Posted inଜାତୀୟ

ଭାଙ୍ଗିବ ଇଣ୍ଡିଆ ମେଣ୍ଟ? ଲାଲୁଙ୍କ ବୟାନକୁ ନେଇ ଉଠିଲାଣି ଝଡ଼

ପାଟନା,୧୦।୧୨: ନିକଟରେ ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ କଂଗ୍ରେସର ପରାଜୟ ପରେ ଇଣ୍ଡିଆ ମେଣ୍ଟ ମଧ୍ୟରେ ଉତ୍ତେଜନା ଦେଖାଦେଇଛି। ମିଳିତ ମଞ୍ଚରୁ ସ୍ବର ଆସିବା ଆରମ୍ଭ ହୋଇଛି ଯେ କଂଗ୍ରେସ ପାର୍ଟି ଏବଂ ଏହାର ନେତାମାନେ ଇଣ୍ଡିଆ ଆଲାଇନ୍ସକୁ ଉପଯୁକ୍ତ ନେତୃତ୍ୱ ଦେବାରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି। ମହାରାଷ୍ଟ୍ର ପୂର୍ବରୁ ହରିୟାଣା ବିଧାନସଭାରେ ମଧ୍ୟ ଇଣ୍ଡିଆ ମେଣ୍ଟରେ କଂଗ୍ରେସ ବିଫଳ ହୋଇଛି। ଏଭଳି ସମୟରେ ମେଣ୍ଟର କଂଗ୍ରେସ ନିକଟ ଦଳ ମଧ୍ୟ ଏହା ବିରୋଧରେ କହିବା ଆରମ୍ଭ କରି ଦେଇଛନ୍ତି। ଏହି କ୍ରମରେ ତ୍ରୁଣମୂଳ କଂଗ୍ରେସ ନେତା ତଥା ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଦାୟିତ୍ୱ ଦେବାକୁ ଦାବି ରହିଛି। ମମତା ନିଜେ ମଧ୍ୟ କହିଛନ୍ତି ଯେ ସେ ଇଣ୍ଡିଆ ମେଣ୍ଟର ନେତୃତ୍ୱ ନେବାକୁ ପ୍ରସ୍ତୁତ ଅଛନ୍ତି।
ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ବିହାରର ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ମୁଖ୍ୟ ଲାଲୁ ଯାଦବ ମଧ୍ୟ କହିଛନ୍ତି ଯେ ଏହି କ୍ଷମତା ମମତା ଦିଦିଙ୍କୁ ଦିଆଯାଉ। ସୂଚନାଯୋଗ୍ୟ ଯେ ଲାଲୁ ଯାଦବ ଏବଂ କଂଗ୍ରେସ ମଧ୍ୟରେ ସମ୍ପର୍କ ବହୁତ ପୁରୁଣା। ବ୍ୟକ୍ତିଗତ ଭାବେ ମଧ୍ୟ ସୋନିଆ ଗାନ୍ଧୀଙ୍କ ସହ ଲାଲୁ ଯାଦବଙ୍କର ବହୁତ ଭଲ ସମ୍ପର୍କ ରହିଛି। ଏଭଳି ପରିସ୍ଥିତିରେ ଲାଲୁ ଯାଦବ କଂଗ୍ରେସକୁ କାହିଁକି କାଠଗଡାରେ ଠିଆ କରାଉଛନ୍ତି ବୋଲି ପ୍ରଶ୍ନ ଉଠିଛି। ତେବେ ଇଣ୍ଡିଅର ମେଣ୍ଟର ସବୁଠାରୁ ବଡ ଦଳ ହେଉଛି କଂଗ୍ରେସ। ମଲ୍ଲିକାର୍ଜୁନ ଖାର୍ଗେ ଏହାର ସଭାପତି, କିନ୍ତୁ ରାହୁଲ ଗାନ୍ଧୀ ଦଳର ନେତା ଭାବେ ବିବେଚିତ ହୋଇଛନ୍ତି। ଏଭଳି ପରିସ୍ଥିତିରେ ସମସ୍ତ ନେତାଙ୍କ ବିବୃତ୍ତି ରାହୁଲ ଗାନ୍ଧୀଙ୍କ ଉପରେ ସିଧାସଳଖ ଆକ୍ରମଣ ବୋଲି ବିବେଚନା କରାଯାଉଛି। କେବଳ ଏତିକି ନୁହେଁ ଆସନ୍ତା ବର୍ଷ ବିହାରରେ ବିଧାନସଭା ନିର୍ବାଚନ ହେବ। ଏଭଳି ପରିସ୍ଥିତିରେ ଲାଲୁଙ୍କ ଏହି ବିବୃତ୍ତିରୁ ଅନେକ ଅର୍ଥ ବାହାର କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ପାଇଁ BJPର ମାଷ୍ଟରଷ୍ଟ୍ରୋକ୍‌! ସାରା ରାଜ୍ୟରେ ବାହାରିବ…ମୋଦି କରିବେ… 

କୋଲକାତା,୨୧।୨: ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ଏକ ବଡ଼ ରଣନୀତି ପ୍ରସ୍ତୁତ କରିଛି। ମମତା ବାନାର୍ଜୀଙ୍କ ସରକାରକୁ କ୍ଷମତାରୁ ହଟାଇବା…

ସ୍ବଦେଶୀ ଟିଟାନସ୍‌, ଡିପ୍‌ଥେରିଆ ଟିକାର ହେଲା ଶୁଭାରମ୍ଭ, ବୈଜ୍ଞାନିକଙ୍କୁ ଅଭିନନ୍ଦନ ଜଣାଇଲେ ନଡ୍ଡା

ନୂଆଦିଲ୍ଲୀ,୨୧ା୨: ସ୍ବଦେଶୀ ଜ୍ଞାନକୌଶଳରେ ପ୍ରସ୍ତୁତ ଟିଟାନସ୍‌ ଏବଂ ବୟସ୍କଙ୍କ ପାଇଁ ଡିପ୍‌ଥେରିଆ ଟିକାକୁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା ଶନିବାର ହିମାଚଳପ୍ରଦେଶର କସୌଲିସ୍ଥିତ ସେଣ୍ଟ୍ରାଲ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍‌ରେ…

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ…

୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ…

ଧାଓ୍ବନଙ୍କ ନୂଆ ଇନିଂସ: ପ୍ରେମିକାଙ୍କ ସହ ଧୁମ୍‌ଧାମରେ ବିବାହ ଶେଷ; ବରଯାତ୍ରୀରେ ସାମିଲ ହେଲେ ଏହି କ୍ରିକେଟର; ଦେଖନ୍ତୁ Photos 

ନୂଆଦିଲ୍ଲୀ,୨୧।୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ଓପନର୍‌ ଶିଖର ଧାଓ୍ବନ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଶନିବାର ୨୧ ଫେବୃଆରୀରେ ସେ…

ପୁଣି ପ୍ରେମରେ ଉବୁଟୁବୁ ମଲାଇକା? ରୋମ୍‌ରୁ ଭାଇରାଲ ହେଲା ଡାଇମଣ୍ଡ ମର୍ଚ୍ଚାଣ୍ଟଙ୍କ ସହ ରୋମାଣ୍ଟିକ୍‌ ଫଟୋ

ମୁମ୍ବାଇ: ବଲିଉଡର ଫିଟନେସ୍‌ କୁଇନ୍‌ ତଥା ଖ୍ୟାତନାମା ଆଇଟମ୍‌ ଗର୍ଲ ମଲାଇକା ଅରୋରା ପୁଣିଥରେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ଅଭିନେତା ଅର୍ଜୁନ କପୁରଙ୍କ ସହ…

ଦେଖନ୍ତୁ ଛତିଥରା ଭିଡିଓ, ରାସ୍ତାରେ ଲୁଚିଥିଲା ମୃତ୍ୟୁ! କେହିକିଛି ବୁଝିବା ପୂର୍ବରୁ…

ସାଣ୍ଟିଆଗୋ,୨୧।୨: ଚିଲିର ରାଜଧାନୀ ସାଣ୍ଟିଆଗୋରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାର ଏକ ଭିଡିଓ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଉଛି ଯେ…

‘AI ଆସିଲେବି ମଣିଷର ସ୍ଥାନ ନେଇପାରିବନି ମେଶିନ’, ସିସ୍କୋ ଅଧିକାରୀ କହିଲେ କେମିତି ପରିବର୍ତ୍ତନ ହେବ ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୨୧।୨: କର୍ପୋରେଟ ଜଗତ ଏବଂ ସାଧାରଣ ଲୋକଙ୍କ ମଧ୍ୟରେ କୃତ୍ରିମ ବୁଦ୍ଧିମତ୍ତା (AI)ର ଦ୍ରୁତ ବର୍ଦ୍ଧିତ ବ୍ୟବହାର ମଧ୍ୟରେ, ମେଶିନଗୁଡ଼ିକ ମଣିଷକୁ ବଦଳାଇବେ ବୋଲି ବଢୁଥିବା ଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri