Posted inଜାତୀୟ

ଔରଙ୍ଗାବାଦର ଏହି କିଲାର ନାମ ବଦଳାଇବେ ଶିନ୍ଦେ ସରକାର

ଔରଙ୍ଗାବାଦ,୧୮ ।୯:  ଦେଶରେ ବିଭିନ୍ନ ସହରର ନାମ ବଦଳାଇବା କୌଣସି ନୂଆ କଥା ନୁହେଁ । ଏହା ହେଉିଛି ଏକ ପୁରୁଣା ପରମ୍ପରା । ମୋଗଲ ସାମଜ୍ୟ ସମୟରେ କିଛି ସହରର ନାମ ବଦଳାଯାଇଥିଲା । ଏହାପରେ ଇଂରେଜମାନେ ଓ ଏବେ କିଛି ସରକାର ବିଭିନ୍ନ ସ୍ଥାନର ନାମ ପରିବର୍ତ୍ତନ କରିଛନ୍ତି । ଏବେ ମହାରାଷ୍ଟ୍ରର ଏକନାଥ ଶିନ୍ଦେ ସରକାର ଏକ କିଲାର ନାମ ବଦଳାଇବାକୁ ଯାଉଛନ୍ତି । ମିଳିଥିବା ସୂଚନା ଅନୁଯାୟୀ, ରାଜ୍ୟର ପର୍ଯ୍ୟଟନ ମନ୍ତ୍ରୀ ମଙ୍ଗଳ ପ୍ରଭାତ ଲୋଦା ଶନିବାର କହିଛନ୍ତି ମହାରାଷ୍ଟ୍ର ପର୍ଯ୍ୟଟନ ବିଭାଗ ଔରଙ୍ଗାବାଦ ସହର ନିକଟରେ ଥିବା ଦୌଲତାବାଦ କିଲାର ନାମ ବଦଳାଇ ଏହାର ପୁରୁଣା ନାମ ‘ଦେବଗିରି’ ରଖିବାର ପ୍ରସ୍ତାବ ଉପସ୍ଥାପନ କରିବ ।
ସୂଚନାଯୋଗ୍ୟ, ଦୌଲତାବାଦ କିଲା ପରିସରରେ ଥିବା ଭାରତ ମାତା ମନ୍ଦିରରେ ଶନିବାର ‘ହାଇଦ୍ରାବାଦ ମୁକ୍ତି ସଂଗ୍ରାମ ଦିବସ’ ସମାରୋହର ଆୟୋଜନ କରାଯାଇଥିଲ । ଏହି ସମାରୋହରେ ଲୋଦା ତ୍ରିରଙ୍ଗା ଉଡାଇଥିଲେ । ଲୋଦା ଖବରଦାତାଙ୍କୁ କହିଥିଲେ, କିଲା ଦୌଲତାବାଦ ଓରଫ ଦେବଗିରି ନାମରେ ପରିଚିତ । ଏହା ଏବେ ଦୌଲତାବାଦ କିଲା ଭାବେ ପରିଚିତ । ରାଜ୍ୟ ପର୍ଯ୍ୟଟନ ବିଭାଗ ଏହାର ନାମ ପରିବର୍ତ୍ତନ କରି ଦେବଗିରି କିଲା କରିବାର ପ୍ରସ୍ତାବ ଉପସ୍ଥାପନ କରିବ । ସେ କହିଥିଲେ ହାଇଦ୍ରାବାଦ ମୁକ୍ତି ସଂଗ୍ରାମ ଦିବସରେ ପ୍ରଥମଥର ତ୍ରିରଙ୍ଗା ଉଡାଯାଇଛି । ଏବେ ଏହା ପ୍ରତିବର୍ଷ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ନଣଦେଇଙ୍କୁ ଭଲ ପାଉଥିଲେ ସ୍ତ୍ରୀ, ସ୍ବାମୀ ଜାଣିଲା ପରେ ଯାହା ଘଟିଲା, ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଗାଜିଆବାଦ,୧୩।୧୦: ଉତ୍ତରପ୍ରଦେଶର ଗାଜିଆବାଦ ଜିଲାରେ ସ୍ବାମୀଙ୍କୁ ହତ୍ୟା କରିବା ପାଇଁ ଷଡ଼ଯନ୍ତ୍ର ରଚିଥିବା ଅଭିଯୋଗରେ ପୋଲିସ ମୃତକଙ୍କ ସ୍ତ୍ରୀ ଓ ତାଙ୍କ ପ୍ରେମିକଙ୍କୁ ଗିରଫ କରିଛି। ଖୋଡ଼ା…

ଶନି-ମଙ୍ଗଳଙ୍କ ନବପଞ୍ଚମ ରାଜଯୋଗ: ୩ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ହୁ ହୁ ହୋଇ ବଢିବ ଧନ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୨୦୨୬ ଅକ୍ଟୋବର ୧୬, ଶୁକ୍ରବାର ଦିନ ମଙ୍ଗଳ ଓ ଶନି ଗ୍ରହଙ୍କ ମଧ୍ୟରେ ନବପଞ୍ଚମ ରାଜଯୋଗ ସୃଷ୍ଟି ହେବ। ଅପରାହ୍ଣ ୧ଟା…

ବ୍ରହ୍ମପୁର MKCGରେ ବିରଳ ଶିଶୁ ଜନ୍ମ ! ଦୁଇଟି ମୁଣ୍ଡ, ଗୋଟିଏ ଶରୀର

ବ୍ରହ୍ମପୁର,୧୩।୧୦(ସୁବାସ ଚନ୍ଦ୍ର ପାଢ଼ୀ ): ଏମକେସିଜି ମେଡିକାଲ କଲେଜ ଶିଶୁ ବିଭାଗରେ ଜଣେ ମହିଳା ଏକ ବିରଳ ଶିଶୁଙ୍କୁ ଜନ୍ମ ଦେଇଛନ୍ତି । ଛୁଆଙ୍କ ଦୁଇଟି ମୁଣ୍ଡ…

ମଦନପୁର ୟୁ.କେ. କଲେଜ ସମ୍ମୁଖରେ ବିଜୁ ଛାତ୍ର ଜନତାର ଧାରଣା: ସଭାପତି ଶୁଭଙ୍କର ଦାସଙ୍କ ସୁରକ୍ଷା ଦାବି

ରାଜନଗର, ୧୩।୧୦ (ଭାସ୍କର ରାଉତରାୟ): ମଦନପୁର: ୟୁ.କେ. କଲେଜର ସଭାପତି ଶୁଭଙ୍କର ଦାସଙ୍କ ସୁରକ୍ଷା ଦାବି କରି ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ମଙ୍ଗଳବାର ପୂର୍ବାହ୍ନ…

ICC ପ୍ଲେୟର ଅଫ ଦ ମନ୍ଥ ଆୱାର୍ଡ ଘୋଷଣା: ପୁରୁଷ-ମହିଳା ବର୍ଗରେ ବାଜି ମାରିଲେ ୨ ଭାରତୀୟ ଖେଳାଳି, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ, ୧୩।୧୦: ସେପ୍ଟେମ୍ବର ମାସରେ ଭାରତୀୟ କ୍ରିକେଟର୍ସଙ୍କ ଜଲୱା ଦେଖିବାକୁ ମିଳିଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ପକ୍ଷରୁ ‘ପ୍ଲେୟର ଅଫ ଦ ମନ୍ଥ’ ପୁରସ୍କାର ଘୋଷଣା…

‘ଗୌତମ ଗମ୍ଭୀର ଜଣେ ଏକଛତ୍ରବାଦୀ’: କିଏ ଆଉ କାହିଁକି କହିଲେ ଏମିତି, ଯାହାକୁ ନେଇ କ୍ରିକେଟ ଜଗତରେ ବଢୁଛି ଆଲୋଚନା

ନୂଆଦିଲ୍ଲୀ,୧୩।୧୦: ଯଦିଓ ଯୁବ ଭାରତୀୟ କ୍ରିକେଟ ତାରକା ବୈଭବ ସୂର୍ଯ୍ୟବଂଶୀ T20 ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିସାରିଛନ୍ତି, ତଥାପି ‘ପ୍ଲେଇଂ ଇଲେଭେନ’ (ଖେଳୁଥିବା ଏକାଦଶ ଦଳ) ରେ…

ବାୟା ବାବା କଲେଜ ଛାତ୍ର ସଂସଦ ନିର୍ବାଚନ: ଚାମେଲୀ ଧରିଲେ ମଙ୍ଗ, ଦେଲେ ଗୁରୁମନ୍ତ୍ର…

ମହାକାଳପଡ଼ା, ୧୩।୧୦ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାର ପ୍ରମୁଖ ଶିକ୍ଷାନୁଷ୍ଠାନ ଶ୍ରୀଶ୍ରୀ ବାୟା ବାବା କଲେଜର ଛାତ୍ର ସଂସଦ ନିର୍ବାଚନକୁ ଆଉ ୪୮ ଘଣ୍ଟା…

୨୦୨୭ ବିଶ୍ୱକପ ଖେଳିବେ ନା ନାହିଁ ରୋହିତ-ବିରାଟ? ଶେଷରେ ବଡ଼ ବୟାନ ଦେଲା BCCI, ପ୍ରଶଂସକ ଶୁଣିଲେ…

ନୂଆଦିଲ୍ଲୀ,୧୩।୧୦: ରୋହିତ ଶର୍ମା ଏବଂ ବିରାଟ କୋହଲି ଭାରତୀୟ ଦିନିକିଆ ଦଳର ଗୁରୁତ୍ୱପୂର୍ଣ୍ଣ ଖେଳାଳି। କିଛି ମାସ ପୂର୍ବରୁ ଉଭୟ ୨୦୨୭ ଦିନିକିଆ ବିଶ୍ୱକପ ଖେଳିବେ କି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?