ନୂଆ GSTରେ ଓଡ଼ିଶାକୁ କ’ଣ ମିଳିବ ଲାଭ? ବଡ଼ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର, ୫।୯: ସେପ୍ଟେମ୍ବର ୨୨ରୁ ଦେଶରେ ସାମଗ୍ରୀ ଓ ସେବାଗୁଡ଼ିକ ଉପରେ ଦୁଇଟି ଟିକସ ସ୍ଲାବ ଲଗାଯିବ। ନୂଆଦିଲ୍ଲୀରେ ଚାଲିଥିବା ୫୬ତମ ଜିଏସ୍‌ଟି କାଉନ୍ସିଲ ବୈଠକରେ ବୁଧବାର ରାତିରେ ଏ ସମ୍ପର୍କିତ ପ୍ରସ୍ତାବ ଅନୁମୋଦନ ଲାଭ କରିଛି।

ତେବେ ଦିଲ୍ଲୀ ଗସ୍ତରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ଼ ସୂଚନା ଦେଇ କହିଛନ୍ତି, GST ସଂସ୍କାରରେ ଓଡ଼ିଶା ଲାଭାନ୍ବିତ ହେବ। ବିଶେଷ କରି ମଧ୍ୟବିତ୍ତ ଲୋକେ ଅଧିକ ଉପକୃତ ହେବେ। GST କ୍ଷେତ୍ରରେ ଐତିହାସିକ ପରିବର୍ତ୍ତନ ଆଣିଛନ୍ତି ମୋଦି ସରକାର। କେବଳ ୨ଟି ସ୍ଲାବ କାର୍ଯ୍ୟକାରୀ ଦ୍ବାରା ସମସ୍ତେ ଲାଭବାନ ହେବେ। ଓଡ଼ିଶାରେ ୧୦ ଲକ୍ଷରୁ ଅଧିକ କେନ୍ଦୁପତ୍ର ତୋଳାଳି ଉପକୃତ ହେବେ। କୋଇଲା କ୍ଷେତ୍ରରେ ଓଡ଼ିଶାକୁ ଅଧିକ ଲାଭ ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

କେନ୍ଦୁପତ୍ର ଉପରୁ ଜିଏସ୍‌ଟି ୧୮ ପ୍ରତିଶତରୁ ୫ ପ୍ରତିଶତକୁ ହ୍ରାସ ପାଇଛି । ଏହାଦ୍ବାରା ରାଜ୍ୟର ୨୨ ଜିଲାର ୧୦ ଲକ୍ଷ କେନ୍ଦୁପତ୍ର ତୋଳାଳୀଙ୍କୁ ଅଧିକ ଲାଭ ମିଳିବା ସହ ବିକ୍ରି ବଢିବ । କେବଳ କେନ୍ଦୁପତ୍ର ତୋଳାଳୀ ନୁହନ୍ତି ବରଂ ଜିଏସ୍‌ଟି ସ୍ଲାବରେ ପରିବର୍ତ୍ତନର ବଡ ଲାଭ ପାଇବେ ଚାଷୀ । ବିଭିନ୍ନ କୃଷି ଉପକରଣ, ଔଷଧ ସିଞ୍ଚନକାରୀ ଯନ୍ତ୍ର, ଟ୍ରାକ୍ଟର, ସାରରେ ବ୍ୟବହୃତ କଞ୍ଚାମାଲ ଉପରୁ ଜିଏସଟି ହ୍ରାସ ଦ୍ବାରା ଚାଷୀଙ୍କ ଉପରୁ ଆର୍ଥିକ ବୋଝ ହଟିବ ଓ ଆୟ ବୃଦ୍ଧିରେ ସହାୟକ ହେବ ।

ତଦନୁସାରେ ପୂର୍ବ ବ୍ୟବସ୍ଥାକୁ ଉଚ୍ଛେଦ କରାଯାଇ ୫% ଏବଂ ୧୮% ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ବ୍ୟବସ୍ଥା କରାଯାଇଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସୂଚନା ଦେଇଛନ୍ତି। ଏଥିରୁ ଦେଶର ସାଧାରଣ ନାଗରିକ ଲାଭବାନ ହେବେ। କୃଷକଙ୍କଠାରୁ ନେଇ ଶ୍ରମିକଙ୍କ ପର୍ଯ୍ୟନ୍ତ ଧ୍ୟାନରେ ରଖି ସ୍ଲାବ୍ରେ ଏପରି ହ୍ରାସ କରାଯାଇଥିବା ସୀତାରାମନ କହିଛନ୍ତି। ସମୟର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏଥିରେ ସବୁ ରାଜ୍ୟର ଅର୍ଥମନ୍ତ୍ରୀ ସହମତି ପ୍ରକାଶ କରିଥିବା ପ୍ରାୟ ୧୧ ଘଣ୍ଟାର ମାରାଥନ ବୈଠକରୁ ଜଣାପଡ଼ିଛି। ତେବେ ଏଥିଯୋଗୁ ପ୍ରାୟ ୯୩,୦୦୦ କୋଟି ଟଙ୍କାର ରାଜସ୍ବ ନିଅଣ୍ଟ ହୋଇପାରେ। ରାଜ୍ୟଗୁଡ଼ିକ ସହିବାକୁ ଥିବା ରାଜସ୍ବ କ୍ଷତିର ଭରଣା ଲାଗି କୌଣସି ନିଷ୍ପତ୍ତି ନିଆଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପ୍‌ ବାଟବଣା, ମୁହଁ ମୋଡ଼ୁଛନ୍ତି ନାଟୋ ସହଯୋଗୀ

ନୂଆଦିଲ୍ଲୀ,୧୭।୩: ଇରାନ୍‌ ବିରୋଧରେ ଯୁଦ୍ଧ ଆରମ୍ଭ କରିଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏବେ ବାଟବଣା ହୋଇପଡ଼ିଛନ୍ତି। ସ୍ଥିତି ଏଭଳି ହୋଇଛି , ଟ୍ରମ୍ପ୍‌ ଯୁଦ୍ଧ ବନ୍ଦ…

ଆଫଗାନିସ୍ତାନ କାବୁଲରେ ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ

ନୂଆଦିଲ୍ଲୀ,୧୭।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଜଡିତ ସଂଘର୍ଷ ଯୋଗୁଁ ସମଗ୍ର ବିଶ୍ୱ ଗଭୀର ଚିନ୍ତିତ । ଏହି ବ୍ୟାପକ ସଂଘର୍ଷ ମଧ୍ୟରେ, ପାକିସ୍ତାନ ଏବଂ…

୧୧ କ୍ରସ୍‌ ଭୋଟିଂରେ ଦିଲୀପ ଜିତିଲେ

ଭୁବନେଶ୍ୱର, ୧୭।୪(ସୁନିତ୍‌ ମିଶ୍ର): ଓଡ଼ିଶାର ୪ ରାଜ୍ୟ ସଭା ଆସନରେ ସୋମବାର ଅନୁଷ୍ଠିତ ହୋଇଥିବା ନିର୍ବାଚନରେ କ୍ରସ୍‌ ଭୋଟିଂକୁ ନେଇ ରାଜ୍ୟ ରାଜନୀତି ଜୋର୍‌ ଧରିଛି। କଂଗ୍ରେସର…

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri