ହେବ କି ଆଉ ଏକ ଯୁଦ୍ଧ! ଚାଇନା ଦେଲାଣି ମଧ୍ୟସ୍ଥତା ପ୍ରସ୍ତାବ

ଇସଲାମାବାଦ,୧୮।୧: ଇରାନର ଅପ୍ରତ୍ୟାଶିତ ଆକ୍ରମଣରେ ନିରାଶ ହୋଇ ପାକିସ୍ତାନ ଗୁରୁବାର ସକାଳେ ସୀମାଠାରୁ ୪୮ କିଲୋମିଟର ଦୂରରେ ଥିବା ଇରାନ ଅଞ୍ଚଳରେ ଆକ୍ରମଣ କରିଥିଲା। ପାକିସ୍ତାନ କହିଛି ଯେ ରକେଟ ଏବଂ ଘାତକ ଡ୍ରୋନ ସାହାଯ୍ୟରେ ବାଲୁଚି ଆତଙ୍କବାଦୀଙ୍କ ଲୁଚି ରହିଥିବା ସ୍ଥାନ ଉପରେ ଆକ୍ରମଣ କରିଛି। ଏହି ବାଲୁଚି ଆତଙ୍କବାଦୀମାନେ ଦୀର୍ଘ ଦିନ ଧରି ପାକିସ୍ତାନ ଭିତରେ ହିଂସା ବିସ୍ତାର କରୁଥିବାବେଳେ ଇରାନ କହିଛି ଯେ ସିସ୍ତାନ-ବାଲୁଚିସ୍ତାନର ଏକ ଗ୍ରାମ ଉପରେ ପାକିସ୍ତାନୀ ଆକ୍ରମଣରେ ୯ ଜଣଙ୍କର ମୃତ୍ୟୁ ଘଟିଛି। ଯେଉଁମାନଙ୍କ ମଧ୍ୟରେ ୪ଜଣ ଶିଶୁ, ୩ଜଣ ମହିଳା ଏବଂ ୨ ଜଣ ପୁରୁଷ ଅଛନ୍ତି।
ଇରାନର ଗୃହ ମନ୍ତ୍ରୀ ଅହମ୍ମଦ ଭାହିଦି ନିହତ ହୋଇଥିବା ଲୋକଙ୍କୁ ବିଦେଶୀ ନାଗରିକ ବୋଲି ବର୍ଣ୍ଣନା କରିଛନ୍ତି। ପ୍ରାୟ ୩୦ ଘଣ୍ଟା ମଧ୍ୟରେ ଇରାନ ଏବଂ ପାକିସ୍ତାନ ପରସ୍ପରର ଟାର୍ଗେଟରେ ଆକ୍ରମଣ ଯୋଗୁଁ ଏହି ଅଞ୍ଚଳରେ ଉତ୍ତେଜନା ବୃଦ୍ଧି ପାଇଛି। ଦୁଇ ବନ୍ଧୁ ଦେଶ ମଧ୍ୟରେ ଥିବା ତିକ୍ତତାକୁ ଦୂର କରିବା ପାଇଁ ଚାଇନା ମଧ୍ୟସ୍ଥତା ପ୍ରସ୍ତାବ ଦେଇଛି। ମଙ୍ଗଳବାର ବିଳମ୍ବିତ ରାତିରେ ଆତଙ୍କବାଦୀ ସଂଗଠନ ଜୈଶ-ଅଲ-ଅଦଲଙ୍କ ଶିବିର ଉପରେ ଇରାନ ଆକ୍ରମଣରେ ହତାଶ ହୋଇ ପାକିସ୍ତାନ ଗୁରୁବାର ସକାଳେ ଇରାନର ସୀମା ଅଞ୍ଚଳରେ ଏୟାର ଷ୍ଟ୍ରାଇକ କରିଥିଲା। ତେବେ ଇରାନ ଓ ପାକିସ୍ତାନ ମଧ୍ୟରେ ଏହି ତିକ୍ତତା ଆଉ ଏକ ଯୁଦ୍ଧ କରିପାରେ ବୋଲି ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବନର ବହୁତ ବଡ କଥା କହିଲେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ

ଓ୍ବାଶିଂଟନ,୨୭।୪: ଆମେରିକାରେ କିଛି ମାସ ମଧ୍ୟରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଇତିମଧ୍ୟରେ ରାଷ୍ଟ୍ରପତି ଜୋ ବାଇଡେନ ଏବଂ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ...

ରୁଷିଆ ସେନାକୁ ଚାଇନା ସହାୟତା: ପ୍ରତିବାଦ ଜଣାଇଲେ ବ୍ଲିଙ୍କେନ୍‌

ବେଜିଂ,୨୭ା୪: ଆମେରିକା ପରରାଷ୍ଟ୍ର ସଚିବ ଆଣ୍ଟୋନି ବ୍ଲିଙ୍କେନ୍‌ ଶୁକ୍ରବାର ଚାଇନା କର୍ତ୍ତୃପକ୍ଷଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ୟୁକ୍ରେନ୍‌ ସହ ଯୁଦ୍ଧରେ ରୁଷିଆ ସେନାକୁ...

ପ୍ଲାଷ୍ଟିକ୍‌ ପ୍ରଦୂଷଣ ପାଇଁ ୫୬ କମ୍ପାନୀ ଦାୟୀ

ଲଣ୍ଡନ୍‌,୨୭ା୪: ବିଶ୍ୱର ଅର୍ଦ୍ଧାଧିକ ପ୍ଲାଷ୍ଟିକ୍‌ ପ୍ରଦୂଷଣ ପାଇଁ ୫୬ ବହୁରାଷ୍ଟ୍ରୀୟ କମ୍ପାନୀ ଦାୟୀ। ସେହିପରି ଏକ-ଚତୁର୍ଥାଂଶ ପ୍ରଦୂଷଣ ପାଇଁ ୬ଟି କମ୍ପାନୀ ଦାୟୀ ବୋଲି ଏକ...

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

କିଏ ସେହି ଭାରତୀୟ ଛାତ୍ରୀ ଯାହାଙ୍କୁ ଆମେରିକାରେ କରାଯାଇଛି ଗିରଫ

ଓ୍ବାଶିଂଟନ,୨୬।୪: ଆମେରିକାରେ ଜଣେ ଭାରତୀୟ ଛାତ୍ରୀଙ୍କୁ ଗିରଫ କରାଯାଇଛି। ଏହି ଛାତ୍ର ଇସ୍ରାଏଲକୁ ବିରୋଧ କରୁଥିବାବେଳେ ପାଲେଷ୍ଟାଇନକୁ ସମର୍ଥନ କରି ବିରୋଧ କରିଥିବା ଅଭିଯୋଗ ହୋଇଛି।...

ଭାରତ ଉପରେ ରାଗିଗଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରିବା ଅଭିଯୋଗରେ ଆମେରିକା ଦଶହଜାର କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଆମେରିକା ବିଶ୍ୱବିଦ୍ୟାଳୟରେ ହିଂସକ ହେଲା ପାଲେଷ୍ଟାଇନ ସମର୍ଥକଙ୍କ ପ୍ରଦର୍ଶନ

ଅଷ୍ଟିନ,୨୬।୪: ଆମେରିକାର ବିଶ୍ୱବିଦ୍ୟାଳୟରେ ଇସ୍ରାଏଲ-ହମାସ ଯୁଦ୍ଧ ବିରୋଧରେ ବିରୋଧ ତୀବ୍ର ହୋଇଛି। ଅନେକ ବିଶ୍ୱବିଦ୍ୟାଳୟରେ ପ୍ରଦର୍ଶନ ଭାଙ୍ଗିବା ପାଇଁ ପୋଲିସ ଡାକିବାକୁ ପଡିଥିଲା। ବିକ୍ଷୋଭକାରୀ ଏବଂ...

ଏହି ଦେଶରେ ସେନା ରଚିଲା ନରସଂହାର, ୨୨୩ ସାଧାରଣ ନାଗରିକଙ୍କୁ କଲା ହତ୍ୟା, ୫୬ ଶିଶୁ ସାମିଲ

ନୂଆଦିଲ୍ଲୀ,୨୬।୪: ପଶ୍ଚିମ ଆଫ୍ରିକୀୟ ଦେଶ ବୁର୍କିନା ଫାସୋରୁ ଏକ ବଡ଼ ହତ୍ୟାକାଣ୍ଡର ଖବର ଆସିଛି। ଏହି ଘଟଣାରେ ଦେଶର ସେନାକୁ ଦାୟୀ କରାଯାଉଛି। ଅଭିଯୋଗ ହୋଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri