Posted inଖେଳ

ଖେଳିବେ ୟୁସୁଫ୍‌, ଜୟସୁରିୟା

ରାୟପୁର,୨୭ା୨: ମାର୍ଚ୍ଚ ୫ରୁ ରାୟପୁରରେ ଖେଳାଯିବାକୁ ଥିବା ରୋଡ୍‌ ସେଫ୍ଟି ଓ୍ବାଲର୍‌ଡ ସିରିଜ ପାଇଁ ଭାରତ ଲିଜେଣ୍ଡ୍ସ ଦଳରେ ପୂର୍ବତନ କ୍ରିକେଟର ୟୁସୁଫ୍‌ ପଠାନ, ନମନ ଓଝା ଓ ବିନୟ କୁମାର ସ୍ଥାନ ପାଇଛନ୍ତି। ଏହି ୩ଜଣ ନିକଟରେ ସେମାନଙ୍କ ଅବସର ଘୋଷଣା କରିଛନ୍ତି। ପୂର୍ବତନ ବିସ୍ଫୋରକ ଓପନର ସନଥ ଜୟସୁରିୟା ଶ୍ରୀଲଙ୍କା ଲିଜେଣ୍ଡ୍ସ ଦଳ ପକ୍ଷରୁ ଖେଳିବେ। ୧୯୯୬ରେ ଶ୍ରୀଲଙ୍କାର ଦିନିକିଆ ବିଶ୍ୱକପ୍‌ ସଫଳତାରେ ତାଙ୍କର ବିଶେଷ ଭୂମିକା ରହିଥିଲା। ତିଳକରନେତ୍ ଦିଲ୍‌ସାନ ନେତୃତ୍ୱଧୀନ ଶ୍ରୀଲଙ୍କା ଲିଜେଣ୍ଡ୍ସ ଦଳରେ ଜୟସୁରିୟାଙ୍କ ବ୍ୟତୀତ ରସେଲ ଆର୍ନୋଲ୍ଡ ଏବଂ ଉପୁଲ ଥରଙ୍ଗାଙ୍କ ଭଳି ଖେଳାଳିଙ୍କୁ ସାମିଲ କରାଯାଇଛି। ଭାରତ ଲିଜେଣ୍ଡ୍ସ ଏହାର ପ୍ରଥମ ମ୍ୟାଚ ମାର୍ଚ୍ଚ ୫ରେ ବାଂଲାଦେଶ ଲିଜେଣ୍ଡ୍ସ ବିପକ୍ଷରେ ଖେଳିବ। ଅନ୍ୟପକ୍ଷରେ ଶ୍ରୀଲଙ୍କା ଲିଜେଣ୍ଡ୍ସ ମାର୍ଚ୍ଚ ୬ରେ ଓ୍ବେଷ୍ଟଇଣ୍ଡିଜ ଲିଜେଣ୍ଡ୍ସ ବିପକ୍ଷରେ ଏହାର ଅଭିଯାନ ଆରମ୍ଭ କରିବ। ସମସ୍ତ ମ୍ୟାଚ ଶହିଦ ବୀର ନାରାୟଣ ସିଂ ଇଣ୍ଟରନ୍ୟାଶନାଲ କ୍ରିକେଟ ଷ୍ଟାଡିୟମରେ ଖେଳାଯିବ। ସିରିଜର ପ୍ରଥମ ସଂସ୍କରଣ ୨୦୨୦ରେ ଖେଳାଯାଇଥିଲା। କରୋନା ମହାମାରୀ ଦେଖା ଦେବାରୁ ୪ଟି ଗେମ୍‌ ଖେଳାଯିବା ପରେ ମାର୍ଚ୍ଚ ୧୧ରେ ଏହାକୁ ବାତିଲ କରିଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?