୩ ଶହ ୟୁନିଟ୍‌ ପର୍ଯ୍ୟନ୍ତ ମାଗଣା ବିଜୁଳି ଦେବେ କି ସରକାର ? ସ୍ପଷ୍ଟ କଲେ ବିଭାଗୀୟ ମନ୍ତ୍ରୀ

ଭୁବନେଶ୍ୱର,୨୭।୮: ଓଡ଼ିଶାରେ ବିଧାନସଭା ନିର୍ବାଚନ ପୂର୍ବରୁ ତତ୍କାଳୀନ ସରକାର ୧୫୦ ୟୁନିଟ୍‌ ପର୍ଯ୍ୟନ୍ତ ମାଗଣା ବିଜୁଳି ଦେବାକୁ ଘୋଷଣା କରିଥିଲା। ଅନ୍ୟପଟେ ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମାଗଣା ବିଜୁଳି କେନ୍ଦ୍ରୀୟ ଯୋଜନା ଅଧୀନରେ ଛାତ ଉପରେ ସୋଲାର ପ୍ରକଳ୍ପ ସ୍ଥାପନ କରୁଥିବା ଘରଗୁଡ଼ିକୁ ୩୦୦ ୟୁନିଟ୍‌ ପର୍ଯ୍ୟନ୍ତ ବିଲ୍‌ ଦେବାକୁ ପଡିବ ନାହିଁ ବୋଲି ଭାଜପା କହିଥିଲା। ଯାହାକୁ ନେଇ ଏବେ ଦ୍ୱନ୍ଦ୍ୱ ଉପୁଜିବାରୁ ବିଭାଗୀୟ ମନ୍ତ୍ରୀ ସ୍ପଷ୍ଟୀକରଣ ରଖିଛନ୍ତି।

୩୦୦ ୟୁନିଟ୍‌ ପର୍ଯ୍ୟନ୍ତ ମାଗଣା ବିଜୁଳି ଯୋଗାଣ ବ୍ୟବସ୍ଥା ନେଇ କୌଣସି ଘୋଷଣା କରାଯାଇ ନାହିଁ ବୋଲି ଉପମୁଖ୍ୟମନ୍ତ୍ରୀ ତଥା ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ସ୍ପଷ୍ଟ କରିଛନ୍ତି । ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମାଗଣା ବିଜୁଳି କେନ୍ଦ୍ରୀୟ ଯୋଜନା ଅଧୀନରେ ଛାତ ଉପରେ ସୋଲାର ପ୍ରକଳ୍ପ ସ୍ଥାପନ କରୁଥିବା ଘରଗୁଡ଼ିକୁ ୩୦୦ ୟୁନିଟ୍‌ ପର୍ଯ୍ୟନ୍ତ ବିଲ୍‌ ଦେବାକୁ ପଡିବ ନାହିଁ । ଏ ବାବଦରେ କେନ୍ଦ୍ର ସରକାର ୩ କିଲୋୱାଟ୍‌ ପର୍ଯ୍ୟନ୍ତ ସୋଲାର ପ୍ରକଳ୍ପ ସ୍ଥାପନ ପାଇଁ ୭୮ ହଜାର ଟଙ୍କା ରିହାତି ପ୍ରଦାନ କରୁଛନ୍ତି । ଏହି ପ୍ରକଳ୍ପ ଦ୍ୱାରା ମାସିକ ୩୦୦ ୟୁନିଟ୍‌ରୁ ଅଧିକ ବିଜୁଳି ଉତ୍ପାଦିତ ହୋଇପାରିବ । ଏହାଦ୍ୱାରା ଉପଭୋକ୍ତା ଲାଭବାନ୍‌ ହେବେ ବୋଲି ସେ କହିଛନ୍ତି ।

ବରଗଡ ଜିଲାରେ ମାଗଣା ବିଜୁଳି ଶକ୍ତି ଯୋଗାଣ ଆଧାରରେ ଉପଭୋକ୍ତା ବିଜୁଳି ମିଟର ବାହାର କରିଦେଉଥିବା ଜଣାପଡୁଛି ବୋଲି ମନ୍ତ୍ରୀ ସିଂଦେଓ କହିଛନ୍ତି । ତେବେ ଏଭଳି ମିଥ୍ୟାପ୍ରଚାରକୁ ବିଶ୍ୱାସ ନ କରିବାକୁ ସେ ପରାମର୍ଶ ଦେଇଛନ୍ତି । ସେ କହିଛନ୍ତି, ଅଣତାଲିମପ୍ରାପ୍ତ ଲୋକଙ୍କ ଦ୍ୱାରା କରାଯାଉଥିବା ଏଭଳି କାର୍ଯ୍ୟ ବିପଦ ସୃଷ୍ଟି କରିପାରେ । ଏହାଦ୍ୱାରା ସୃଷ୍ଟ ପରିସ୍ଥିତି ପାଇଁ ବିତରକ କମ୍ପାନୀ ଦାୟୀ ରହିବ ନାହିଁ ବୋଲି ମନ୍ତ୍ରୀ ସିଂଦେଓ ସତର୍କ କରାଇଦେଇଛନ୍ତି । ମିଟର ବଦଳାଇବା ପାଇଁ ସ୍ୱୀକୃତିପ୍ରାପ୍ତ ବୈଷୟିକ କର୍ମଚାରୀଙ୍କର ସହାୟତା ନେବାକୁ ସେ କହିଛନ୍ତି । ତେବେ ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମାଗଣା ବିଜୁଳି ଯୋଜନାର ସୁଯୋଗ ନେବାକୁ ସେ ଜନସାଧାରଣଙ୍କୁ ପରାମର୍ଶ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?