Posted inଜାତୀୟ

ପୁଣି ହେବ କି ଭାରତ-ପାକିସ୍ତାନ ଯୁଦ୍ଧ? ମୋଦି ନେବେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୧୨: ଦିଲ୍ଲୀ ବିସ୍ଫୋରଣକୁ ନେଇ ଆଜି ବସୁଛି CCS ବୈଠକ। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସୁଛି ସୁରକ୍ଷା ସଂପର୍କିତ କେନ୍ଦ୍ର କ୍ୟାବିନେ ବୈଠକ। ବୈଠକରେ ହୋଇପାରେ ବଡ଼ ନିଷ୍ପତ୍ତି। ପାକିସ୍ତାନ ବିରୋଧରେ ପ୍ରମାଣ ମିଳିଲେ ହୋଇପାରେ ବଡ଼ ଆକ୍ସନ। ପୁଲୱାମା ଆତଙ୍କବାଦୀ ଆକ୍ରମଣ ପରେ ଅପରେସନ ସିନ୍ଦୂର ଅଭିଯାନ ଚଳାଇଥିଲା ଭାରତ। ପରେ ସରକାର ବାରମ୍ବାର କହିଥିଲେ, ଯେ ଅପରେସନ ସିନ୍ଦୂର ବନ୍ଦ ହୋଇନାହିଁ, ବରଂ ସ୍ଥଗିତ ରଖାଯାଇଛି। ଏବେ ଦିଲ୍ଲୀ ବିସ୍ଫୋରଣ ସହ ପାକିସ୍ତାନର ଲିଙ୍କ୍ ବାହାରିଲେ ବଡ଼ ନିଷ୍ପତ୍ତି ନେଇପାରନ୍ତି କେନ୍ଦ୍ର ସରକାର।

i20 କାରକୁ ବିସ୍ଫୋରଣରେ ବ୍ୟବହାର କରାଯାଇଛି। ବିସ୍ଫୋରଣ ପଛରେ ଆତଙ୍କୀ ସଂଗଠନ ଜୈସ ଏ ମହମ୍ମଦର ସାଂଘାତିକ ଷଡ଼ଯନ୍ତ୍ର ରହିଥିବା କୁହାଯାଉଛି। ଲାଲକିଲ୍ଲା ଆକ୍ରମଣ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ନେଇ ଆଜି ସୁରକ୍ଷା ସଂପର୍କିତ କ୍ୟାବିନେଟ୍ କମିଟିର ଗୁରୁତ୍ବପୂର୍ଣ୍ଣ ବୈଠକ ବସୁଛି । ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ ଲାଲକିଲ୍ଲା ବିସ୍ଫୋରଣର ଜବାବ କିଭଳି ଦେବ ଭାରତ, ତାହା ଉପରେ ସବିଶେଷ ଆଲୋଚନା କରାଯିବ।

ବିସ୍ଫୋରଣ ପୂର୍ବରୁ ସିସିଟିଭିରେ କଏଦ ହୋଇଛି ଡାକ୍ତର ଉମରର ଫଟୋ। ଜାମମ୍ମୁ କାଶା୍ମୀରରୁ ଉମରଙ୍କ ମାଆ ଓ ଭାଇଙ୍କୁ ଗିରଫ କରାଯାଇଛି । ଜୈସ ଏ ମହମ୍ମଦ ମହିଳା ୱିଙ୍ଗ ପାଇଁ କାମ କରିବା ଅଭିଯୋଗରେ ମହିଳା ଡାକ୍ତର ସାହିନଙ୍କୁ ବାନ୍ଧିଲା ପୋଲିସ। ଦିଲ୍ଲୀ ବିସ୍ଫୋରଣ ପଛରେ ଆତଙ୍କବାଦୀ ସଂଗଠନର ସଂପୃକ୍ତି ନେଇ ପ୍ରମାଣ ଖୋଜୁଛି ଏନଆଇଏ । ପ୍ରାଥମିକ ତଦନ୍ତରୁ ଏହା ଆତ୍ମଘାତୀ ବିସ୍ଫୋରଣ ନୁହେଁ ବୋଲି ସୂଚନା ମିଳିଛି ।

ଘଟଣାରେ ଆତଙ୍କୀ ଲିଙ୍କ୍‌ର ତଦନ୍ତ କରୁଛି ଏନଆଇଏ। ଆଉ ଯଦି ପାକିସ୍ତାନର ସମ୍ପୃକ୍ତି ନେଇ କୌଣସି ପ୍ରମାଣ ମିଳେ, ତେବେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇପାରନ୍ତି ସରକାର ବୋଲି କୁହାଯାଉଛି । ତଦନ୍ତ ବେଳେ ଜଣାପଡ଼ିଛି, ଭାରତରେ କାମ କରୁଛି ଜୈସ ଏ ମହମ୍ମଦର ହ୍ବାଇଟ କଲାର ମଡେଲ। ଆତଙ୍କୀ ସଂଗଠନ ସ୍ଲିପର ସେଲ ଏଜେଣ୍ଟଭାବେ କାମ କରୁଛନ୍ତି ଡାକ୍ତର, ସରକାରୀ ଚାକିରିଆ, ଉଚ୍ଚ ଶିକ୍ଷିତ।

 


Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri