ବନ୍ଧକଙ୍କୁ ମୁକ୍ତ କରିବାରେ ବିଳମ୍ବ କଲା ହମାସ, ପୁଣି ଅପରେସନ ଆରମ୍ଭ କରିବାକୁ ଧମକ ଦେଲା ଇସ୍ରାଏଲ

ନୂଆଦିଲ୍ଲୀ,୨୫ା୧୧: ବନ୍ଧକ ମାନଙ୍କୁ ମୁକ୍ତ କରିବାକୁ ହମାସ ପକ୍ଷରୁ ବିଳମ୍ବ ହେବା ପରେ ଗାଜା ସିଟିରେ ଅପରେସନ ପୁଣି ଆରମ୍ଭ କରିବାକୁ ଧମକ ଦେଇଛି ଇସ୍ରାଏଲ। ବିଶେଷ ସୂତ୍ରରୁ ଇସ୍ରାଏଲ ମିଡ଼ିଆକୁ ମିଳିଥିବା ଖବର ଅନୁଯାୟୀ ଯଦି ଶନିବାର ମଧ୍ୟ ରାତ୍ରି ସୁଦ୍ଧା ବନ୍ଧକ ମାନଙ୍କୁ ମୁକ୍ତ କରାନଯାଏ ତେବେ ପୁଣି କାର୍ଯ୍ୟାନୁଷ୍ଠାନ ଆରମ୍ଭ ହେବ।

ଏହା ପୂର୍ବରୁ ହମାସ କହିଥିଲା ଯଦି, ”ଇସ୍ରାଏଲ ଗାଜା ସିଟିକୁ ସହାୟତା ଆସିବାକୁ ଦେବ ନାହିଁ ସେ ପର୍ଯ୍ୟନ୍ତ ଦ୍ୱିତୀୟ ବନ୍ଧକ ମାନଙ୍କୁ ଦ୍ୱିତୀୟ ପର୍ଯ୍ୟାୟ ମୁକ୍ତ କରିବାର ପ୍ରକ୍ରିୟା ବିଳମ୍ବିତ ହୋଇପାରେ।”

ତେବେ କତାର ହସ୍ତକ୍ଷେପରେ ଇସ୍ରାଏଲ ଏବଂ ହମାସ ମଧ୍ୟରେ ହୋଇଥିବା ନିଷ୍ପତ୍ତି ଅନୁଯାୟୀ ୧୫୦ ପାଲେଷ୍ଟାଇନ ନାଗରିକଙ୍କ ବଦଳରେ ହମାସ ୫୦ ବନ୍ଧକଙ୍କୁ ମୁକ୍ତ କରିବ। ଇସ୍ରାଏଲ ମୁକ୍ତ କାରବାକୁ ଥିବା କେତେକ ବନ୍ଦୀ ଇସ୍ରାଏଲ ମାଟିରେ ଅସ୍ତ୍ରଶସ୍ତ୍ର ଧରି ହିଂସା ସୃଷ୍ଟି କରିଥିଲେ। ତେବେ ଏହି ନିଷ୍ପତ୍ତି ପରେ ଇସ୍ରାଏଲ-ହମାସ ମଧ୍ୟରେ ଗତ ଚାରିଦିନ ହେବ ଯୁଦ୍ଧରେ ବିରାମ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଗାଡ଼ି ଗଭୀର ଖାଲ ଆଡ଼କୁ ମାଡ଼ିଚାଲିଛି; ବ୍ରେକ ଲଗାଇବାର ସମୟ ଆସିଯାଇଛି’ AIକୁ ନେଇ ଆମେରିକୀୟ ଆଇନ ପ୍ରଣେତାଙ୍କ ଚେତାବନୀ

ଓ୍ବାଶିଂଟନ,୧୩।୯: ଆମେରିକାର ସିନେଟର ବର୍ନି ସାଣ୍ଡର୍ସ ରବିବାର କହିଛନ୍ତି ଯେ AI (କୃତ୍ରିମ ବୁଦ୍ଧିମତ୍ତା) ବିକାଶର ଗତି ମନ୍ଥର କରିବା ପାଇଁ ଡାରିଓ ଆମୋଡେଇ, ସାମ ଅଲ୍ଟମ୍ୟାନ…

୨୪୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଜାହାଜ ନିଖୋଜ; ସର୍ଚ୍ଚ ଅପରେଶନ ଆରମ୍ଭ

ଜାକର୍ତ୍ତା,୧୩।୯: ଜାଭା ସାଗରରେ ରବିବାର ୨୪୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଜାହାଜ ନିଖୋଜ ହୋଇଯାଇଛି। ଅଧିକାରୀଙ୍କ କହିବାନୁସାରେ, ବୋର୍ଣ୍ଣିଓ ଦ୍ୱୀପର ପୂର୍ବ ଜାଭାରୁ ଦକ୍ଷିଣ…

ଆରଟିଆଇ (RTI) ର ବଡ଼ ତଥ୍ୟ, ୭ ବର୍ଷରେ ପ୍ରଧାନମନ୍ତ୍ରୀଙ୍କ ମେକଅପ ପାଇଁ ଖର୍ଚ୍ଚ ହୋଇଛି ଏତିକି କୋଟି ଟଙ୍କା

ଜେରୁଜେଲମ,୧୨।୯: ଇସ୍ରାଏଲରେ, ୨୦୧୯ ମସିହାରୁ ଅଗଷ୍ଟ ୨୦୨୬ ମଧ୍ୟରେ ପ୍ରଧାନମନ୍ତ୍ରୀଙ୍କ କେଶ ସଜ୍ଜା (hairstyling) ଏବଂ ମେକଅପ ପାଇଁ ପ୍ରାୟ ୪,୭୦,୦୦୦ ଡଲାର (ପାଖାପାଖି ୪ କୋଟି…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଭାରତରେ ନିଜ ଟଏଲଟ୍‌ ଧରି ବୁଲୁଛନ୍ତି ସି ଜିନପିଙ୍ଗ୍‌, କାରଣ ଜାଣିଲେ ହୋସ୍‌ ଉଡିବ

ନୂଆଦିଲ୍‌ଲୀ,୧୨।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯେତେବେଳେ କୌଣସି ବିଦେଶ ଗସ୍ତରେ ଯାଆନ୍ତି, ସେତେବେଳେ ତାଙ୍କର ସୁରକ୍ଷା ବ୍ୟବସ୍ଥା ତାଙ୍କ ଦୈନନ୍ଦିନ ଜୀବନର ସବୁଠାରୁ ବ୍ୟକ୍ତିଗତ ଦିଗ…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ସକାଳୁ ସକାଳୁ ଇଣ୍ଡୋନେସିଆରେ ଭୂକମ୍ପ ଝଟ୍‌କା

ଜାକର୍ତ୍ତା,୧୨।୯: ଇଣ୍ଡୋନେସିଆରେ ଲଗାତାର ଦ୍ୱିତୀୟ ଦିନରେ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଛି। ଜାଭା ଦ୍ୱୀପରେ ଶନିବାର ୬.୨ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ହୋଇଛି। ଜର୍ମାନ ରିସର୍ଚ୍ଚ…

ଆମକୁ ଶତ୍ରୁ ନୁହେଁ, ପଡ଼ୋଶୀ ଭାବନ୍ତୁ: ମୋଦି-ଜିନପିଙ୍ଗ୍‌ ଭେଟ ପୂର୍ବରୁ ବଦଳିଲା ଚାଇନାର ସ୍ବର, ଭାରତ ସହ…

ନୂଆଦିଲ୍ଲୀ/ବେଜିଂ,୧୧।୯: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ୧୮ଶ ବ୍ରିକ୍ସ (BRICS) ଶିଖର ସମ୍ମିଳନୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ଆଲୋଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?