Posted inଜାତୀୟ

ଭାଙ୍ଗିବ ଇଣ୍ଡିଆ ମେଣ୍ଟ? ଲାଲୁଙ୍କ ବୟାନକୁ ନେଇ ଉଠିଲାଣି ଝଡ଼

ପାଟନା,୧୦।୧୨: ନିକଟରେ ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ କଂଗ୍ରେସର ପରାଜୟ ପରେ ଇଣ୍ଡିଆ ମେଣ୍ଟ ମଧ୍ୟରେ ଉତ୍ତେଜନା ଦେଖାଦେଇଛି। ମିଳିତ ମଞ୍ଚରୁ ସ୍ବର ଆସିବା ଆରମ୍ଭ ହୋଇଛି ଯେ କଂଗ୍ରେସ ପାର୍ଟି ଏବଂ ଏହାର ନେତାମାନେ ଇଣ୍ଡିଆ ଆଲାଇନ୍ସକୁ ଉପଯୁକ୍ତ ନେତୃତ୍ୱ ଦେବାରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି। ମହାରାଷ୍ଟ୍ର ପୂର୍ବରୁ ହରିୟାଣା ବିଧାନସଭାରେ ମଧ୍ୟ ଇଣ୍ଡିଆ ମେଣ୍ଟରେ କଂଗ୍ରେସ ବିଫଳ ହୋଇଛି। ଏଭଳି ସମୟରେ ମେଣ୍ଟର କଂଗ୍ରେସ ନିକଟ ଦଳ ମଧ୍ୟ ଏହା ବିରୋଧରେ କହିବା ଆରମ୍ଭ କରି ଦେଇଛନ୍ତି। ଏହି କ୍ରମରେ ତ୍ରୁଣମୂଳ କଂଗ୍ରେସ ନେତା ତଥା ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଦାୟିତ୍ୱ ଦେବାକୁ ଦାବି ରହିଛି। ମମତା ନିଜେ ମଧ୍ୟ କହିଛନ୍ତି ଯେ ସେ ଇଣ୍ଡିଆ ମେଣ୍ଟର ନେତୃତ୍ୱ ନେବାକୁ ପ୍ରସ୍ତୁତ ଅଛନ୍ତି।
ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ବିହାରର ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ମୁଖ୍ୟ ଲାଲୁ ଯାଦବ ମଧ୍ୟ କହିଛନ୍ତି ଯେ ଏହି କ୍ଷମତା ମମତା ଦିଦିଙ୍କୁ ଦିଆଯାଉ। ସୂଚନାଯୋଗ୍ୟ ଯେ ଲାଲୁ ଯାଦବ ଏବଂ କଂଗ୍ରେସ ମଧ୍ୟରେ ସମ୍ପର୍କ ବହୁତ ପୁରୁଣା। ବ୍ୟକ୍ତିଗତ ଭାବେ ମଧ୍ୟ ସୋନିଆ ଗାନ୍ଧୀଙ୍କ ସହ ଲାଲୁ ଯାଦବଙ୍କର ବହୁତ ଭଲ ସମ୍ପର୍କ ରହିଛି। ଏଭଳି ପରିସ୍ଥିତିରେ ଲାଲୁ ଯାଦବ କଂଗ୍ରେସକୁ କାହିଁକି କାଠଗଡାରେ ଠିଆ କରାଉଛନ୍ତି ବୋଲି ପ୍ରଶ୍ନ ଉଠିଛି। ତେବେ ଇଣ୍ଡିଅର ମେଣ୍ଟର ସବୁଠାରୁ ବଡ ଦଳ ହେଉଛି କଂଗ୍ରେସ। ମଲ୍ଲିକାର୍ଜୁନ ଖାର୍ଗେ ଏହାର ସଭାପତି, କିନ୍ତୁ ରାହୁଲ ଗାନ୍ଧୀ ଦଳର ନେତା ଭାବେ ବିବେଚିତ ହୋଇଛନ୍ତି। ଏଭଳି ପରିସ୍ଥିତିରେ ସମସ୍ତ ନେତାଙ୍କ ବିବୃତ୍ତି ରାହୁଲ ଗାନ୍ଧୀଙ୍କ ଉପରେ ସିଧାସଳଖ ଆକ୍ରମଣ ବୋଲି ବିବେଚନା କରାଯାଉଛି। କେବଳ ଏତିକି ନୁହେଁ ଆସନ୍ତା ବର୍ଷ ବିହାରରେ ବିଧାନସଭା ନିର୍ବାଚନ ହେବ। ଏଭଳି ପରିସ୍ଥିତିରେ ଲାଲୁଙ୍କ ଏହି ବିବୃତ୍ତିରୁ ଅନେକ ଅର୍ଥ ବାହାର କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍‌କୁ ଡରେନି ଏହି ସରକାର…’

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

ଇଲେକ୍ଟ୍ରୋନିକ୍ସ ହବ୍ ହେବ ଭାରତ: ଘରୋଇ ଉତ୍ପାଦନ ବୃଦ୍ଧି ପାଇଁ କେନ୍ଦ୍ର ସରକାରଙ୍କ ୪.୬ ବିଲିୟନ ଡଲାର ଅନୁଦାନ

ନୂଆଦିଲ୍ଲୀ,୨ା୧: ଭାରତ ସରକାର ଦେଶର ଇଲେକ୍ଟ୍ରୋନିକ୍ସ ଯୋଗାଣ ଶୃଙ୍ଖଳାକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଶୁକ୍ରବାର ଆଇଟି (IT) ମନ୍ତ୍ରଣାଳୟ...

ମାର୍ଚ୍ଚ ମାସରୁ ଏଟିଏମରେ ମିଳିବନି ୫୦୦ ଟଙ୍କିଆ ନୋଟ୍‌? ସ୍ପଷ୍ଟ କଲେ ସରକାର

ନୂଆଦିଲ୍ଲୀ,୨।୧: ଆଜିକାଲି ସୋସିଆଲ ମିଡିଆରେ ୫୦୦ ଟଙ୍କିଆ ନୋଟ ଚର୍ଚ୍ଚାର ଏକ ମୁଖ୍ୟ ବିଷୟ ପାଲଟିଛି। ପୋଷ୍ଟଗୁଡ଼ିକରେ ଦାବି କରାଯାଉଛି ଯେ ମାର୍ଚ୍ଚ ୨୦୨୬ ରୁ...

ଇତିହାସ ରଚିଲା Dhurandhar: ଟିକସ ଛାଡ଼ ଘୋଷଣା କଲେ…

ମୁମ୍ବାଇ,୨।୧: ଫିଲ୍ମ “ଧୁରନ୍ଧର” ଡିସେମ୍ବର ୫, ୨୦୨୫ରେ ମୁକ୍ତିଲାଭ କରିଥିଲା। ଏହି ଫିଲ୍ମଟି ସାରା ବିଶ୍ୱରେ ହିଟ ହୋଇଥିଲା ଏବଂ ବକ୍ସ ଅଫିସରେ ଉଲ୍ଲେଖନୀୟ ପ୍ରଦର୍ଶନ...

ଏନ୍‌ଏସ୍‌ଏସ୍‌ ଅର୍ଥ ୧୦ ତାରିଖ ସୁଦ୍ଧା ଖର୍ଚ୍ଚ କର ଯଦି ନ ହୁଏ ତେବେ…

ଭଞ୍ଜନଗର,୨ା୧(ବାବୁଲା ପ୍ରଧାନ): ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ଅର୍ଥ ନିର୍ଦ୍ଧାରିତ ସମୟ ମଧ୍ୟରେ କିଭଳି ଖର୍ଚ୍ଚ ହେବ ସେନେଇ ଅନଲାଇନ ମାଧ୍ୟମରେ ଏକ ସମୀକ୍ଷା ବୈଠକ...

ନୂଆବର୍ଷରେ ମାଙ୍କଡ଼ କିଣିବା ପାଇଁ ମାଡ଼ପିଟ୍‌, ଗୋଟିକର ଦାମ୍‌…

ବେଜିଂ,୨ା୧: ନୂଆବର୍ଷ ପାଇଁ ଚାଇନାରେ ମାଙ୍କଡ଼ର ପ୍ରବଳ ଚାହିଦା ବଢ଼ିଛି। ପୂର୍ବରୁ କିଛି ହଜାର ଟଙ୍କାରେ ବିକ୍ରି ହେଉଥିବା ମାଙ୍କଡ଼ଗୁଡ଼ିକ ଏବେ ବେଜିଂରେ ୨୫ ଲକ୍ଷ...

IND vs BAN: ଚଳିତ ବର୍ଷ ବାଂଲାଦେଶ ଗସ୍ତ କରିପାରେ ଭାରତୀୟ ଟିମ, BCCIକୁ ନିମନ୍ତ୍ରଣ, ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨।୧: ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଶୁକ୍ରବାର ଘୋଷଣା କରିଛି ଯେ ଭାରତୀୟ ଦଳ ଚଳିତ ବର୍ଷ ସେପ୍ଟେମ୍ବରରେ ବାଂଲାଦେଶ ଗସ୍ତ କରିବ, ଯେଉଁଠାରେ ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri