୩ ଶହ ୟୁନିଟ୍‌ ପର୍ଯ୍ୟନ୍ତ ମାଗଣା ବିଜୁଳି ଦେବେ କି ସରକାର ? ସ୍ପଷ୍ଟ କଲେ ବିଭାଗୀୟ ମନ୍ତ୍ରୀ

ଭୁବନେଶ୍ୱର,୨୭।୮: ଓଡ଼ିଶାରେ ବିଧାନସଭା ନିର୍ବାଚନ ପୂର୍ବରୁ ତତ୍କାଳୀନ ସରକାର ୧୫୦ ୟୁନିଟ୍‌ ପର୍ଯ୍ୟନ୍ତ ମାଗଣା ବିଜୁଳି ଦେବାକୁ ଘୋଷଣା କରିଥିଲା। ଅନ୍ୟପଟେ ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମାଗଣା ବିଜୁଳି କେନ୍ଦ୍ରୀୟ ଯୋଜନା ଅଧୀନରେ ଛାତ ଉପରେ ସୋଲାର ପ୍ରକଳ୍ପ ସ୍ଥାପନ କରୁଥିବା ଘରଗୁଡ଼ିକୁ ୩୦୦ ୟୁନିଟ୍‌ ପର୍ଯ୍ୟନ୍ତ ବିଲ୍‌ ଦେବାକୁ ପଡିବ ନାହିଁ ବୋଲି ଭାଜପା କହିଥିଲା। ଯାହାକୁ ନେଇ ଏବେ ଦ୍ୱନ୍ଦ୍ୱ ଉପୁଜିବାରୁ ବିଭାଗୀୟ ମନ୍ତ୍ରୀ ସ୍ପଷ୍ଟୀକରଣ ରଖିଛନ୍ତି।

୩୦୦ ୟୁନିଟ୍‌ ପର୍ଯ୍ୟନ୍ତ ମାଗଣା ବିଜୁଳି ଯୋଗାଣ ବ୍ୟବସ୍ଥା ନେଇ କୌଣସି ଘୋଷଣା କରାଯାଇ ନାହିଁ ବୋଲି ଉପମୁଖ୍ୟମନ୍ତ୍ରୀ ତଥା ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ସ୍ପଷ୍ଟ କରିଛନ୍ତି । ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମାଗଣା ବିଜୁଳି କେନ୍ଦ୍ରୀୟ ଯୋଜନା ଅଧୀନରେ ଛାତ ଉପରେ ସୋଲାର ପ୍ରକଳ୍ପ ସ୍ଥାପନ କରୁଥିବା ଘରଗୁଡ଼ିକୁ ୩୦୦ ୟୁନିଟ୍‌ ପର୍ଯ୍ୟନ୍ତ ବିଲ୍‌ ଦେବାକୁ ପଡିବ ନାହିଁ । ଏ ବାବଦରେ କେନ୍ଦ୍ର ସରକାର ୩ କିଲୋୱାଟ୍‌ ପର୍ଯ୍ୟନ୍ତ ସୋଲାର ପ୍ରକଳ୍ପ ସ୍ଥାପନ ପାଇଁ ୭୮ ହଜାର ଟଙ୍କା ରିହାତି ପ୍ରଦାନ କରୁଛନ୍ତି । ଏହି ପ୍ରକଳ୍ପ ଦ୍ୱାରା ମାସିକ ୩୦୦ ୟୁନିଟ୍‌ରୁ ଅଧିକ ବିଜୁଳି ଉତ୍ପାଦିତ ହୋଇପାରିବ । ଏହାଦ୍ୱାରା ଉପଭୋକ୍ତା ଲାଭବାନ୍‌ ହେବେ ବୋଲି ସେ କହିଛନ୍ତି ।

ବରଗଡ ଜିଲାରେ ମାଗଣା ବିଜୁଳି ଶକ୍ତି ଯୋଗାଣ ଆଧାରରେ ଉପଭୋକ୍ତା ବିଜୁଳି ମିଟର ବାହାର କରିଦେଉଥିବା ଜଣାପଡୁଛି ବୋଲି ମନ୍ତ୍ରୀ ସିଂଦେଓ କହିଛନ୍ତି । ତେବେ ଏଭଳି ମିଥ୍ୟାପ୍ରଚାରକୁ ବିଶ୍ୱାସ ନ କରିବାକୁ ସେ ପରାମର୍ଶ ଦେଇଛନ୍ତି । ସେ କହିଛନ୍ତି, ଅଣତାଲିମପ୍ରାପ୍ତ ଲୋକଙ୍କ ଦ୍ୱାରା କରାଯାଉଥିବା ଏଭଳି କାର୍ଯ୍ୟ ବିପଦ ସୃଷ୍ଟି କରିପାରେ । ଏହାଦ୍ୱାରା ସୃଷ୍ଟ ପରିସ୍ଥିତି ପାଇଁ ବିତରକ କମ୍ପାନୀ ଦାୟୀ ରହିବ ନାହିଁ ବୋଲି ମନ୍ତ୍ରୀ ସିଂଦେଓ ସତର୍କ କରାଇଦେଇଛନ୍ତି । ମିଟର ବଦଳାଇବା ପାଇଁ ସ୍ୱୀକୃତିପ୍ରାପ୍ତ ବୈଷୟିକ କର୍ମଚାରୀଙ୍କର ସହାୟତା ନେବାକୁ ସେ କହିଛନ୍ତି । ତେବେ ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମାଗଣା ବିଜୁଳି ଯୋଜନାର ସୁଯୋଗ ନେବାକୁ ସେ ଜନସାଧାରଣଙ୍କୁ ପରାମର୍ଶ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri