Posted inଜାତୀୟ

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ କି ସିଦ୍ଦରମୈୟା: ହାଇକୋର୍ଟରୁ ଝଟ୍‌କା ମିଳିବା ପରେ ଜାଣନ୍ତୁ କ’ଣ ରହିଛି ଅପ୍ସନ୍‌

ବେଙ୍ଗାଲୁରୁ,୨୪।୯: ଜମି ଦୁର୍ନୀତି ମାମଲାରେ କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟାଙ୍କୁ ମଙ୍ଗଳବାର ବଡ଼ ଝଟ୍‌କା। ଏହି ମାମଲା ଉପରେ କରିଥିବା ଆବେଦନ କର୍ନାଟକ ହାକୋର୍ଟର ଖାରଜ ହୋଇଯାଇଛି। କର୍ନାଟକ ହାଇକୋର୍ଟର ଏକକ ବେଞ୍ଚରୁ ଆଶ୍ୱସ୍ତି ନ ମିଳିବା ପରେ ମୁଖ୍ୟମନ୍ତ୍ରୀ ଆସନ୍ତାକାଲି ଅର୍ଥାତ୍‌ ବୁଧବାର ଡବଲ ବେଞ୍ଚରେ ଆବେଦନ କରିପାରିବେ। ସିଦ୍ଦରମୈୟାଙ୍କ ଏଥିପାଇଁ ପ୍ରସ୍ତୁତ ହେଉଛନ୍ତି।

ନିକଟରେ ମହୀଶୁର ସହରାଞ୍ଚଳ ବିକାଶ ପ୍ରାଧିକରଣ ସାଇଟ ଆବଣ୍ଟନ ମାମଲାରେ ରାଜ୍ୟପାଳ ଥାୱର ଚାନ୍ଦ ଗେହଲଟ ସିଦ୍ଦରମୈୟାଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ମୁଖ୍ୟମନ୍ତ୍ରୀ, ଯାହାକୁ ହାଇକୋର୍ଟ ଖାରଜ କରି ଦେଇଛନ୍ତି।

ଆଜି ହାଇକୋର୍ଟ ବିଚାରପତି ଜଷ୍ଟିସ ଏମ ନାଗପ୍ରସନ୍ନ ଏହି ମାମଲା ଉପରେ ଶୁଣାଣି କରି ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟାଙ୍କ ଆବେଦନକୁ ଖାରଜ କରି କହିଛନ୍ତି, ଏ ମାମଲା ଉପରେ ନିଷ୍ପତ୍ତି ନେବାପାଇଁ ରାଜ୍ୟପାଳଙ୍କର ସାମ୍ବିଧାନିକ ଅଧିକାର ରହିଛି। ତାଙ୍କ ନିର୍ଦ୍ଦେଶ ଅନୁସାରେ, ଜମି ଦୁର୍ନୀତି ମାମଲାରେ ତଦନ୍ତ ହୋଇପାରିବ, ହାଇକୋର୍ଟ ଏଥିରେ ପ୍ରତିବନ୍ଧକ ଲଗାଇ ପାରିବେ ନାହିଁ ବୋଲି ଜଷ୍ଟିସ ନାଗପ୍ରସନ୍ନ କହିଛନ୍ତି।

ଯଦି ମୁଖ୍ୟମନ୍ତ୍ରୀ ଡବଲ ବେଞ୍ଚରେ ଅପିଲ କରନ୍ତି, ତେବେ ଏହି ଆବେଦନର ଶୁଣାଣି ଶେଷ ନ ହେବା ପର୍ଯ୍ୟନ୍ତ ନିମ୍ନ ଅଦାଲତରେ ଶୁଣାଣି ରହିବାକୁ ଏକ ଅପିଲ କରାଯାଇପାରିବ। ଯଦି ଡବଲ ବେଞ୍ଚ ଶୁଣାଣି ପାଇଁ ଆବେଦନ ଗ୍ରହଣ କରେ, ତେବେ ସିଦ୍ଦରମୈୟାଙ୍କୁ ଆଶ୍ୱସ୍ତି ମିଳିବ। ମୁଖ୍ୟମନ୍ତ୍ରୀ କ୍ୟାମ୍ପ ସ୍ପଷ୍ଟ କରିଛି ଯେ, ଯଦି ଡବଲ ବେଞ୍ଚରୁ ମଧ୍ୟ ଆଶ୍ୱସ୍ତି ନ ମିଳେ, ତେବେ ସୁପ୍ରିମକୋର୍ଟଙ୍କ ଦ୍ୱାର ନିକଟକୁ ଯିବୁ ଏବଂ ସେ ପର୍ଯ୍ୟନ୍ତ ସିଦ୍ଦରମୈୟା ଇସ୍ତଫା ଦେବାର କୌଣସି ପ୍ରଶ୍ନ ଉଠୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri