Posted inଜାତୀୟ

ପୁଣିଥରେ ହେବ କି ୱାର୍କ ଫ୍ରମ୍ ହୋମ୍ ଏବଂ ସ୍କୁଲ ସଟ୍ ଡାଉନ? ଏପରି କିଛି କହିଦେଲେ ବିଶେଷଜ୍ଞ, ସମସ୍ତେ କାବା..

ନୂଆଦିଲ୍ଲୀ,୨୬।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ସାଧାରଣ ଲୋକଙ୍କ ଜୀବନକୁ ପ୍ରଭାବିତ କରୁଛି। ଏହା ବିଶ୍ୱର ଶକ୍ତି ଯୋଗାଣ ଏବଂ ଇନ୍ଧନ ବଜାରକୁ ପ୍ରଭାବିତ କରିଛି। ଏହି ପରିସ୍ଥିତି ଭାରତ ଭଳି ଦେଶ ପାଇଁ ବିଶେଷ ଭାବରେ ଜଟିଳ ହେଉଛି । ଏତିକି ଭିତରେ ଲୋକଙ୍କ ମନରେ ଏବେ ଗୋଟିଏ ପ୍ରଶ୍ନ ଉଠୁଛି ଦେଶକୁ ପୁଣିଥରେ ଫେରିବକି ୱାର୍କ ଫ୍ରମ୍ ହୋମ୍ । ତେବେ ଚାଲନ୍ତୁ ସେ ସବୁ ବିଷୟରେ ଏଠାରେ ଆଲୋଚନା କରିବା ।

ତେବେ ସୋମବାର ଦିନ ସଂସଦରେ ପ୍ରଧାନମନ୍ତ୍ରୀ ମୋଦି ସୂଚିତ କରିଥିଲେ ଯେ ଏହି ସଙ୍କଟ ଆହୁରି ଲମ୍ବା ହୋଇପାରେ, ତେଣୁ ଆମକୁ ଏକତା ଏବଂ ପ୍ରସ୍ତୁତ ରହିବାକୁ ପଡିବ। ପ୍ରଧାନମନ୍ତ୍ରୀ ସ୍ପଷ୍ଟ ଭାବରେ ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧକୁ ଇଙ୍ଗିତ କରୁଥିଲେ। ପ୍ରଧାନମନ୍ତ୍ରୀ ମୋଦିଙ୍କ ବୟାନ ପରେ, ସୋସିଆଲ ମିଡିଆରେ ଲକଡାଉନ ଏବଂ ୱାର୍କ ଫ୍ରମ୍ ହୋମ୍ ଏବଂ ସ୍କୁଲ ସଟ୍ ଡାଉନ ବିଷୟରେ ବେଶ ଭାଇରାଲ ହେବାରେ ଲାଗିଛି।

ଏହାରି ଭିତରେ Investment Banker, Business Educator and Bestselling Author ସାର୍ଥକ ଆହୁଜା କହିଛନ୍ତି ଯେ ଭବିଷ୍ୟତରେ, ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡ଼ିକୁ ଗ୍ୟାସ ଯୋଗାଣ ବନ୍ଦ କରାଯାଇପାରେ ଯାହା ଦ୍ୱାରା ସାଧାରଣ ଜନତା ଘରେ ରୋଷେଇ କରିବା ପାଇଁ ଗ୍ୟାସ ପାଇପାରିବେ। ଏହା ବ୍ୟତୀତ, ଜେଟ୍ ଇନ୍ଧନର ଅଭାବ ବିମାନ ଭଡା ବୃଦ୍ଧି ହୋଇଯାଇଛି। ଏପରି ପରିସ୍ଥିତିରେ, ସ୍କୁଲଗୁଡ଼ିକରେ ଅସ୍ଥାୟୀ ଭାବରେ ଅନଲାଇନ୍ ପାଠପଢା ହୋଇପାରେ ବୋଲି ସେ ପୂର୍ବାନୁମାନ କରିଛନ୍ତି ।

https://www.youtube.com/shorts/JF9a_f3zIi4 

 

 


Enter your email to get our daily news in your inbox.

All Right Reserved By Dharitri.Com

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?