Posted inଖେଳ

ମହମ୍ମଦ ସାମିଙ୍କୁ ବିବାହ କରିବେ କି ସାନିଆ ମିର୍ଜା: ଭାଇରାଲ ହେଉଛି ଫଟୋ

ନୂଆଦିଲ୍ଲୀ,୨୧।୬: ଭାରତୀୟ ଦ୍ରୁତ ବୋଲର୍‌ ମହମ୍ମଦ ଶାମି ଏବଂ ପୂର୍ବତନ ଟେନିସ ଖେଳାଳି ସାନିଆ ମିର୍ଜା ଖୁବ୍‌ଶୀଘ୍ର ବିବାହ କରିବେ ବୋଲି ଚର୍ଚ୍ଚା ହେଉଛି। ଏପରିକି ଉଭୟଙ୍କ ମଧ୍ୟରେ ନିର୍ବନ୍ଧ ସରିଥିବା କୁହାଯାଉଛି। ଯଦିଓ ଉଭୟଙ୍କ ମଧ୍ୟରେ ବିବାହ ସମ୍ବନ୍ଧରେ କୌଣସି ବିବୃତ୍ତି ଦିଆଯାଇ ନାହିଁ, କିନ୍ତୁ ଏହି ଗୁଜବ ବିଶେଷ ଭାବରେ ପାକିସ୍ତାନୀ ଗଣମାଧ୍ୟମରେ ବୃଦ୍ଧି ପାଇବାରେ ଲାଗିଛି। ଏକ ଫଟୋ ସାମ୍ନାକୁ ଆସିଛି, ଯେଉଁଥିରେ ମହମ୍ମଦ ଶାମି ଏବଂ ସାନିଆ ମିର୍ଜା ଏକାଠି ବିବାହ ପୋଷାକ ପିନ୍ଧିଥିବାର ନଜର ଆସିଛନ୍ତି। କିଛି ଲୋକ ଏପରିକି ଉଭୟେ ବିବାହିତ ବୋଲି ଦାବି କରୁଛନ୍ତି। ତେବେ ଏହି ଚର୍ଚ୍ଚା ପଛରେ କେତେ ସତ୍ୟତା ରହିଛି ତାହା ଆଗାମୀ ଦିନରେ ଜଣାପଡିବ।
ମହମ୍ମଦ ଶାମି ଏବଂ ସାନିଆ ମିର୍ଜାଙ୍କ ଦାମ୍ପତ୍ୟ ଜୀବନ ପ୍ରାୟ ସମାନ ଏବଂ ଉଭୟ ନିଜ ନିଜ ସାଥୀଙ୍କଠାରୁ ଛାଡପତ୍ର ପାଇଛନ୍ତି। ୨୦୧୮ରେ ଭାରତୀୟ କ୍ରିକେଟର ଶାମିଙ୍କ ନାଁରେ ସ୍ତ୍ରୀ ହସିନ ଜାହାନ ନିର୍ଯାତନା ଅଭିଯୋଗ ଆଣିଥିଲେ। ପରେ ଏହି ମାମଲା ଅତ୍ୟନ୍ତ ଗମ୍ଭୀର ହୋଇଗଲା, ଯାହା ଏବେ ବି ଚାଲିଛି। ଏହି କାରଣରୁ, ଶାମି ଏବଂ ହସିନ ଅଲଗା ରହୁଛନ୍ତି କିନ୍ତୁ ଏପର୍ଯ୍ୟନ୍ତ ସେମାନେ ଆଇନଗତ ଭାବେ ଛାଡପତ୍ର ହୋଇନାହାଁନ୍ତି।
ଅନ୍ୟପକ୍ଷରେ, ସାନିଆ ୨୦୧୦ରେ ପାକିସ୍ତାନୀ କ୍ରିକେଟର ଶୋଏବ ମଲିକଙ୍କୁ ବିବାହ କରିଥିଲେ। ଏହି ସମ୍ପର୍କରୁ ତାଙ୍କର ଏକ ପୁଅ ମଧ୍ୟ ଅଛି, ଯାହାର ନାମ ଇଜାନ ମିର୍ଜା ମଲିକ। ଏହା ପୂର୍ବରୁ ଭାରତର ଟେନିସ ତାରକା ସାନିଆ ଶୋଏବ ମଲିକଙ୍କ ସହ ‘ଖୁଲା’ କରିଥିଲେ। ଏହା ଏକ ପ୍ରକ୍ରିୟା ଯାହା ଇସଲାମ ଧର୍ମରେ ମହିଳାଙ୍କୁ ଛାଡପତ୍ର କରିବାର ଅଧିକାର ମଧ୍ୟ ଦେଇଥାଏ। ଅନ୍ୟପକ୍ଷରେ ଶୋଏବ ଜାନୁଆରୀ ୨୦ରେ ପାକିସ୍ତାନୀ ଅଭିନେତ୍ରୀ ସନା ଜାଭେଦଙ୍କୁ ବିବାହ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?