋଇଗଲା। ଶରଦ ପାୱାରଙ୍କ ଏନସିପି ବିରୋଧୀ ଦଳ ମହା ବିକାଶ ଆଗାଡି ସହିତ ମେଣ୍ଟ କଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri