Posted inଜାତୀୟ

ଚର୍ଚ୍ଚାରେ ପୀୟୁଷ ଗୋୟଲ, ଲଢିବେ କି ଲୋକ ସଭା ନିର୍ବାଚନ

ନୂଆଦିଲ୍ଲୀ,୨୭।୨: କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋୟଲ ଲୋକ ସଭା ନିର୍ବାଚନ ଲଢିବେ କି? ଏ ନେଇ ରାଜନୈତିକ ମହଲରେ କଳ୍ପନାଜଳ୍ପନା ତୀବ୍ର ହୋଇଛି। ବାସ୍ତବରେ ବିଶ୍ୱ ବାଣିଜ୍ୟ ସଂଗଠନ (ଡବ୍ଲ୍ୟୁଟିଓ) ମନ୍ତ୍ରୀସ୍ତରୀୟ ବୈଠକର ପ୍ରଥମ ଦୁଇ ଦିନରେ ବାଣିଜ୍ୟ ଓ ଉଦ୍ୟୋଗ ମନ୍ତ୍ରୀ ପୀୟୁଷ ଗୋୟଲଙ୍କ ଅନୁପସ୍ଥିତି ସେଠାରେ ଉପସ୍ଥିତ ଥିବା ଲୋକଙ୍କ ମଧ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି। ଡବ୍ଲୁଟିଏଚଓ ମହାନିର୍ଦ୍ଦେଶକ ଏନଗୋଜି ଓକୋଞ୍ଜୋ-ଇବେଲା ଗୋୟଲଙ୍କ ମୁମ୍ବାଇରୁ ଲୋକ ସଭା ନିର୍ବାଚନ ଲଢିବାର ସମ୍ଭାବନା ଉପରେ ଇଶାରା କରିଛନ୍ତି।

ଯେତେବେଳେ ଗୋୟାଲଙ୍କ ଅନୁପସ୍ଥିତି ବିଷୟରେ ପଚରାଗଲା, ଡବ୍ଲୁଟିଏଚଓ ମହାନିର୍ଦ୍ଦେଶକ କହିଛନ୍ତି ଯେ, ତାଙ୍କ ପ୍ରାର୍ଥୀତା ଏବଂ ଭାରତରେ ଚାଲିଥିବା ନିର୍ବାଚନ କାରଣରୁ ସେ ରାଜନୈତିକ ସ୍ତରରେ ବ୍ୟସ୍ତ ଅଛନ୍ତି। ୟୁଏଇର ବାଣିଜ୍ୟ ମନ୍ତ୍ରୀ ଥାନି ବିନ ଅହମ୍ମଦ ଅଲ ଜୈୟାଦ କହିଛନ୍ତି ଯେ ସପ୍ତାହ ଶେଷରେ ଗୋୟଲ ଏହି ଆଲୋଚନାରେ ଯୋଗଦେବେ ବୋଲି ଆଶା କରାଯାଉଛି। ତେବେ ଓକୋଞ୍ଜୋ-ଇବେଲାଙ୍କ ମନ୍ତବ୍ୟ ଗୋୟଲଙ୍କ ମୁମ୍ବାଇରୁ ସମ୍ଭାବ୍ୟ ପ୍ରାର୍ଥୀ ହେବାର କଳ୍ପନାକୁ ନିଶ୍ଚିତ କରୁଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

ଡିପଫେକ୍‌ରେ ଗମ୍ଭୀର: ଆପତ୍ତିଜନକ ପୋଷ୍ଟ ହଟାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬ା୩: ଦିଲ୍ଲୀ ହାଇକୋର୍ଟ ଗୁଗଲ, ମେଟା ଓ ଆମାଜନ ଭଳି ଅଗ୍ରଣୀ ଟେକ୍‌ ପ୍ଲାଟଫର୍ମକୁ ପୂର୍ୱତନ କ୍ରିକେଟର ତଥା ବର୍ତ୍ତମାନ ଭାରତୀୟ ଦଳର ମୁଖ୍ୟ କୋଚ୍‌ ଗୌତମ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri