Posted inଜାତୀୟ

କେରଳରେ ଲାଗୁ ହେବ ନାହିଁ ସିଏଏ

ନୂଆଦିଲ୍ଲୀ,୧୪ ।୨: କେରଳରେ ହେବାକୁ ଥିବା ନିର୍ବାଚନ ପୂର୍ବରୁ ନାଗରିକତା ସଂଶୋଧନ ଆଇନ(ସିଏଏ)କୁ ନେଇ ରାଜନୈତିକ ଉଷ୍ମତା ଆରମ୍ଭ ହୋଇଗଲାଣି । ଗୋଟିଏ ପଟେ ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କରୋନା ଟିକାକରଣ ପରେ ଦେଶରେ ସିଏଏ ଲାଗୁ କରିବା କଥା କହିଛନ୍ତି ଅନ୍ୟପଟେ କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ ଏହାକୁ ରାଜ୍ୟରେ ଲାଗୁ ନ କରିବା ଲାଗି ସମ୍ପୂର୍ଣ୍ଣ ଭାବେ ମନା କରି ଦେଇଛନ୍ତି । ସେ କହିଛନ୍ତି କେରଳରେ ସିଏଏ ଲାଗୁ ହେବନାହିଁ । ଯେତେବେଳେ ଅମିତ ଶାହା ସିଏଏ ଲାଗୁ କରିବା କଥା ଉଠାଇଛନ୍ତି ତା’ର ଠିକ୍ ଗୋଟିଏ ଦିନ ପରେ ବିଜୟନଙ୍କ ଏହି ବୟାନ ସାମ୍ନାକୁ ଆସିଛି । ସୂଚନାଯୋଗ୍ୟ, କେରଳରେ ବିଧାନସଭା ନିର୍ବାଚନ ପୂର୍ବରୁ ଲେପ୍ଟ ଡେମୋକ୍ରାଟିକ ଫ୍ରଣ୍ଟର କସରଗୋଡରେ ଯାତ୍ରା ବାହାରୁଥିବା ବେଳେ ସିପିଆଇଏମ୍‌ର ରାଜ୍ୟ ସଚିବ ବିଜୟରାଘବନ ସେଠାରେ ଉପସ୍ଥିତ ଥିଲେ । ଏହି ଯାତ୍ରାକୁ ଗ୍ରୀନ୍ ସିଗନାଲ ଦେବାକୁ ପହଞ୍ଚିଥିବା ମୁଖ୍ୟମନ୍ତ୍ରୀ ବିଜୟନ ସେହିଠାରେ ହିଁ କହିଛନ୍ତି ରାଜ୍ୟରେ ସିଏଏ ଲାଗୁ କରାଯିବ ନାହିଁ । କାରଣ ରାଜ୍ୟ ସରକାରଙ୍କ ମତ ସ୍ପଷ୍ଟ ତେଣୁ ସେ ସିଏଏ ଲାଗୁ କରିବା ସପକ୍ଷରେ ନୁହେଁ ।


Enter your email to get our daily news in your inbox.

All Right Reserved By Dharitri.Com

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ବିବାଦ ପରେ ମୁହଁ ଖୋଲିଲେ ପୂର୍ବତନ ସେନାମୁଖ୍ୟ: ”ଏହା ହିଁ ବହିର…”

ନୂଆଦିଲ୍ଲୀ,୧୦।୨: ନିଜର ଅପ୍ରକାଶିତ ବହିକୁ ନେଇ ବିବାଦ ଜୋର ଧରିବା ପରେ ମୁହଁ ଖୋଲିଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍.ଏମ୍. ନରଭାଣେ। ତାଙ୍କର ଏହି ଆତ୍ମଜୀବନୀ…

ଅନ୍ୟ ରାଜ୍ୟରେ ପ୍ରେମକରି ବିବାହ ପଡ଼ିଲା ମହଙ୍ଗା: ସ୍ତ୍ରୀ ଦୁଇ ଛୁଆଙ୍କୁ ନେଇ ପଳାଇଲେ, ଅନ୍ତିମ ସତ୍କାର ପାଇଁ ବି ଆସିଲେନି…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଗ୍ରାମର କାହ୍ନୁ ଡାକୁଆ (୪୦) ସୋମବାର ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ମତ୍ୟୁପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri