Posted inଜାତୀୟ

କଶ୍ମୀରକୁ ଫେରିବ କି ରାଜ୍ୟ ମାନ୍ୟତା

ନୂଆଦିଲ୍ଲୀ/ଶ୍ରୀନଗର,୨୧ା୬: ୨୦୧୯ ଅଗଷ୍ଟ ୫ରେ କେନ୍ଦ୍ର ସରକାର ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ଉଚ୍ଛେଦ କରିବା ସହ ଜମ୍ମୁ-କଶ୍ମୀରର ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ପ୍ରତ୍ୟାହାର କରିଥିଲେ। ଉପଯୁକ୍ତ ସମୟରେ ରାଜ୍ୟ ମାନ୍ୟତା ଫେରାଇ ଦିଆଯିବ ବୋଲି ସେତେବେଳେ ସରକାରଙ୍କ ପକ୍ଷରୁ କୁହାଯାଇଥିଲା। ଆସନ୍ତା ଅଗଷ୍ଟରେ ଏହି ପଦକ୍ଷେପକୁ ୨ ବର୍ଷ ପୂରିବାକୁ ଯାଉଥିବାବେଳେ କଶ୍ମୀର ଉପରେ କେନ୍ଦ୍ର କିଛି ବଡ଼ ନିଷ୍ପତ୍ତି ନେଇପାରେ ବୋଲି କଳ୍ପନାଜଳ୍ପନା ପ୍ରକାଶ ପାଇବାରେ ଲାଗିଛି। ଏଭଳି ଚର୍ଚ୍ଚାକୁ ବଳ ଦେଇଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଜୁନ୍‌ ୨୪ ବୈଠକ। ଏହି ସର୍ବଦଳୀୟ ବୈଠକରେ ସାମିଲ ହେବା ପାଇଁ ଜମ୍ମୁ-କଶ୍ମୀରର ୧୪ ନେତାଙ୍କୁ ଆମନ୍ତ୍ରଣ କରାଯାଇଛି। ଗତ ୨ ବର୍ଷ ମଧ୍ୟରେ ଏଭଳି ବୈଠକ କେବେ କରାଯାଇ ନ ଥିବାରୁ ମୋଦି ସରକାର ମନରେ କ’ଣ ଅଛି ତାହା ଜାଣିବା ପାଇଁ ସମସ୍ତଙ୍କ ଉତ୍ସୁକତା ବଢ଼ିବାରେ ଲାଗିଛି। କଂଗ୍ରେସ ସମେତ ଅନ୍ୟ ବିରୋଧୀ ଦଳଗୁଡ଼ିକ ଜମ୍ମୁ-କଶ୍ମୀରକୁ ରାଜ୍ୟ ମାନ୍ୟତା ଫେରାଇଦେବା ପାଇଁ ଦାବି କରିଛନ୍ତି। ତେବେ ପ୍ରଧାନମନ୍ତ୍ରୀଙ୍କ ବୈଠକ ମାନ୍ୟତା ଫେରସ୍ତ ପାଇଁ ନୁହେଁ, ବରଂ ଏହି କେନ୍ଦ୍ରଶାସିତ ଅଞ୍ଚଳର ପୁନର୍ଗଠନ ଉଦ୍ଦେଶ୍ୟରେ ଡକାଯାଇଥିବା ସୂତ୍ରରୁ ଜଣାପଡ଼ିଛି।
ରାଜ୍ୟ ମାନ୍ୟତା ଫେରାଇବା ସମୟ ଆସିନାହିଁ। ଜୁନ୍‌ ପ୍ରଥମ ସପ୍ତାହରେ ଆରମ୍ଭ ହୋଇଥିବା ପ୍ରଶାସନିକ କସରତ ଲାଗି ରାଜନୈତିକ ବୈଧତା ହାସଲ ଉଦ୍ଦେଶ୍ୟରେ ଏହା କେନ୍ଦ୍ରର ଏକ ପଦକ୍ଷେପ। ବର୍ତ୍ତମାନ କେନ୍ଦ୍ର ବିଧାନସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ପ୍ରସ୍ତୁତ, ଯେଉଁଥିପାଇଁ ପ୍ରଥମେ ପୁନର୍ଗଠନ ପ୍ରକ୍ରିୟା ଶେଷ କରିବାକୁ ପଡ଼ିବ। ଏହି ପ୍ରକ୍ରିୟାରେ ଏକ ରାଜ୍ୟ କିମ୍ବା କେନ୍ଦ୍ରଶାସିତ ଅଞ୍ଚଳର ବିଧାନସଭା ଓ ଲୋକ ସଭା ନିର୍ବାଚନମଣ୍ଡଳୀଗୁଡ଼ିକର ସୀମା ପୁନଃ ନିର୍ଦ୍ଧାରଣ କରାଯାଇଥାଏ। ଗତବର୍ଷ ଜଷ୍ଟିସ୍‌ ରଞ୍ଜନା ପ୍ରକାଶ ଦେଶାଇ(ଅବସରପ୍ରାପ୍ତ ବିଚାରପତି)ଙ୍କ ଅଧ୍ୟକ୍ଷତାରେ ଗଠିତ ଡିଲିମିଟେଶନ କମିଶନ ଏଥିପାଇଁ ସମସ୍ତ ଜିଲାପାଳଙ୍କୁ ମୌଳିକ ତଥ୍ୟ ମାଗିଛନ୍ତି। ତେବେ ଉକ୍ତ ବୈଠକରେ ରାଜ୍ୟ ମାନ୍ୟତା ଫେରାଇବା ନେଇ ମଧ୍ୟ ଆଲୋଚନା ହୋଇପାରେ। ଏଥିରେ ୮ ରାଜନୈତିକ ଦଳର ୧୪ ନେତା ସାମିଲ ହୋଇପାରନ୍ତି। ସେମାନଙ୍କ ମଧ୍ୟରୁ ପିପୁଲ୍ସ ଡେମୋକ୍ରାଟିକ୍‌ ପାର୍ଟି (ପିଡିପି) ଅଧ୍ୟକ୍ଷା ମେହବୁବା ମୁଫ୍‌ତି ବୈଠକରେ ଯୋଗଦେବା ପାଇଁ ଦିଲ୍ଲୀ ଯିବେ ବୋଲି କହିଛନ୍ତି। ନ୍ୟାଶନାଲ କନ୍‌ଫରେନ୍ସ (ଏନ୍‌ସି) ମୁଖ୍ୟ ଫାରୁକ୍‌ ଅବ୍‌ଦୁଲ୍ଲା ଏନେଇ ପିପୁଲ୍ସ ଆଲାଏନ୍ସ ଫର୍‌ ଗୁପ୍‌କାର ଡିକ୍ଲାରେଶନ (ପିଏଜିଡି)ରେ ସାମିଲ ଥିବା ୬ ରାଜନୈତିକ ଦଳ ସହ ଆଲୋଚନା କରିଛନ୍ତି। ଅନ୍ୟ ଦଳଗୁଡ଼ିକ ହେଲେ ପିଡିପି, ସିପିଏମ୍‌, ଆଓ୍ବାମି ନ୍ୟାଶନାଲ କନ୍‌ଫରେନ୍ସ, ସିପିଆଇ ଏବଂ ଜମ୍ମୁ-କଶ୍ମୀର ପିପୁଲ୍ସ ମୁଭ୍‌ମେଣ୍ଟ। କେନ୍ଦ୍ରର ନିମନ୍ତ୍ରଣ ଉପରେ ଗୁପ୍‌କାର ମେଣ୍ଟ ମଙ୍ଗଳବାର ନିଷ୍ପତ୍ତି ନେବ। ରବିବାର ଉପରାଜ୍ୟପାଳ ମନୋଜ ସିହ୍ନା ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂଙ୍କୁ ଭେଟିଛନ୍ତି। ଶୁକ୍ରବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ଦେଶର ସୁରକ୍ଷା ସଂସ୍ଥାଗୁଡ଼ିକର ମୁଖ୍ୟଙ୍କୁ ନେଇ ଏକ ବୈଠକ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri