ତାଣ୍ଡବ ରଚିବ ପ୍ରତିବର୍ଷ: ଏହି ଦୁଇ ମାସରେ ହେବ ବେଲଗାମ…

ନୂଆଦିଲ୍ଲୀ,୧୯।୪: ଭାରତରେ କରୋନା ସଂକ୍ରମଣ ଅସମ୍ଭାଳ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ବେଲଗାମ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ତେବେ ପ୍ରତିବର୍ଷ କରୋନା ସଂକ୍ରମଣର ନୂଆ ନୂଆ ଲହର ଏଭଳି ତାଣ୍ଡବ ରଚିବ ବୋଲି ଗବେଷକ ସୂଚନା ଦେଇଛନ୍ତି। ପ୍ରତିବର୍ଷ ଅକ୍ଟୋବର ଏବଂ ମାର୍ଚ୍ଚ ଏହି ଦୁଇ ମାସରେ କରୋନାର ନୂଆ ନୂଆ ଲହର ସୃଷ୍ଟି ହେବ। ଅକ୍ଟୋବରରୁ ସୃଷ୍ଟି ହେଉଥିବା ସଂକ୍ରମଣ ଡିସେମ୍ବର-ଜାନୁୟାରୀରେ ଧିମା ପଡ଼ିବ। ପୁଣି ଏକ ଲହର ମାର୍ଚ୍ଚରୁ ଆରମ୍ଭ ହୋଇ ମେ’ ରେ ଶେଷ ହେବ। ତେବେ ଦ୍ୱିତୀୟ ପର୍ଯ୍ୟାୟ ଲହର ବେଲଗାମ ହେବା ସହିତ ଅଧିକ ଦିନ ରହିବ ବୋଲି ବିଶେଷଙ୍କ ପକ୍ଷରୁ କରାଯାଇଥିବା ଏକ ସର୍ଭେ ରିପୋର୍ଟ ସାଇନ୍ସ୍‌ ଡାଇରେକ୍ଟ ପତ୍ରିକାରେ ପ୍ରକାଶ ପାଇଛି। ତେବେ ପ୍ରତିବର୍ଷ ସୃଷ୍ଟି ହେବାକୁ ଥିବା ଦ୍ୱିତୀୟ ଲହରର ସମୟ ସୀମା କେତେ ରହିବ ସେ ସମ୍ପର୍କରେ କୌଣସି ନିଦ୍ଦିଷ୍ଟ ସୂଚନା ରିପୋର୍ଟରେ ଦର୍ଶାଯାଇ ନାହିଁ। ଚଣ୍ଡିଗଡ଼ ଏବଂ ପଞ୍ଜାବ ବିଶ୍ୱବିଦ୍ୟାଳୟର ଗବେଷକମାନେ ୧୮୫୭ରୁ ୨୦୧୫ ପର୍ଯ୍ୟନ୍ତ ଗତ ୨୩୨ ବର୍ଷର ଅଧ୍ୟୟନ ଆଧାରରେ ଏହି ରିପୋର୍ଟ ପ୍ରକାଶ କରିଛନ୍ତି। ସେତେବେଳେ ଜାରି ରହିଥିବା ଫ୍ଲୁ ର ଲହର କରୋନା ଭଳି ତାଣ୍ଡବ ରଚିଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଫ୍ଲୁ ର ପ୍ରଥମ ସଂକ୍ରମଣ ଅବଧି କମ୍‌ ସମୟ ଥିଲା। ତେବେ ପରବର୍ତ୍ତୀ ସମୟରେ ଏହା ଉଗ୍ର ରୂପ ଧରିଥିବା ରିପୋର୍ଟରେ ପ୍ରକାଶ ପାଇଛି। ରିପୋର୍ଟେ ୧୮୫୭, ୧୮୮୯, ୧୯୧୮, ୧୯୬୮, ୧୯୭୭ ଏବଂ ୨୦୦୯ରେ ସୃଷ୍ଟି ହୋଇଥିବା ଫ୍ଲୁ ଭଳି ମହାମାରୀ ସମ୍ପର୍କରେ ତଥ୍ୟ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri