Posted inଜାତୀୟ

PM ମୋଦିଙ୍କୁ ଅଭିଜିତଙ୍କ ଚ୍ୟାଲେଞ୍ଜ! ଆପଣ ଡିଗ୍ରୀ ଦେଖାନ୍ତୁ, ମୁଁ ଦେଖାଇବି…

ଛତ୍ରପତି ସମ୍ଭାଜୀନଗର,୪।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯଦି ତାଙ୍କ ଶିକ୍ଷାଗତ ଡିଗ୍ରୀକୁ ସର୍ବସାଧାରଣରେ ଦେଖାନ୍ତି ତେବେ ଆମେରିକାରେ ପଢ଼ିବା ପାଇଁ କକ୍‌ରୋଚ ଜନତା ପାର୍ଟି (ସିଜେପି) ନେତା ଅଭିଜିତ୍‌ ଦୀପ୍‌କେ ପାଇଥିବା ମେଧାବୃତ୍ତି ଓ ଋଣ ମଞ୍ଜୁରୀ ଚିଠି ଦେଖାଇବେ ବୋଲି କହିଛନ୍ତି। ଦୀପ୍‌କେଙ୍କ ବାପା ଜଣେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ହୋଇଥିବାବେଳେ ପୁଅଙ୍କୁ ଆମେରିକାରେ ପାଠ ପଢ଼ାଇବା ପାଇଁ କେଉଁଠୁ ଏତେ ଟଙ୍କା ପାଇଲେ, ତାହାର ତଦନ୍ତ ନିମନ୍ତେ ସୁରଟର ଜଣେ ଆର୍‌ଟିଆଇ କର୍ମୀ ଆବେଦନ କରିଥିଲେ।

ଏହାର ଜବାବ ଦେଇ ଦୀପ୍‌କେ କହିଛନ୍ତି ସେ ସ୍କଲାରଶିପ୍‌ ପାଇ ଓ ଶିକ୍ଷାଋଣ କରି ବୋଷ୍ଟନ ୟୁନିଭର୍ସିଟିରେ ପଢ଼ୁଥିଲେ। ଏ ସମ୍ପର୍କିତ ଚିଠି ଦେଖାଇବାକୁ ସେ ପ୍ରସ୍ତୁତ ଅଛନ୍ତି। ତେବେ ପ୍ରଧାନମନ୍ତ୍ରୀ ତାଙ୍କ ଶିକ୍ଷାଗତ ଯୋଗ୍ୟତାର ପ୍ରମାଣପତ୍ର ଦେଖାଇବେ କି ବୋଲି ଦୀପ୍‌କେ ଛତ୍ରପତି ସମ୍ଭାଜୀନଗରଠାରେ ଖବରଦାତାମାନଙ୍କୁ କହିଛନ୍ତି। ମୋଦିଙ୍କ ଶିକ୍ଷାଗତ ଡିଗ୍ରୀର ଆନୁଷ୍ଠାନିକ ଯାଞ୍ଚ କରାଯିବା ସହ ଏହା କେତେଦୂର ସତ୍ୟ ବିଶ୍ୱବିଦ୍ୟାଳୟ ରେଜିଷ୍ଟର ଅନୁଧ୍ୟାନ କରାଯିବାକୁ ଆକ୍ଟିଭିଷ୍ଟ ଓ ରାଜନୈତିକ ବିରୋଧୀମାନେ ଦାବି କରିଆସୁଥିବାବେଳେ ଦୀପ୍‌କେ ଏଭଳି ମନ୍ତବ୍ୟ ଦେଇଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଉପରେ ବଢିବ ଚାପ! ଭାରତ ସମେତ ୬୦ ଦେଶ ଉପରେ ଲାଗୁ ହୋଇଥିବା ଶୁଳ୍କ ଉପରେ ମାମଲା ରୁଜୁ କଲେ ୨୫ଟି ଆମେରିକା ରାଜ୍ୟ

ଓ୍ବାଶିଂଟନ,୪।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂତନ ଶୁଳ୍କ ନୀତି ପୁଣି ଥରେ ଆଇନଗତ ବିବାଦରେ ଫସିଛି। ଡେମୋକ୍ରାଟମାନଙ୍କ ଦ୍ୱାରା ଶାସିତ ୨୫ଟି ଆମେରିକା ରାଜ୍ୟ ଟ୍ରମ୍ପ…

ଆମେରିକାରେ ହଇଚଇ! ଇରାନ ଉପରେ ଆକ୍ରମଣ ଯୋଜନା ଲିକ; ଏମାନଙ୍କୁ ଦାୟୀ କଲେ ଟ୍ରମ୍ପ…

ଓ୍ବାଶିଂଟନ,୪।୮: ଘଟଣାକ୍ରମ ପରେ, ଆମେରିକା ପୁଣି ଥରେ ଇରାନ ଉପରେ ଆକ୍ରମଣ ଯୋଜନା ବନ୍ଦ କରିଛି। ଟ୍ରମ୍ପ ଏହି ନିଷ୍ପତ୍ତି ପାଇଁ କାତାର ଏବଂ ୟୁଏଇର ମଧ୍ୟସ୍ଥତା…

ଗମ୍ଭୀର-କୋହଲି ବିବାଦ ଉପରେ ପୂର୍ବତନ ଅମ୍ପାୟାରଙ୍କ ବଡ଼ ବୟାନ, ‘ଏହା ଜରୁରୀ, ନଚେତ୍…’

ନୂଆଦିଲ୍ଲୀ,୪।୮: ପୂର୍ବତନ ଅନ୍ତର୍ଜାତୀୟ ଅମ୍ପାୟାର ଅନିଲ ଚୌଧୁରୀ ବିରାଟ କୋହଲିଙ୍କୁ ନେଇ ବଡ଼ ବୟାନ ଦେଇଛନ୍ତି । ସେ କହିଛନ୍ତି ଯେ କ୍ରିକେଟ୍‌ର ଆକର୍ଷଣ ଓ ରୋମାଞ୍ଚ…

‘ବିମାନ ବନ୍ଦରରୁ ସିଧା ଫାଶୀ ଖୁଣ୍ଟ…’, ହାସିନାଙ୍କ ବାଂଲାଦେଶ ପ୍ରତ୍ୟାବର୍ତ୍ତନକୁ ନେଇ ମିଳିଲାନି ଧମକ

ଢାକା,୪।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଅଗଷ୍ଟ 2024 ରୁ ଭାରତରେ ରହୁଛନ୍ତି; କ୍ଷମତାରୁ ବହିଷ୍କୃତ ହେବା ପରଠାରୁ ସେ ସେଠାରେ ରହିଛନ୍ତି। ସେ କହିଛନ୍ତି…

ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, କାହାକୁ କେଉଁ ଦାୟିତ୍ବ ଜାଣନ୍ତୁ

ଭୁବନେଶ୍ୱର,୪।୮(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ଅଧିକାରୀସ୍ତରରେ ସୋମବାର ଅଦଳବଦଳ କରାଯାଇଛି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି…

ପ୍ରକୃତିର କୋପ; ବନ୍ୟାରେ ଭାସିଗଲା ୫୪ ବର୍ଷ ପୁରୁଣା ସେତୁ, ୯୦ ଜଣଙ୍କ ମୃତ୍ୟୁ ସହ ୧୦୯ ରାସ୍ତା ବନ୍ଦ

ଶିମଲା,୪।୮: ହିମାଚଳ ପ୍ରଦେଶରେ ଚଳିତ ବର୍ଷା ଋତୁରେ ବର୍ଷା ସମ୍ବନ୍ଧୀୟ ବିଭିନ୍ନ ଘଟଣାରେ ଏପର୍ଯ୍ୟନ୍ତ ୯୦ ଜଣ ପ୍ରାଣ ହରାଇଛନ୍ତି। ଶନିବାର କିନ୍ନୌରରେ ଜାତୀୟ ରାଜପଥ ୫…

ମାଛ ଯାଆଁଳ ନେବାକୁ କହି ଡକାୟତି, ଘରେ ପଶି ଲୁଟିନେଲେ ସୁନା ଗହଣା ସହ ଟଙ୍କା

ଭଦ୍ରକ,୪।୮(ସନାତନ ରାଉତ): ଭଦ୍ରକ ଗ୍ରାମଞ୍ଚଳ ଥାନା ଅନ୍ତର୍ଗତ ଜଗଦଳପୁର ପଞ୍ଚଯାତର ଜୁଡ଼ାଗଡିଆ ଗ୍ରାମରେ ଏକ ବଡ଼ ଧରଣର ଡ଼କାୟତି ହୋଇଛି । ଗ୍ରାମର ନିରଞ୍ଜନ ଶତପଥୀଙ୍କ ଘରକୁ…

ଇମୋଶନାଲ ହେଲେ ହିଟମ୍ୟାନ, କହିଲେ ‘ତୁମେ ଜଣେ ଲିଜେଣ୍ଡ’

ନୂଆଦିଲ୍ଲୀ,୪।୮: ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ଟି. ଦିଲୀପଙ୍କୁ ବିଦାୟ ବାର୍ତ୍ତା ଭାଇରାଲ ହୋଇଛି। ଶୁଭଦୀପ ଘୋଷଙ୍କୁ ଏବେ ଦିଲୀପଙ୍କ ସ୍ଥାନରେ ଭାରତର ଫିଲ୍ଡିଂ ପ୍ରଶିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri