Posted inଖେଳ

ପୂର୍ବତନ କ୍ରିକେଟର ଦେଲେ ବଡ଼ ବୟାନ, ସିଏସ୍‌କେ ପାଇଁ ଖେଳିବେ ରୋହିତ ଶର୍ମା

ନୂଆଦିଲ୍ଲୀ,୧୧।୩: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ୧୭ତମ ସିଜନ ଯଥା ଆଇପିଏଲ ୨୦୨୪ ମାର୍ଚ୍ଚ ୨୨ରୁ ଆରମ୍ଭ ହେବ। ଲିଗ୍‌ର ପ୍ରଥମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଖେଳାଯିବ। ଆଗାମୀ ଆଇପିଏଲ ସିଜନ ଆରମ୍ଭ ପୂର୍ବରୁ ରୋହିତ ଶର୍ମା ଆଲୋଚନାର କେନ୍ଦ୍ର ହୋଇ ରହିଛନ୍ତି। ବାସ୍ତବରେ ମୁମ୍ବାଇ ଇଣ୍ଡିଆନ୍ସ ପାଞ୍ଚ ଥର ବିଜେତା ଅଧିନାୟକଙ୍କୁ ତାଙ୍କ ପଦରୁ ହଟାଇ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଅଧିନାୟକତ୍ୱ ଦେଇଛନ୍ତି। ସେବେଠାରୁ ରୋହିତଙ୍କ ବିଷୟରେ ଅନେକ ଦାବି କରାଯାଉଛି। ବର୍ତ୍ତମାନ ପୂର୍ବତନ କ୍ରିକେଟର ଅମ୍ବାତି ରାୟୁଡୁ ତାଙ୍କ ବିଷୟରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି।

ଆଇପିଏଲରେ ମୁମ୍ବାଇ ଏବଂ ଚେନ୍ନାଇ ପାଇଁ ଖେଳିଥିବା ପୂର୍ବତନ କ୍ରିକେଟର ଅମ୍ବାତି ରାୟୁଡୁ କହିଛନ୍ତି , ରୋହିତ ଶର୍ମା ଭବିଷ୍ୟତରେ ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ଖେଳିପାରନ୍ତି। ଏପରିକି ରୋହିତ ଚେନ୍ନାଇର ପରବର୍ତ୍ତୀ ଅଧିନାୟକ ହେବେ ବୋଲି ସେ କହିଛନ୍ତି। ରାଇଡୁ ଏକ ସାକ୍ଷାତକାରରେ କହିଛନ୍ତି, ମୁଁ ରୋହିତଙ୍କୁ ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ଖେଳିବାକୁ ଚାହୁଁଛି। ଧୋନୀଙ୍କ ଅବସର ପରେ ରୋହିତ ମଧ୍ୟ ଚେନ୍ନାଇର ଅଧିନାୟକ ହୋଇପାରନ୍ତି। ଯଦି ରୋହିତ ଚେନ୍ନାଇ ପାଇଁ ଖେଳନ୍ତି ତେବେ ଏହା ବହୁତ ଭଲ ହେବ। ସେ ଆରାମଦାୟକ ହେବେ। ଆସନ୍ତା ୫-୬ ବର୍ଷ ପାଇଁ ଆଇପିଏଲରେ ଖେଳି ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ନାନଯାତ୍ରା ପରେ ଜ୍ୱରରେ ପୀଡି଼ତ ମହାପ୍ରଭୁ; ଅଲାନାଥରେ ଚାଲିଛି ଦର୍ଶନ, ଜମୁଛି ଭକ୍ତଙ୍କ ଭିଡ଼

ପୁରୀ,୩୦।୬: ଆଜିଠୁ ବ୍ରହ୍ମଗିରି ପାଲଟିବ ଦ୍ୱିତୀୟ ଶ୍ରୀକ୍ଷେତ୍ର ।ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ଜଳରେ ସ୍ନାନ କରିବା ପରେ ଜ୍ବରରେ ପୀଡ଼ିତ ଅଛନ୍ତି କାଳିଆ ଠାକୁର ।…

ଖଣ୍ଡଗିରି ହତ୍ୟାକାଣ୍ଡ: ପୁଅ ପରେ, ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ବାପା

ଭୁବନେଶ୍ୱର,୩୦।୬: ରାଜଧାନୀର ବହୁଚର୍ଚ୍ଚିତ ଖଣ୍ଡଗିରି ହତ୍ୟାକାଣ୍ଡରେ ମୃତକଙ୍କ ପରିବାରକୁ ଆଉ ଏକ ବଡ଼ ଝଟକା ଲାଗିଛି। ହତ୍ୟାକାଣ୍ଡ ସମୟରେ ପୁଅଙ୍କୁ ବଞ୍ଚାଇବାକୁ ଯାଇ ଗୁରୁତର ଆହତ ହୋଇଥିବା…

ଜାତୀୟ ରାଜପଥରୁ ମିଳିଲା ଅଚିହ୍ନା ମୃତଶରୀର: ବଢୁଛି ସନ୍ଦେହ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବରଗଡ-ବୋରିଗୁମ୍ମା ୨୬ ନମ୍ବର ଜାତୀୟ ରାଜପଥ ଅମାଠ ଛକଠାରେ ରାସ୍ତା ଉପରେ ଏକ ଅଚିହ୍ନା ମୃତଶରୀର ମଙ୍ଗଳବାର ପଡ଼ିଥିବାର…

Women’s T20 World Cup 2026 Prize Money: ବିଜୟୀ ଟିମ ଉପରେ ହେବ କୋଟି କୋଟି ଟଙ୍କା ବର୍ଷା, ଉପ ବିଜେତାବି ହେବେ ମାଲାମାଲ

ନୂଆଦିଲ୍ଲୀ,୩୦।୬: ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବାର ବହୁ ପୂର୍ବରୁ ICC ମହିଳା T20 ବିଶ୍ୱକପ 2026 ପାଇଁ ପୁରସ୍କାର ରାଶି ଘୋଷଣା କରିଥିଲା। ଏହି ସଂସ୍କରଣ ପାଇଁ ମୋଟ…

କ୍ରିକେଟରଙ୍କ ବିରୋଧରେ ଘରୋଇ ସହାୟକଙ୍କୁ ଆକ୍ରମଣ ଅଭିଯୋଗ, ତାଙ୍କ ବାପା-ଡ୍ରାଇଭରଙ୍କ ବିରୋଧରେ ମଧ୍ୟ ମାମଲା ରୁଜୁ

ନୂଆଦିଲ୍ଲୀ,୩୦।୬: ଆଇପିଏଲରେ ଆକ୍ରମଣାତ୍ମକ ବ୍ୟାଟିଂ ପାଇଁ ଜଣାଶୁଣା ଶଶାଙ୍କ ସିଂହ ଏବେ ଏକ ଭିନ୍ନ କାରଣ ପାଇଁ ଖବରର ଶିରୋନାମା ପାଲଟିଛନ୍ତି। ଭୋପାଳରେ ତାଙ୍କ ବିରୋଧରେ ଏକ…

ହୁମ୍ମା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ସାଇକେଲରେ ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରକ୍, ରାସ୍ତାରେ…

ଗଞ୍ଜାମ,୩୦।୬(ଅନାଥ ତରାଇ): ହୁମ୍ମା ଓଭରବ୍ରିଜ୍ ଜାତୀୟ ରାଜପଥରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଛି । ସୂଚନା ଅନୁଯାୟୀ,…

ଅଧୀକ୍ଷକଙ୍କ ଘରେ ଭିଜିଲାନ୍ସ ଚଢାଉ:୫ ସ୍ଥାନରେ ଖାନତଲାସି ଜାରି

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ଆୟ ବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ବୁର୍ଲା ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର) ଅଧୀକ୍ଷକଙ୍କ କାର୍ଯ୍ୟାଳୟର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ…

‘କକ୍ରୋଚ ଜନତା ପାର୍ଟି’କୁ ନେଇ ପ୍ରଥମ ବିବୃତ୍ତି ଜାରି କଲା ଭାଜପା, ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୦।୬: ‘କକ୍ରୋଚ ଜନତା ପାର୍ଟି’ (CJP) ସମ୍ପ୍ରତି ଦେଶରେ ଆଲୋଚନାର ବିଷୟ ପାଲଟିଛି। ଅନେକ ପ୍ରମୁଖ ବ୍ୟକ୍ତିତ୍ୱଙ୍କ ସହ ଜଡିତ ଥିବାରୁ ଏହି ଦଳ ଚର୍ଚ୍ଚାରେ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri