Posted inଖେଳ

ରୋହିତଙ୍କଠାରୁ ‘ଗୁରୁମନ୍ତ୍ର’ ପାଇଥିବା ବୋଲରଙ୍କୁ ଦ୍ୱିତୀୟ ଟେଷ୍ଟରେ ମିଳିବ କି ସୁଯୋଗ

କେପଟାଉନ,୩୧।୧୨: କେପଟାଉନ ଟେଷ୍ଟରେ ଟିମ ଇଣ୍ଡିଆର ପ୍ଲେଇଙ୍ଗ-୧୧ରେ ପରିବର୍ତ୍ତନ ହେବା ଉପରେ ଏବେ ଜୋରଦାର ଚର୍ଚ୍ଚା ହେଉଛି। ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆ ମାତ୍ର ୩ ଦିନରେ ଏହି ମ୍ୟାଚ୍‌ ହାରିଯାଇଥିଲା। ଏହି ପରାଜୟ ପରେ ଟିମ ଇଣ୍ଡିଆର ବ୍ୟାଟ୍ସମ୍ୟାନ ଏବଂ ବୋଲରଙ୍କ ଉପରେ ପ୍ରଶ୍ନ ଉଠିଥିଲା। ବିଶେଷକରି ଡେବ୍ୟୁ ଟେଷ୍ଟ ଖେଳୁଥିବା ପ୍ରସିଦ୍ଧ କ୍ରିଷ୍ଣା ପ୍ରଭାବହୀନ ଥିଲେ। ଦକ୍ଷିଣ ଆଫ୍ରିକା ବ୍ୟାଟ୍ସମ୍ୟାନ କେପଟାଉନଙ୍କ ବଲରେ ସହଜରେ ରନ ସଂଗ୍ରହ କରିଥିଲେ। ତେବେ ପ୍ରସିଦ୍ଧଙ୍କୁ କେପଟାଉନ ଟେଷ୍ଟରୁ ବାଦ ଦିଆଯିବ ବୋଲି ଆଲୋଚନା ହେଉଛି।
ଏଥି ସହିତ ମୁକେଶ କୁମାରଙ୍କୁ ପ୍ରସିଦ୍ଧଙ୍କ ସ୍ଥାନରେ ସାମିଲ କରାଯାଇପାରେ। ଦ୍ୱିତୀୟ ମ୍ୟାଚ ପୂର୍ବରୁ ଅଭ୍ୟାସ ସେଶନରେ ମୁକେଶ କୁମାର ଅଧିକ ସମୟ ବୋଲିଂ କରିଥିଲେ। ଏଥିସହ ଟିମ ଇଣ୍ଡିଆର ଅଧିନାୟକ ରୋହିତ ଶର୍ମା ମୁକେଶ କୁମାରଙ୍କ ଉପରେ କଡା ନଜର ରଖିରେ। ସେ ମୁକେଶଙ୍କୁ କିଛି ଟିପ୍ସ ମଧ୍ୟ ଦେଉଥିବା ଦେଖାଯାଇଥିଲା। ରୋହିତଙ୍କଠାରୁ ଗୁରୁମନ୍ତ୍ର ପାଇଥିବା ମୁକେଶ ଦ୍ୱିତୀୟ ଟେଷ୍ଟ ଖେଳିବା ପ୍ରାୟ ନିଶ୍ଚିତ ବୋଲି କୁହାଯାଉଛି।
ଏହାପୂର୍ବରୁ ମୁକେଶ କୁମାର ୱେଷ୍ଟଇଣ୍ଡିଜ ବିପକ୍ଷରେ ଟେଷ୍ଟ ଡେବ୍ୟୁ କରିଥିଲେ। ଡେବ୍ୟୁ ଟେଷ୍ଟରେ ମୁକେଶ କୁମାର ୪୮ ରନ ଦେଇ ୨ ଉଇକେଟ ନେଇଥିଲେ। ଏହା ବ୍ୟତୀତ ରବିନ୍ଦ୍ର ଜାଡେଜା କେପଟାଉନ ଟେଷ୍ଟରେ ପ୍ରତ୍ୟାବର୍ତ୍ତନ କରିପାରନ୍ତି। ଯଦି ରବିନ୍ଦ୍ର ଜାଡେଜା ପ୍ଲେଇଙ୍ଗ-୧୧ରେ ସ୍ଥାନ ପାଆନ୍ତି ତେବେ ରବି ଅଶ୍ୱିନଙ୍କୁ ବସିବାକୁ ପଡିପାରେ।
ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ୨ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ଟେଷ୍ଟ ଜାନୁଆରୀ ୩ରୁ ଖେଳାଯିବ। କେପଟାଉନ ପଡ଼ିଆରେ ଉଭୟ ଦଳ ମୁହାଁମୁହିଁ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri