Posted inଜାତୀୟ

କଶ୍ମୀରକୁ ଫେରିବ କି ରାଜ୍ୟ ମାନ୍ୟତା

ନୂଆଦିଲ୍ଲୀ/ଶ୍ରୀନଗର,୨୧ା୬: ୨୦୧୯ ଅଗଷ୍ଟ ୫ରେ କେନ୍ଦ୍ର ସରକାର ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ଉଚ୍ଛେଦ କରିବା ସହ ଜମ୍ମୁ-କଶ୍ମୀରର ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ପ୍ରତ୍ୟାହାର କରିଥିଲେ। ଉପଯୁକ୍ତ ସମୟରେ ରାଜ୍ୟ ମାନ୍ୟତା ଫେରାଇ ଦିଆଯିବ ବୋଲି ସେତେବେଳେ ସରକାରଙ୍କ ପକ୍ଷରୁ କୁହାଯାଇଥିଲା। ଆସନ୍ତା ଅଗଷ୍ଟରେ ଏହି ପଦକ୍ଷେପକୁ ୨ ବର୍ଷ ପୂରିବାକୁ ଯାଉଥିବାବେଳେ କଶ୍ମୀର ଉପରେ କେନ୍ଦ୍ର କିଛି ବଡ଼ ନିଷ୍ପତ୍ତି ନେଇପାରେ ବୋଲି କଳ୍ପନାଜଳ୍ପନା ପ୍ରକାଶ ପାଇବାରେ ଲାଗିଛି। ଏଭଳି ଚର୍ଚ୍ଚାକୁ ବଳ ଦେଇଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଜୁନ୍‌ ୨୪ ବୈଠକ। ଏହି ସର୍ବଦଳୀୟ ବୈଠକରେ ସାମିଲ ହେବା ପାଇଁ ଜମ୍ମୁ-କଶ୍ମୀରର ୧୪ ନେତାଙ୍କୁ ଆମନ୍ତ୍ରଣ କରାଯାଇଛି। ଗତ ୨ ବର୍ଷ ମଧ୍ୟରେ ଏଭଳି ବୈଠକ କେବେ କରାଯାଇ ନ ଥିବାରୁ ମୋଦି ସରକାର ମନରେ କ’ଣ ଅଛି ତାହା ଜାଣିବା ପାଇଁ ସମସ୍ତଙ୍କ ଉତ୍ସୁକତା ବଢ଼ିବାରେ ଲାଗିଛି। କଂଗ୍ରେସ ସମେତ ଅନ୍ୟ ବିରୋଧୀ ଦଳଗୁଡ଼ିକ ଜମ୍ମୁ-କଶ୍ମୀରକୁ ରାଜ୍ୟ ମାନ୍ୟତା ଫେରାଇଦେବା ପାଇଁ ଦାବି କରିଛନ୍ତି। ତେବେ ପ୍ରଧାନମନ୍ତ୍ରୀଙ୍କ ବୈଠକ ମାନ୍ୟତା ଫେରସ୍ତ ପାଇଁ ନୁହେଁ, ବରଂ ଏହି କେନ୍ଦ୍ରଶାସିତ ଅଞ୍ଚଳର ପୁନର୍ଗଠନ ଉଦ୍ଦେଶ୍ୟରେ ଡକାଯାଇଥିବା ସୂତ୍ରରୁ ଜଣାପଡ଼ିଛି।
ରାଜ୍ୟ ମାନ୍ୟତା ଫେରାଇବା ସମୟ ଆସିନାହିଁ। ଜୁନ୍‌ ପ୍ରଥମ ସପ୍ତାହରେ ଆରମ୍ଭ ହୋଇଥିବା ପ୍ରଶାସନିକ କସରତ ଲାଗି ରାଜନୈତିକ ବୈଧତା ହାସଲ ଉଦ୍ଦେଶ୍ୟରେ ଏହା କେନ୍ଦ୍ରର ଏକ ପଦକ୍ଷେପ। ବର୍ତ୍ତମାନ କେନ୍ଦ୍ର ବିଧାନସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ପ୍ରସ୍ତୁତ, ଯେଉଁଥିପାଇଁ ପ୍ରଥମେ ପୁନର୍ଗଠନ ପ୍ରକ୍ରିୟା ଶେଷ କରିବାକୁ ପଡ଼ିବ। ଏହି ପ୍ରକ୍ରିୟାରେ ଏକ ରାଜ୍ୟ କିମ୍ବା କେନ୍ଦ୍ରଶାସିତ ଅଞ୍ଚଳର ବିଧାନସଭା ଓ ଲୋକ ସଭା ନିର୍ବାଚନମଣ୍ଡଳୀଗୁଡ଼ିକର ସୀମା ପୁନଃ ନିର୍ଦ୍ଧାରଣ କରାଯାଇଥାଏ। ଗତବର୍ଷ ଜଷ୍ଟିସ୍‌ ରଞ୍ଜନା ପ୍ରକାଶ ଦେଶାଇ(ଅବସରପ୍ରାପ୍ତ ବିଚାରପତି)ଙ୍କ ଅଧ୍ୟକ୍ଷତାରେ ଗଠିତ ଡିଲିମିଟେଶନ କମିଶନ ଏଥିପାଇଁ ସମସ୍ତ ଜିଲାପାଳଙ୍କୁ ମୌଳିକ ତଥ୍ୟ ମାଗିଛନ୍ତି। ତେବେ ଉକ୍ତ ବୈଠକରେ ରାଜ୍ୟ ମାନ୍ୟତା ଫେରାଇବା ନେଇ ମଧ୍ୟ ଆଲୋଚନା ହୋଇପାରେ। ଏଥିରେ ୮ ରାଜନୈତିକ ଦଳର ୧୪ ନେତା ସାମିଲ ହୋଇପାରନ୍ତି। ସେମାନଙ୍କ ମଧ୍ୟରୁ ପିପୁଲ୍ସ ଡେମୋକ୍ରାଟିକ୍‌ ପାର୍ଟି (ପିଡିପି) ଅଧ୍ୟକ୍ଷା ମେହବୁବା ମୁଫ୍‌ତି ବୈଠକରେ ଯୋଗଦେବା ପାଇଁ ଦିଲ୍ଲୀ ଯିବେ ବୋଲି କହିଛନ୍ତି। ନ୍ୟାଶନାଲ କନ୍‌ଫରେନ୍ସ (ଏନ୍‌ସି) ମୁଖ୍ୟ ଫାରୁକ୍‌ ଅବ୍‌ଦୁଲ୍ଲା ଏନେଇ ପିପୁଲ୍ସ ଆଲାଏନ୍ସ ଫର୍‌ ଗୁପ୍‌କାର ଡିକ୍ଲାରେଶନ (ପିଏଜିଡି)ରେ ସାମିଲ ଥିବା ୬ ରାଜନୈତିକ ଦଳ ସହ ଆଲୋଚନା କରିଛନ୍ତି। ଅନ୍ୟ ଦଳଗୁଡ଼ିକ ହେଲେ ପିଡିପି, ସିପିଏମ୍‌, ଆଓ୍ବାମି ନ୍ୟାଶନାଲ କନ୍‌ଫରେନ୍ସ, ସିପିଆଇ ଏବଂ ଜମ୍ମୁ-କଶ୍ମୀର ପିପୁଲ୍ସ ମୁଭ୍‌ମେଣ୍ଟ। କେନ୍ଦ୍ରର ନିମନ୍ତ୍ରଣ ଉପରେ ଗୁପ୍‌କାର ମେଣ୍ଟ ମଙ୍ଗଳବାର ନିଷ୍ପତ୍ତି ନେବ। ରବିବାର ଉପରାଜ୍ୟପାଳ ମନୋଜ ସିହ୍ନା ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂଙ୍କୁ ଭେଟିଛନ୍ତି। ଶୁକ୍ରବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ଦେଶର ସୁରକ୍ଷା ସଂସ୍ଥାଗୁଡ଼ିକର ମୁଖ୍ୟଙ୍କୁ ନେଇ ଏକ ବୈଠକ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

କୋଭିଡ୍‌ ମହାମାରୀ ସମୟରେ ଅନ୍‌ଲାଇନ ପଢ଼ାରେ ପିଲାମାନେ ଅଭ୍ୟସ୍ତ ହୋଇଯାଇଥିଲେ। ଘରେ ରହିଲେ ମଧ୍ୟ ପିଲାମାନେ ମୋବାଇଲ ଆସକ୍ତି ଛାଡ଼ି ପାରୁନାହାନ୍ତି। ପିଲାଙ୍କ ମାନସିକ ସ୍ଥିତି...

ପରିବେଶତନ୍ତ୍ରୀ

”ଆଜି ଯେଉଁଠି ପହଞ୍ଚଛି ସେଥିପାଇଁ ପ୍ରେରଣା ସ୍ଥାନୀୟ ଗ୍ରାମରୁ ପାଇଛି, ଯେଉଁଠି ଲୋକମାନେ ମୋ ସହ ଠିଆ ହୋଇଥିଲେ। ହେନ୍ତାଳବଣକୁ ନିଜର ଭାବି ପରିଷ୍କାର କରିବାରେ...

ପୂର୍ବତନ ଆଇଏଏସ ଅଧିକାରୀ ରାଜକୁମାର ଗୋଏଲ ହେବେ ମୁଖ୍ୟ ସୂଚନା କମିଶନର, ସୋମବାର ନେବେ ଶପଥ

ନୂଆଦିଲ୍ଲୀ,୧୪।୧୨: ଅବସରପ୍ରାପ୍ତ IAS ଅଧିକାରୀ ରାଜ କୁମାର ଗୋଏଲ ଦେଶର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର (CIC) ହେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ତାଙ୍କୁ...

ଜାପାନରେ ରିଲିଜ ହେବ ‘ପୁଷ୍ପା ୨’

ହାଇଦ୍ରାବାଦ୍‌: ବ୍ଲକ୍‌ବଷ୍ଟର ଫିଲ୍ମ ‘ପୁଷ୍ପା ୨: ଦି ରୁଲ୍‌’ ଏବେ ଜାପାନରେ ରିଲିଜ ପାଇଁ ପ୍ରସ୍ତୁତ ହେଉଛି। ଆଉ ଏହି ରିଲିଜ ପୂର୍ବରୁ ଅଭିନେତା ଅଲ୍ଲୁ...

ଭାରତ ମାତାର ଦୁଃଖ

ଏଇ କେଇଦିନ ତଳେ ସଂସଦ ଭବନରେ ପ୍ରଧାନମନ୍ତ୍ରୀ ମୋଦି ‘ବନ୍ଦେ ମାତରଂ’କୁ ନେଇ ଏକ ଦୀର୍ଘକାଳୀନ ବିଚାର ବିଶ୍ଳେଷଣ ରଖିଥିଲେ। ‘ବନ୍ଦେ ମାତରଂ’କୁ ନେଇ ପାର୍ଲାମେଣ୍ଟ...

ଦିଲ୍ଲୀ ଏକ୍ୟୁଆଇ ୪୪୧: ଜିଆର୍‌ଏପି-୪ ଲାଗୁହେଲା

ନୂଆଦିଲ୍ଲୀ,୧୪ା୧୨: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ଶନିବାର ସନ୍ଧ୍ୟାରେ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୪୧ରେ ପହଞ୍ଚତ୍ଛି, ଯାହାକି ଅତ୍ୟନ୍ତ ଗମ୍ଭୀର ବର୍ଗର। ପ୍ରଦୂଷଣକୁ ନିୟନ୍ତ୍ରଣ କରିବା...

ସୁଶାସନରେ ସମସ୍ୟା

ଅନେକ ସମୟରେ ଶାସନରେ ସୁଫଳ ପାଇବା କଷ୍ଟକର ହେଲେ ବିଫଳତାକୁ ସ୍ବୀକାରକରିବା ପରିବର୍ତ୍ତେ ରାଜନୈତିକ କୌଶଳ ବା ଦୃଷ୍ଟିକୋଣ ଉପରେ ନିର୍ଭର କରାଯାଇପାରେ, ଯାହା ଏକ...

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri