ଦଳାଚକଟା ତଦନ୍ତ ରିପୋର୍ଟ ଆସିବ ତ ? ବର୍ଷେ ହେଲାଣି ପ୍ରକାଶ ପାଇନି ବଡଠାକୁରଙ୍କ ବିଗ୍ରହ ଖସିପଡିବା ରିପୋର୍ଟ

ପୁରୀ,୨୯ା୬: ଚଳିତବର୍ଷ ପୁରୀ ରଥଯାତ୍ରା ସମୟରେ ଘଟିଥିବା ଦୁର୍ଘଟଣାଗୁଡ଼ିକ ରାଜ୍ୟରେ ତୀବ୍ର ଚର୍ଚ୍ଚାର ବିଷୟ ହୋଇଛି। ଏହାକୁ ନେଇ ବିରୋଧୀ ସରକାରଙ୍କୁ ଘେରିଲେଣି। ଟିକିଏ ପଛକୁ ଯାଇ ଦେଖିଲେ ଗତ ବର୍ଷ ରଥଯାତ୍ରା ସମୟରେ ବଡ଼ଠାକୁରଙ୍କ ବିଗ୍ରହ ଖସିପଡ଼ିବା ଘଟଣାର ତଦନ୍ତ ରିପୋର୍ଟ ଏକ ବର୍ଷ ବିତିଯାଇଥିଲେ ମଧ୍ୟ ଏଯାଏ ପ୍ରକାଶ ପାଇନାହିଁ। ଏହା ମଧ୍ୟରେ ଚଳିତ ବର୍ଷ ରଥଯାତ୍ରା ସମୟରେ ଦର୍ଶନ ବେଳେ ଦଳାଚକଟା ଘଟଣାରେ ତିନି ଜଣଙ୍କର ମୃତ୍ୟୁ ହୋଇଛି, ଯାହା ପ୍ରଶାସନିକ ବ୍ୟବସ୍ଥା ଉପରେ ପୁଣି ଥରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।

ରାଜ୍ୟ ସରକାର ଏହି ଚଳିତ ବର୍ଷର ଦୁର୍ଘଟଣାର ତଦନ୍ତ ପାଇଁ ଉନ୍ନୟନ କମିଶନରଙ୍କ ଅଧୀନରେ ଏକ ପ୍ରଶାସନିକ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ତେବେ, ଗତ ବର୍ଷର ବିଗ୍ରହ ଖସିପଡ଼ିବା ଘଟଣାର ତଦନ୍ତ ରିପୋର୍ଟ ଏଯାଏ ପ୍ରକାଶ ନହେବା ଯୋଗୁଁ ଚଳିତ ବର୍ଷର ତଦନ୍ତ ପ୍ରକ୍ରିୟା କେବେ ଆରମ୍ଭ ହେବ ଏବଂ ଏହାର ରିପୋର୍ଟ କେବେ ସାମ୍ନାକୁ ଆସିବ, ତାହାକୁ ନେଇ ଜଙକୁ ସାଧାରଣରେ ସନ୍ଦେହ ପ୍ରକାଶ ପାଇଛି।

ତେବେ ଚଳିତବର୍ଷର ରଥଯାତ୍ରାକୁ ଦେଖିଲେ ପୁରୀ ରଥଯାତ୍ରାର ସୁରକ୍ଷା ଓ ପରିଚାଳନା ବ୍ୟବସ୍ଥା ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛି। ସାଧାରଣ ଜନତା ଏବଂ ଭକ୍ତମାନେ ପ୍ରଶାସନର ଦାୟିତ୍ୱହୀନତା ଓ ତଦନ୍ତ ପ୍ରକ୍ରିୟାରେ ବିଳମ୍ବ ନେଇ ଅସନ୍ତୋଷ ବ୍ୟକ୍ତ କରୁଛନ୍ତି। ରାଜ୍ୟ ସରକାର ଏହି ଘଟଣାଗୁଡ଼ିକର ତୁରନ୍ତ ତଦନ୍ତ ଓ ରିପୋର୍ଟ ପ୍ରକାଶ କରିବାକୁ ଦାବି ଉଠୁଛି, ଯାହା ଦ୍ୱାରା ଭବିଷ୍ୟତରେ ଏପରି ଅଘଟଣ ରୋକାଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅବହେଳାର ପ୍ରତିବାଦ: ବର୍ଷାଜଳ ନିଷ୍କାସନ ନ ହେବାରୁ ଅନେକ ଗ୍ରାମର ଚାଷ ଜମି ଜଳମଗ୍ନ, ଆନ୍ଦୋଳନ ଚେତାବନୀ

ହାଟଡିହୀ/ଛେନାପଦୀ,୧୧।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନାହିଁ, ଯାହାଫଳରେ ଚାଷ କାର୍ଯ୍ୟରେ ଗୁରୁତର…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ନିଖୋଜ ହୋଇଥିଲେ ୧୬ ବର୍ଷିୟା ନାବାଳିକା: ପାରଳାଖେମୁଣ୍ଡିରୁ ମହିଳାଙ୍କୁ ଗିରଫ କଲା ପଶ୍ଚିମବଙ୍ଗ ପୋଲିସ

ପାରଳାଖେମୁଣ୍ଡି,୧୧।୮(ଗିରିଧାରୀ ପରିଛା): ନାବାଳିକା ଅପହରଣ ମାମଲାରେ ଗଜପତି ଜିଲା ପାରଳାଖେମୁଣ୍ଡି ସହରର ବିଶ୍ୱନାଥ ନଗରରେ ଏକ ଭଡ଼ା ଘରେ ରହୁଥିବା ଝୁନି ଜେନା ନାମକ ଜଣେ ମହିଳାଙ୍କୁ…

ବିନା ଆନ୍ଦୋଳନରେ କାମ କରୁନି ପ୍ରଶାସନ: ଜାତୀୟ ରାଜପଥ ଅବରୋଧ ପରେ ମରାମତି କାର୍ଯ୍ୟ ଆରମ୍ଭ

କୁଆଁରମୁଣ୍ଡା,୧୧।୮(ମହେନ୍ଦ୍ର କୁମାର ସାହୁ): ଏବେ ବିନା ଆନ୍ଦୋଳନ କିମ୍ବା ଧର୍ମଘଟରେ ଆଉ କୌଣସି କାର୍ଯ୍ୟ ହେଉନାହିଁ। ପ୍ରଶାସନ କେବଳ ପୂର୍ବରୁ ସବୁ ଦେଖି ଚୁପ୍ ବସୁଛି ଏବଂ…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଦିଗପହଣ୍ଡି ପେଟ୍ରୋଲ ପମ୍ପରେ ଠକେଇ ଅଭିଯୋଗ: ତାତିଲେ ଲୋକେ, ପୋଲିସ ହସ୍ତକ୍ଷେପ ପରେ…

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥ ପିତାମ୍ବରପୁର ଗ୍ରାମ ନିକଟରେ ଥିବା ଏକ ପେଟ୍ରୋଲ ପମ୍ପରେ ମଙ୍ଗଳବାର ଜଣେ ଗ୍ରାହକଙ୍କ…

ରାସ୍ତା ନା କାଦୁଅ ବିଲ…ଥୁଆମୂଳ ରାମପୁରରେ ବିପର୍ଯ୍ୟସ୍ତ ରାସ୍ତା; ଆମ୍ବୁଲାନ୍ସ ଯିବା ବି କଷ୍ଟକର

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ପାଡେପଦର ଗ୍ରାମପଞ୍ଚାୟତର ଦୁରେଶପଦର ଶିବମନ୍ଦିର ଛକଠାରୁ ଡୁମୁଲି ନାଳ ପର୍ଯ୍ୟନ୍ତ ଯାଇଥିବା ମୁଖ୍ୟ ରାସ୍ତାଟି…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri