Posted inଜାତୀୟ

ଏହି କଂଗ୍ରେସ ନେତ୍ରୀଙ୍କୁ ବିବାହ କରିବେ କି ରାହୁଲ ଗାନ୍ଧୀ, ଜୋର ଧରିଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୦।୯: ବଲିଉଡରେ ଯେମିତି ମୋଷ୍ଟ ଏଲିଜିବୁଲ ବ୍ୟାଚଲର ସଲମାନ ଖାନ୍‌ଙ୍କ ବିବାହ ନେଇ ଫ୍ୟାନ୍ସ ଉତ୍ସୁକତାର ସହ ଅନେଇ ବସିଛନ୍ତି। ସେହିପରି ଜାତୀୟ ରାଜନୀତିରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିବାହକୁ ନେଇ ମଧ୍ୟ ସମସ୍ତେ ଅପେକ୍ଷା କରିଛନ୍ତି। ତେବେ ନିକଟରେ ରାହୁଲଙ୍କ ବିବାହକୁ ନେଇ ଅନେକ ଗୁଜବ ଶୁଣିବାକୁ ମିଳିଛି। ତେବେ ଆଗକୁ ମହାରାଷ୍ଟ୍ରର ବିଧାନସଭା ନିର୍ବାଚନ ଥିବାବେଳେ ଏବେ ସମସ୍ତଙ୍କ ନଜର ରାଜନୈତିକ ଅଙ୍କକଷାରୁ ହଟି ଗୁଜବ ଉପରେ ଆଲୋଚନା ଆରମ୍ଭ ହୋଇଛି।

ଅର୍ଥାତ୍‌ ଶୁଣିବାକୁ ମିଳୁଛି ରାହୁଲ ମହାରାଷ୍ଟ୍ରର ପୂର୍ବ ମୁଖ୍ୟମନ୍ତ୍ରୀ ସୁଶୀଲ କୁମାର ଶିନ୍ଦେଙ୍କ ଝିଅ ତଥା କଂଗ୍ରେସ ଏମପି ପରିଣିତି ଶିନ୍ଦେଙ୍କୁ ବିବାହ କରିପାରନ୍ତି। ତେବେ ସୋସିଆଲ ମିଡିଆରେ ଏନେଇ ଚର୍ଚ୍ଚା ଜୋର ଧରିଲାଣି। କାରଣ ଫେସବୁକ୍‌ , ଇନଷ୍ଟାଗ୍ରାମ ଓ ଟ୍ବିଟର ପେଜ୍‌ରେ ଦୁହିଁଙ୍କ ଏକାଠି ଥିବା ଫଟୋ ଖୁବ୍‌ ଭାଇରାଲ ହେବାରେ ଲାଗିଛି। ଏପରିକି ଗଣମାଧ୍ୟମର ଅନେକ ବିତର୍କରେ ଏହି ଚର୍ଚ୍ଚା ହେଉଥିବାର ଦେଖାଯାଇଛି। ସବୁଠାରୁ ବିଶେଷ କଥା ହେଉଛି ନିକଟରେ ରାହୁଲ ଓ ପରିଣିତଙ୍କ ଭାରତ ଯୋଡ ଯାତ୍ରାର ଫଟୋ ଭାଇରାଲ ହୋଇଛି। ଯେଉଁଠି ଦୁଇଜଣ ଏକାଠି ହାତ ଧରି ଚାଲୁଥିବାର ନଜର ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଛାତ୍ର ନିକଟରୁ ମିଳିଲା ବନ୍ଧୁକ: ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ

ବାହାନଗା, ୩୧। ୧(ଅରୂପ କୁମାର ଦାସ ): ରେମୁଣା ବ୍ଲକ ଖନ୍ତାପଡ଼ା ଥାନା ଶ୍ରୀଜଙ୍ଗସ୍ଥିତ ଦାସମହାପାତ୍ର ହାଇସ୍କୁଲର ଜଣେ ଛାତ୍ରଙ୍କ ବ୍ୟାଗରୁ ଏକ ବନ୍ଧୁକ ବାହାରିଥିଲା। ଏହି…

ପଶ୍ଚିମବଙ୍ଗର ୨୧ ଚୋରଙ୍କୁ ବାନ୍ଧିଲା ଭଞ୍ଜନଗର ପୋଲିସ, ବିଦେଶୀ ଲିଙ୍କ୍‌ର ହେବ ଖୋଳତାଡ଼, ପାଖରୁ ମିଳିଲା…

ଭଞ୍ଜନଗର,୩୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଆନ୍ତଃରାଜ୍ୟ ଚୋର ଗ୍ୟାଙ୍ଗର ୨୧ ଜଣକୁ ଗିରଫ କରିବାରେ ସକ୍ଷମ ହୋଇଛି। ଏଥିସହ ସେମାନଙ୍କଠାରୁ ୧୦୬୬ଟି…

ଚାଲାଣ କଟା ପରେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣାଗାଡ଼ି : ଆଜି ରାସ୍ତାରେ ମୃତଦେହ ରଖି …

ସମ୍ବଲପୁର,୩୧।୧(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ଭତରା ପେଟ୍ରୋଲ ପମ୍ପ ନିକଟରେ ଜାତୀୟ ରାଜପଥ-୫୫ରେ ଶୁକ୍ରବାର ଭୟଙ୍କର ଦୁର୍ଘଟଣା ଘଟିଥିଲା। ଏକ ଅଜଣା ଗାଡ଼ି ଧକ୍କାରେ…

NCP ବିଧାୟକ ଦଳର ନେତା ନିର୍ବାଚିତ ହେଲେ Sunetra Pawar, ସନ୍ଧ୍ୟା ୫ଟାରେ ଉପ ମୁଖ୍ୟମନ୍ତ୍ରୀ ଶପଥ ନେବେ

ମୁମ୍ବାଇ,୩୧।୧: ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (NCP) ବୈଠକରେ ନିଷ୍ପତ୍ତି ହୋଇଛି। ସୁନେତ୍ରା ପାୱାର ଉପମୁଖ୍ୟମନ୍ତ୍ରୀ ପଦ ଗ୍ରହଣ କରିବେ ଏବଂ ସା ୫ଟାରେ ଶପଥ ଗ୍ରହଣ କରିବେ।…

ପାକିସ୍ତାନ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଭାରତୀୟ ଖେଳାଳିଙ୍କୁ ଏମିତି କହିଦେଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୩୧।୧: ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ର ଶେଷ ସୁପର ୬ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ ରବିବାର ଅନୁଷ୍ଠିତ ହେବ। ଏହି ମ୍ୟାଚ ଅତ୍ୟନ୍ତ…

ଡାଏଲଗ ନାହିଁ, ଦର୍ଶକଙ୍କୁ ଦୁଇ ଘଣ୍ଟା ବାନ୍ଧି ରଖୁଛି ଏହି ଫିଲ୍ମ

ମୁମ୍ବାଇ: ଡାଏଲଗ୍‌ ବିନା ଫିଲ୍ମ। ଆଜିର ଯୁଗରେ ଏମିତି ଫିଲ୍ମ ନିର୍ମାଣ କରିବା ବୋଧହୁଏ କାଠିକର ପାଠ। କିନ୍ତୁ ନିର୍ଦ୍ଦେଶକ କିଶୋର ପାଣ୍ଡୁରଙ୍ଗ ବେଲେକର ଟିକେ ନିଆରା।…

ସୁନେତ୍ରାଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେନାହିଁ ଶରଦ ପାଓ୍ବାର, ସାମ୍ନାକୁ ଆସିଲା ବଡ଼ କାରଣ…

ମୁମ୍ବାଇ,୩୧ା୧: ଦିବଂଗତ ଏନ୍‌ସିପି(ଅଜିତ) ନେତା ତଥା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ସ୍ଥାନ ଗ୍ରହଣ କରିବେ ତାଙ୍କ ସ୍ତ୍ରୀ ସୁନେତ୍ରା ପାଓ୍ବାର। ଆଜି ଅର୍ଥାତ୍‌ ଶନିବାର ସୁନେତ୍ରା…

CM ଦେବେନ୍ଦ୍ର ଫଡ଼ନଭିସଙ୍କ ପାଖରେ ରହିବ ଅର୍ଥ ବିଭାଗ, Deputy CM ସୁନେତ୍ରାଙ୍କ ଶପଥ ଗ୍ରହଣ ପୂର୍ବରୁ ରାଜନୀତି ସରଗରମ

ମୁମ୍ବାଇ,୩୧।୧: ଶନିବାର ମହାରାଷ୍ଟ୍ର ରାଜନୀତିରେ ଏକ ବଡ଼ ଘଟଣା ଘଟୁଛି। ପାୱାର ପରିବାର ଏବଂ ଏନସିପି ମଧ୍ୟରେ ଆଭ୍ୟନ୍ତରୀଣ ରାଜନୈତିକ ଅସ୍ଥିରତା ମଧ୍ୟରେ, ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri