ନବୀନଙ୍କ ପ୍ରଚାର ପରେ ବଦଳିବ କି ରାଜନୀତି ସମୀକରଣ: ବିଜେଡିରେ…

ନୂଆପଡ଼ା,୫ା୧୧ (ପୀତାମ୍ବର ସାହୁ): ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରଚାର ମୈଦାନ କମ୍ପୁଛି। ତିନି ପ୍ରମୁଖ ଦଳ ଭାଜପା, ବିଜେଡି ଓ କଂଗ୍ରେସ ଦଳର ପ୍ରାର୍ଥୀ ସମେତ ଅନ୍ୟ ପ୍ରାର୍ଥୀମାନେ ନିଜ ଢଙ୍ଗରେ ପ୍ରଚାର କରୁଛନ୍ତି। ଏହି କ୍ରମରେ ସୋମବାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରଚାର ମୈଦାନକୁ ଓହ୍ଲାଇଥିଲେ। ନିର୍ବାଚନମଣ୍ଡଳୀର କୋମନା ବ୍ଲକ ତରବୋଡଠାରେ ଏକ ସାଧାରଣ ସଭାରେ ଯୋଗଦେଇ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ଭୋଟ ଭିକ୍ଷା କରିଥିଲେ। ଏହି ସଭାରେ ସେ ଭାଜପା ଉପରେ ବର୍ଷିଥିଲେ। ପ୍ରଥମଥର ପାଇଁ ସେ ଭାଜପା ଉପରେ ଏଭଳି ବର୍ଷିଥିବା ଆଲୋଚନା ହେଉଛି। ଉକ୍ତ ସଭାରେ ପ୍ରାୟ ୨୦ ହଜାରରୁ ଅଧିକ ଲୋକଙ୍କ ସମାଗମ ହୋଇଥିବା କୁହାଯାଉଛି। ତେବେ ନବୀନଙ୍କ ପ୍ରଚାର ପରେ ବିଜେଡି ଶିବିରରେ ଉତ୍ସାହ ପରିଲକ୍ଷିତ ହୋଇଛି। ବିଜେଡିର ଜଣେ ଯୁବ ନେତାଙ୍କ କହିବା କଥା ହେଲା ନବୀନଙ୍କ ପ୍ରଚାର ପରେ ଦଳର ସ୍ଥିତି ଏବେ ପୂର୍ବ ଅପେକ୍ଷା ଅଧିକ ସଦୃଢ଼ ହୋଇଛି। ଦଳର ବରିଷ୍ଠ ସଦସ୍ୟ ତଥା ରେଢାଖୋଲ ବିଧାୟକ ପ୍ରଶନ୍ନ ଆଚାର୍ଯ୍ୟ କହିଛନ୍ତି, ନୂଆପଡ଼ାରେ ପୁଣି ଶଙ୍ଖ ବାଜିବ। ଆମେ ଅଧିକ ଭୋଟ ବ୍ୟବଧାନରେ ବିଜୟୀ ହେବୁ ଏଥିରେ କୌଣସି ସନ୍ଦେହ ନାହିଁ ବୋଲି ପ୍ରକାଶ କରିଛନ୍ତି। ସେହିପରି ପୂର୍ବତନ ମନ୍ତ୍ରୀ ତଥା କନ୍ଧମାଳ ଜିଲା ବିଜେଡି ସଭାପତି ପଦ୍ମନାଭ ବେହେରା ମଧ୍ୟ ନବୀନଙ୍କ ପ୍ରଚାର ପରେ ଦଳର ସ୍ଥିତି ଆହୁରି ମଜଭୁତ ହୋଇଛି ବୋଲି କହିଛନ୍ତି। ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଥିବା ସମୟରେ ନୂଆପଡ଼ା ପାଇଁ ଅନେକ କାମ କରିଛନ୍ତି। ପ୍ରବାଦ ପୁରୁଷ ସ୍ବର୍ଗତ ବିଜୁ ପଟ୍ଟନାୟକ ନୂଆପଡ଼ାକୁ ଜିଲା କରିଥିଲେ। ଏଠାରେ ଯାହା ସବୁ ଉନ୍ନତି ହୋଇଛି ତାହା ବିଜେଡି ସମୟରେ ହୋଇଛି। ବିଜେଡିର ସ୍ନେହାଙ୍ଗିନୀଙ୍କୁ ବିଜୟୀ କରିବେ ବୋଲି ଲୋକେ ମନସ୍ଥ କରିସାରିଥିବା ସେ ପ୍ରକାଶ କରିଛନ୍ତି। ନବୀନଙ୍କ ପ୍ରଚାର ପରେ ଯୁବ ବିଜେଡି ନେତାମାନେ ବେଶ ସକ୍ରିୟ ହୋଇପଡିଥିବା ଦେଖିବାକୁ ମିଳିଛି। ବିଜେଡିର ବିଜୟ ନିଶ୍ଚିତ ବୋଲି ସେମାନେ କହିବୁଲୁଛନ୍ତି। ମାତ୍ର ବିରୋଧୀ ଭାଜପା ଓ କଂଗ୍ରେସ ନବୀନଙ୍କ ପ୍ରଚାର କୌଣସି ପ୍ରଭାବ ପକାଇବ ନାହିଁ ବୋଲି କହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ସିକେ ନାଇଡୁ ଟ୍ରଫି: ଓଡ଼ିଶା-ବେଙ୍ଗଲ ମୁକାବିଲା

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ଆସନ୍ତା ୬ତାରିଖରୁ ବରଗଡ଼ କ୍ରିଷ୍ଣା ବିକାଶ କ୍ରିକେଟ୍‌ ଗ୍ରାଉଣ୍ଡରେ  ଓଡ଼ିଶା-ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ବୟସ ସି.କେ. ନାଇଡୁ ଟ୍ରଫିର ଇଲାଇଟ୍‌ ଗ୍ରୁପ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

‘ମନବଳ ଦୃଢ଼ ହେଲେ ହାରିବ କ୍ୟାନସର’

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ କର୍କଟ ଦିବସ ଅବସରରେ ବୁଧବାର ବରଗଡ଼ ଫାଇଟର୍ସ ଗ୍ରୁପ୍‌ ପକ୍ଷରୁ ଏକ କର୍କଟ ସଚେତନତା ପଦଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଏହି…

ବାପାଙ୍କୁ ଥଣ୍ଡା ପାନୀୟରେ ପାଇଖାନା ସଫା ଏସିଡ୍‌ ମିଶାଇ ପିଇବାକୁ ଦେଲେ ପୁଅ, ପରେ ପନିକିରେ ଗଳାକାଟି…

ବିଷମକଟକ,୪ା୨(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ସହରର ବ୍ରାହ୍ମଣ ସାହି ଅଞ୍ଚଳରେ ଘଟିଥିବା ଏକ ନିର୍ମମ ହତ୍ୟାକାଣ୍ଡ ସାରା ଅଞ୍ଚଳକୁ ଚକିତ କରିଦେଇଛି। ନିଜ ବାପାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri