Posted inଖେଳ

ଦ୍ୱିତୀୟ ଟେଷ୍ଟରେ ଦଳକୁ ଫେରିବେ କି ରୋହିତ ଶର୍ମା: ରାହୁଲ ଦେଲେ ଅପ୍‌ଡେଟ୍‌

ଚଟ୍ଟଗ୍ରାମ,୧୮।୧୨: ଦୁଇ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ବାଂଲାଦେଶକୁ ୧୮୮ ରନ୍‌ରେ ପରାସ୍ତ କରିଛି। ଚଟ୍ଟଗ୍ରାମରେ ପ୍ରଥମ ଟେଷ୍ଟ ମ୍ୟାଚରେ ବିଜୟ ସହ ଭାରତ ବର୍ତ୍ତମାନ ଏହି ଟେଷ୍ଟ ସିରିଜରେ ୧-୦ରେ ଅଗ୍ରଣୀ ହାସଲ କରିଛି। ଏଥି ସହିତ ମ୍ୟାଚ ପରେ ପ୍ରଥମ ଟେଷ୍ଟରେ ଭାରତୀୟ ଦଳର ଅଧିନାୟକ ଦାୟିତ୍ୱ ନେଇଥିବା କେ.ଏଲ ରାହୁଲ ଟିମ ଇଣ୍ଡିଆର ନିୟମିତ ଅଧିନାୟକ ରୋହିତ ଶର୍ମାଙ୍କ ଆଘାତ ଏବଂ ପରବର୍ତ୍ତୀ ଟେଷ୍ଟରେ ଫେରିବା ନେଇ ଏକ ବଡ଼ ମନ୍ତବ୍ୟ ଦେଇଛନ୍ତି।
ରାହୁଲ କହିଛନ୍ତି, ଆମେ ଆଗାମୀ ଦିନେ କିମ୍ବା ଦୁଇ ଦିନ ମଧ୍ୟରେ ରୋହିତଙ୍କ ବିଷୟରେ ସୂଚନା ପାଇବୁ। ମୁଁ ଏପର୍ଯ୍ୟନ୍ତ ଏହା ବିଷୟରେ ଅବଗତ ନୁହେଁ। ଆମର ଧ୍ୟାନ ବର୍ତ୍ତମାନ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଉପରେ ଅଛି।
ରୋହିତ ଭାରତୀୟ କ୍ରିକେଟ ଦଳର ନିୟମିତ ଅଧିନାୟକ ରୋହିତ ଶର୍ମା ବାଂଲାଦେଶ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଆହତ ହୋଇଥିଲେ। ଏହି କାରଣରୁ ସେ ତୃତୀୟ ଦିନିକିଆରେ ଖେଳିପାରି ନ ଥିଲେ। ଏହା ବ୍ୟତୀତ ସେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଖେଳିପାରି ନ ଥିଲେ। ତେବେ ପ୍ରଶଂସକଙ୍କ ପାଇଁ ଖୁସି ଖବର ହେଉଛି ରୋହିତ ଶର୍ମା ବେଙ୍ଗାଲୁରୁର ନ୍ୟାଶନାଲ କ୍ରିକେଟ ଏକାଡେମୀରେ ଫିଟନେସ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ତେବେ ଜାତୀୟ କ୍ରିକେଟ ଏକାଡେମୀରେ ରୋହିତ ଶର୍ମା ଅଧିକ ସମୟ ବ୍ୟାଟିଂ କରି ନ ଥିଲେ। ଏହା ପରେ ସେ ଫିଜିଓ ସହିତ ସମୟ ବିତାଇଥିବା। ମିଡିଆ ରିପୋର୍ଟ ଅନୁଯାୟୀ, ରୋହିତ ଶର୍ମା ରବିବାର ଦଳରେ ଯୋଗଦେବେ।

ପ୍ରଥମ ଟେଷ୍ଟ ମ୍ୟାଚରେ ଟିମ ଇଣ୍ଡିଆ ବାଂଲାଦେଶକୁ ୧୮୮ ରନ ବ୍ୟବଧାନରେ ପରାସ୍ତ କରିଛି। ଏଥି ସହିତ, ଏହି ସିରିଜର ଦ୍ୱିତୀୟ ଏବଂ ଶେଷ ଟେଷ୍ଟ ୨୨ ଡିସେମ୍ବରରୁ ମିରପୁରରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?