‘କାନ୍ତାରା-୨’ରେ ନଜର ଆସିବେ କି ଉର୍ବଶୀ? ଜାଣନ୍ତୁ କ’ଣ କହିଲେ ରିଷଭ ଶେଟ୍ଟୀ

ମୁମ୍ବାଇ: ଅଭିନେତା-ନିର୍ଦ୍ଦେଶକ ରିଷଭ ଶେଟ୍ଟୀଙ୍କ ଚଳଚ୍ଚିତ୍ର ‘କାନ୍ତାରା’ ବକ୍ସ ଅଫିସରେ ସୁପରହିଟ୍‌ ହୋଇଥିଲା। ଏହି ଚଳଚ୍ଚିତ୍ରର ସଫଳତା ପରେ ରିଷବ ଶେଟ୍ଟୀ ପାନ ଇଣ୍ଡିଆ ମାନ୍ୟତା ହାସଲ କରିଥିଲେ। ତାଙ୍କର ଚମତ୍କାର ପ୍ରଦର୍ଶନ ପାଇଁ ତାଙ୍କୁ ଦାଦାସାହେବ ଫାଲକେ ଆଓ୍ବାର୍ଡରେ ମୋଷ୍ଟ ପ୍ରମିସିଙ୍ଗ୍‌ ଆକ୍ଟର ପଦବୀ ପ୍ରଦାନ କରାଯାଇଥିଲା। ଇତି ମଧ୍ୟରେ ‘କାନ୍ତାରା’ର ପ୍ରିକ୍ୱେଲ ପାଇଁ ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଛି। ନିକଟରେ ଏକ ଫଟୋରେ ରିଷଭଙ୍କ ସହ ବଲିଉଡ ଅଭିନେତ୍ରୀ ଉର୍ବଶୀ ରୌତେଲାଙ୍କ ଫଟୋ ଭାଇରାଲ ହୋଇଥିଲା। ଯାହାକୁ ନେଇ ‘କାନ୍ତାରା-୨’ରେ ଉର୍ବଶୀ ଏଣ୍ଟ୍ରି କରିପାରନ୍ତି ବୋଲି ଖବର ସାମ୍ନାକୁ ଆସିଥିଲା, କିନ୍ତୁ ବର୍ତ୍ତମାନ ରିଷଭ ଶେଟ୍ଟୀ ଏହା ଉପରେ ନୀରବତା ଭାଙ୍ଗିଛନ୍ତି।
ନିକଟରେ ଏକ ସାକ୍ଷାତକାରରେ ରିଷଭ ଶେଟ୍ଟୀଙ୍କୁ ‘କାନ୍ତାରା-୨’ରେ ଉର୍ବଶୀ ନଜର ଆସିବା ନେଇ ପଚରାଯାଇଥିଲା। ଯାହାର ଉତ୍ତରରେ ସେ କହିଛନ୍ତି ଯେ, ସେହି ସେଲଫି ଦେଖିବା ପରେ ଆପଣ ଏଭଳି ଭାବିଦେଇଛନ୍ତି। ବର୍ତ୍ତମାନ ଏହା େtସପରି ନୁହେଁ। ଫିଲ୍ମକୁ ନେଇ କାମ ଚାଲିଛି। ଖୁବ୍‌ଶୀଘ୍ର ଏହାକୁ ନେଇ ଏକ ଘୋଷଣା ହେବ।

ଚଳଚ୍ଚିତ୍ର କାନ୍ତାରା ସେପ୍ଟେମ୍ବର ୩୦ରେ ରିଲିଜ୍‌ ହୋଇଥିଲା। ୨୦ କୋଟି ବଜେଟରେ ନିର୍ମିତ ଚଳଚ୍ଚତ୍ରଟି ବକ୍ସ ଅଫିରେ ୪୦୦ କୋଟିରୁ ଅଧିକ ଆୟ କରି ରେକର୍ଡ ସୃଷ୍ଟି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ ଶୀଘ୍ର ଆଈ ହେବାକୁ ଯାଉଛନ୍ତି ନୀନା ଗୁପ୍ତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ। ଅଭିନେତ୍ରୀଙ୍କ ଝିଅ ମାସାବା ଖୁବଶୀଘ୍ର ମା’...

ଶଳା ସଲମାନ୍‌ ନୁହେଁ, ବରଂ ଫିଲ୍ମ କରିବା ପୂର୍ବରୁ ପୋଷାକୁକୁର ସହ କଥା ହୁଅନ୍ତି ଆୟୁଷ  

ବମ୍ବେ: ବଲିଉଡର ଦବଙ୍ଗ ଖାନ୍‌ଙ୍କ ସାନ ଉଭଣୀ ଅର୍ପିତା ଖାନ୍‌ଙ୍କ ସ୍ବାମୀ ହେଉଛନ୍ତି ଆୟୁଷ ଶର୍ମା। ଖ୍ୟାତନାମା ଫିଲ୍ମନିର୍ମାତା ସଲୀମ ଖାନ୍‌ଙ୍କ ସେ ଜ୍ୱାଇଁ ହୋଇଥିବାରୁ...

ନୂଆ ରେକର୍ଡ କଲା ଅଲୁ ଅର୍ଜୁନଙ୍କ ପୁଷ୍ପା ୨, ଏହି ପ୍ଲାଟଫର୍ମକୁ ୨୭୫ କୋଟି ଟଙ୍କାରେ ବିକ୍ରୀ କଲା ଡିଜିଟାଲ୍ ରାଇଟ୍

ମୁମ୍ବାଇ: ଅଲୁ ଅର୍ଜୁନଙ୍କ ପୁଷ୍ପା ୨ ଟିଜର ଆସିବା ପରଠାରୁ ଏହା ହେଡଲାଇନରେ ରହିଛି। ଏବେ ଖବର ଆସିଛି ଯେ, ବହୁ ପ୍ରତୀକ୍ଷିତ ସୁକୁମାରଙ୍କ ନିର୍ଦ୍ଦେଶିତ...

ରାଜ କୁନ୍ଦ୍ରାଙ୍କ ୯୭.୭୯ କୋଟିର ସମ୍ପତ୍ତି ଜବତ କଲା ଇଡି, ଶିଳ୍ପାଙ୍କ ବଙ୍ଗଳା ବି ହେଲା ସିଜ୍‌

ମୁମ୍ବାଇ,୧୮।୪: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା ପୁଣି ଏକ ବଡ଼ ଅଡ଼ୁଆରେ ଫସିଛନ୍ତି। ଇଡି ତାଙ୍କର ୯୭.୭୯ କୋଟି ଟଙ୍କାର ସମ୍ପତ୍ତିକୁ...

ପରପାରିରେ ବିଶିଷ୍ଟ ଅଭିନେତା-ନିର୍ଦ୍ଦେଶକ ସଚ୍ଚି ଦାସ

ଭୁବନେଶ୍ୱର,୧୮।୪: ଆରପାରିରେ ବିଶିଷ୍ଟ ସିନେ କଳାକାର ଡ. ସଚ୍ଚି ଦାସ । ମୃତ୍ୟୁବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା । ସଚ୍ଚି ଦାସ, କବି ସମ୍ରାଟ...

ଗର୍ଭବତୀ ଥାଇ ବି ଆକ୍ସନ ସିନ୍‌ କରୁଛନ୍ତି ଦୀପିକା!

ମୁମ୍ବାଇ: ବଲିଉଡର ‘ମସ୍ତାନୀ’ ଅର୍ଥାତ୍‌ ଦୀପିକା ପାଦୁକୋନ ୨୦୨୪ ସେପ୍ଟେମ୍ବରରେ ମା’ ହେବାକୁ ଯାଉଛନ୍ତି। ଏହି ମୁହୂର୍ତ୍ତକୁ ଅନୁଭବ କରିବାକୁ ଉଭୟ ଅଭିନେତା ରଣବୀର ସିଂ...

କ୍ରିମନାଲ ଲୟର ହେବାକୁ ଚାହୁଁଥିଲେ ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ ଷ୍ଟାର କିଡଙ୍କ କଥା ଯଦି ଆଲୋଚନାକୁ ନିଆଯାଏ, ତେବେ କୁହାଯାଏ ଯେ ଏମାନେ ପ୍ୟାରେଣ୍ଟସଙ୍କ ପଥ ଅନୁସରଣ କରି ମନୋରଞ୍ଜନ ଦୁନିଆରେ ନିଜର...

ସାଉଥରେ ଡେବ୍ୟୁ କରିବେ ଅକ୍ଷୟ

ହାଇଦ୍ରାବାଦ: ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ନିଜର ଆକ୍ସନ ଥ୍ରୀଲର ଫିଲ୍ମ ‘ବଡ଼େ ମିୟାଁ ଛୋଟେ ମିୟାଁ’ପରେ ଏବେ ତେଲୁଗୁ ଇଣ୍ଡଷ୍ଟ୍ରିରେ ଡେବ୍ୟୁ କରିବାକୁ ଯାଉଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri