“ପ୍ରଥମେ ଗୁଳି, ପରେ ପ୍ରଶ୍ନ”; ଆମେରିକାକୁ ଡେନମାର୍କର କଡ଼ା ଚେତାବନୀ

କୋପେନହେଗେନ୍,୯।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଗ୍ରୀନଲାଣ୍ଡ ଅଧିଗ୍ରହଣ ଉଦ୍ୟମକୁ ନେଇ ଆର୍କଟିକ ଅଞ୍ଚଳରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଯଦି ଆମେରିକା ଡେନମାର୍କ ଅଧୀନରେ ଥିବା ଏହି ଦ୍ୱୀପକୁ ଆକ୍ରମଣ କରେ, ତେବେ ଡେନମାର୍କ ସୈନିକମାନେ “ପ୍ରଥମେ ଗୁଳି ଚଳାଇବେ, ପରେ ପ୍ରଶ୍ନ ପଚାରିବେ” ବୋଲି ଦେଶର ପ୍ରତିରକ୍ଷା ମନ୍ତ୍ରଣାଳୟ ଚେତାବନୀ ଦେଇଛି।

ମନ୍ତ୍ରଣାଳୟ ସ୍ପଷ୍ଟ କରିଛି ଯେ ସେନାର ୧୯୫୨ ମସିହାରେ ପ୍ରସ୍ତୁତ ରୁଲ୍ ଅଫ୍ ଏନ୍‌ଗେଜମେଣ୍ଟ (ଯୁଦ୍ଧ ନିୟମ) ବଳବତ୍ତର ରହିଛି। ଏହି ନିୟମ ଅନୁଯାୟୀ, ଉପରିସ୍ଥ ଅଧିକାରୀଙ୍କ ଆଦେଶକୁ ଅପେକ୍ଷା ନ କରି ସୈନିକମାନେ ଆକ୍ରମଣକାରୀଙ୍କ ଉପରେ ଆକ୍ରମଣ କରିବାକୁ ବାଧ୍ୟ।

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲାଣ୍ଡକୁ ‘ଜାତୀୟ ସୁରକ୍ଷା ପ୍ରାଥମିକତା’ ଭାବେ ବର୍ଣ୍ଣନା କରି ଏହାକୁ ଦଖଲ କରିବା ପାଇଁ “ସାମରିକ ବଳ ପ୍ରୟୋଗ” ସମେତ ବିଭିନ୍ନ ବିକଳ୍ପ ଉପରେ ବିଚାର କରୁଥିବା ହ୍ୱାଇଟ ହାଉସ ପ୍ରେସ ସେକ୍ରେଟେରୀ କାରୋଲିନ ଲେଭିଟ୍ କହିଛନ୍ତି।

ଡେନମାର୍କର ପ୍ରଧାନମନ୍ତ୍ରୀ ମେଟେ ଫ୍ରେଡ୍ରିକସେନ୍ ପୂର୍ବରୁ ଚେତାବନୀ ଦେଇ କହିଥିଲେ ଯେ ଯଦି ଆମେରିକା ଗ୍ରୀନଲାଣ୍ଡ ଉପରେ ଆକ୍ରମଣ କରେ, ତେବେ ଏହା ନାଟୋ ମେଣ୍ଟର ସମାପ୍ତି ଘଟାଇବ। ୟୁରୋପୀୟ ନେତାମାନେ ମଧ୍ୟ ଏକ ମିଳିତ ବିବୃତ୍ତିରେ ଗ୍ରୀନଲାଣ୍ଡର ଆଞ୍ଚଳିକ ଅଖଣ୍ଡତାକୁ ସମ୍ମାନ ଦେବାକୁ ଟ୍ରମ୍ପଙ୍କୁ କହିଛନ୍ତି।

ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ଆସନ୍ତା ସପ୍ତାହରେ ଡେନମାର୍କ ଓ ଗ୍ରୀନଲାଣ୍ଡ ଅଧିକାରୀଙ୍କୁ ଭେଟିବାକୁ ଯୋଜନା କରିଛନ୍ତି ଏବଂ ଟ୍ରମ୍ପ ଦ୍ୱୀପଟିକୁ କେବଳ କିଣିବାକୁ ଚାହୁଁଛନ୍ତି, ସାମରିକ ବଳ ପ୍ରୟୋଗ କରିବାକୁ ନୁହେଁ ବୋଲି ସ୍ପଷ୍ଟ କରିଛନ୍ତି। ଡେନମାର୍କ ଏହି ବୈଠକକୁ ସ୍ୱାଗତ କରିଛି, କିନ୍ତୁ “ଗ୍ରୀନଲାଣ୍ଡ ବିକ୍ରି ପାଇଁ ନୁହେଁ” ବୋଲି ବାରମ୍ବାର ଦୋହରାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ତ୍ରିଶୂଳୀ ସୁଡ଼ଙ୍ଗ ଭିତରେ ‘ହରେ କୃଷ୍ଣ’ ଜପ କରୁଥିଲେ ସଞ୍ଜୟ; ଜନ୍ମାଷ୍ଟମୀରେ ମିଳିଲା ନୂଆ ଜୀବନ

କାଠମାଣ୍ଠୁ,୪।୯: ନେପାଳର ତ୍ରିଶୁଳିରେ ଥିବା ଏକ ଜଳବିଦ୍ୟୁତ ପ୍ରକଳ୍ପର ସୁଡ଼ଙ୍ଗରୁ ଶୁକ୍ରବାର ଦୁଇଜଣ ଶ୍ରମିକଙ୍କୁ ଜୀବିତ ଉଦ୍ଧାର କରାଯାଇଛି। ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟା…

‘ଭାରତର ୪ବନ୍ଧ ଆମ ପାଇଁ ଡେଥ ଓ୍ବାରେଣ୍ଟ’, ଘାବରେଇଲେଣି ପାକିସ୍ତାନୀ ଏକ୍ସପର୍ଟ, ଧମକ ଦେଇ କହିଲେ…

ଇସଲାମାବାଦ,୪।୯: ଭାରତ ସିନ୍ଧୁ ଜଳ ଚୁକ୍ତିନାମାକୁ ସ୍ଥଗିତ ରଖିବାକୁ ପଦକ୍ଷେପ ନେବା ପରଠାରୁ ପାକିସ୍ତାନ ବିଷ ଓଗାଳି ଚାଲିଛି। ଇତିମଧ୍ୟରେ, ପାକିସ୍ତାନୀ ଜଳ ବିଶେଷଜ୍ଞ ରସିଦ ଆବାସି…

ଗାଡ଼ି ଚାଳକ ସାବଧାନ: ଏହି ଭୁଲ କଲେ ତୁରନ୍ତ ରଦ୍ଦ ହେବ ଡ୍ରାଇଭିଂ ଲାଇସେନ୍ସ! ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୪।୯: ଭାରତରେ ଖୁବଶୀଘ୍ର ଡ୍ରାଇଭିଂ ଲାଇସେନ୍ସ (DL) ଏବଂ ଭେହିକଲ ରେଜିଷ୍ଟ୍ରେଶନ ସାର୍ଟିଫିକେଟ (RC)କୁ ନେଇ ନିୟମ ବଦଳିପାରେ। ଡ୍ରାଇଭିଂ ଲାଇସେନ୍ସ ଓ RC ପାଇଁ ଏକ…

ମଣିଷ ଭଳି ଭାବିବ AI! OpenAI ଲଞ୍ଚ କଲା GPT-6 Astra

ନୂଆଦିଲ୍ଲୀ,୪।୯: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ କ୍ଷେତ୍ରରେ ଆଉ ଏକ ବଡ଼ ପଦକ୍ଷେପ ନେଇଛି OpenAI । କମ୍ପାନୀ ନିଜର ନୂଆ AI ମଡେଲ୍ GPT-6 Astraର ରୋଲ୍‌ଆଉଟ୍ ଆରମ୍ଭ…

ମେଲୋନିଙ୍କୁ ଖାସ୍‌ ମେସେଜ୍‌ ପଠାଇଲେ ମୋଦି, କହିଲେ ଡିୟର…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୪।୯: ଇଟାଲୀର ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ଏକ ନୂଆ ରାଜନୈତିକ ରେକର୍ଡ ସୃଷ୍ଟି କରିଛନ୍ତି। ଏହି ଉପଲବ୍ଧି ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲୋନିଙ୍କୁ ଅଭିନନ୍ଦନ…

ବଡ଼ ଚମତ୍କାର: ନେପାଳ ବନ୍ୟାର ୯ ଦିନ ପରେ ମାଟି ତଳୁ ଜୀବନ୍ତ ଉଦ୍ଧାର ହେଲେ ୨ ବ୍ୟକ୍ତି, ଏବେ ବି ଶୁଣାଯାଉଛି ଆହୁରି ସ୍ବର

କାଠମାଣ୍ଡୁ,୪।୯: ନେପାଳରେ ଭୟଙ୍କର ବନ୍ୟାର ୯ ଦିନ ପରେ ଏକ ବଡ଼ ଚମତ୍କାର ଘଟଣା ସାମ୍ନାକୁ ଆସିଛି। ରସୁୱା ଜିଲାରେ ବନ୍ୟା ପରେ ତ୍ରିଶୁଳୀ-୩ଏ ହାଇଡ୍ରୋପାୱାର ପ୍ରକଳ୍ପର…

ଲ୍ୟାଣ୍ଡିଂ ବେଳେ ଫେଲ୍‌ ହେଲା ବ୍ରେକ୍‌ : ସିଧା ଯାଇ ଖୁଣ୍ଟରେ ପିଟିହେଲା ଇଣ୍ଡିଗୋ ବିମାନ, ତା’ପରେ…

ଶ୍ରୀନଗର,୪।୯: ମୁମ୍ବାଇରୁ ଶ୍ରୀନଗର ପହଞ୍ଚିଥିବା ଇଣ୍ଡିଗୋର ବିମାନ 6E 225 ଲ୍ୟାଣ୍ଡିଂ ପରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଲ୍ୟାଣ୍ଡିଂ ପରେ ବିମାନଟି ପାର୍କିଂ ବେ’ ଆଡ଼କୁ ଯାଉଥିବା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri