Posted inଜାତୀୟ

ଦଳ ଇଚ୍ଛାରେ କାର୍ଯ୍ୟ କରିବି: ରାହୁଲ

ନୂଆଦିଲ୍ଲୀ, ୨୦।୧୨: ଦଳୀୟ ସଂଗଠନରେ ସମ୍ପୂର୍ଣ୍ଣ ପରିବର୍ତ୍ତନ ପାଇଁ ଚିଠି ଲେଖିଥିବା ବରିଷ୍ଠ କଂଗ୍ରେସ ନେତାମାନଙ୍କୁ ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଦୀର୍ଘ ମାସ ପରେ ଶନିବାର ଭେଟିଥିଲେ। ରାହୁଲ ଗାନ୍ଧୀ ପୁଣି ଥରେ କଂଗ୍ରେସର ଅଧ୍ୟକ୍ଷ ପଦ ସମ୍ଭାଳିବା ପାଇଁ ଦିଆଯାଇଥିବା ପ୍ରସ୍ତାବକୁ କେହି ବିରୋଧ କରି ନ ଥିଲେ। ତେବେ ଖୁବ୍‌ଶୀଘ୍ର ଦଳରେ ଚିନ୍ତନ ଶିବିର ଲାଗି ପ୍ରସ୍ତାବ ଦିଆଯାଇଥିଲା। ଦଳ ପାଇଁ ସମସ୍ତେ ଯାହା ଚାହିଁବେ ସେ କରିବାକୁ ପ୍ରସ୍ତୁତ ବୋଲି ବୈଠକରେ ରାହୁଲ ଗାନ୍ଧୀ କହିଛନ୍ତି। ଦଳ ଏକ ପରିବାର ଭଳି ଏବଂ ସମସ୍ତେ ଏକାଠି କାମ କରିବେ ବୋଲି ସୋନିଆ କହିଥିଲେ।
ସୂଚନାଯୋଗ୍ୟ ଗତ ଅଗଷ୍ଟରେ ୨୩ ଜଣ ଅସନ୍ତୁଷ୍ଟ କଂଗ୍ରେସ ନେତା ସୋନିଆଙ୍କୁ ପତ୍ର ଲେଖି ସାଂଗଠନିକ ସ୍ତରରେ ସମ୍ପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତାବ ଦେଇଥିଲେ। ଏଥିସହିତ ଦଳରେ ଏକ କାର୍ଯ୍ୟକାରୀ ଅଧ୍ୟକ୍ଷ ପଦ ସୃଷ୍ଟି ଲାଗି ସେମାନେ ଲେଖିଥିଲେ। ନୂଆ ବର୍ଷରେ ରାହୁଲ ପୁଣି ଥରେ ଦଳର ମଙ୍ଗ ଧରିପାରନ୍ତି ବୋଲି କଳ୍ପନାଜଳ୍ପନା ପ୍ରକାଶ ପାଇଆସୁଛି। ୪ ମାସ ପରେ ସୋନିଆ ତଥାକଥିତ ବିଦ୍ରୋହୀ ନେତାମାନଙ୍କୁ ଭେଟିଥିଲେ। ଅନ୍ତରୀଣ ଅଧ୍ୟକ୍ଷାଙ୍କ ୧୦ ଜନପଥ ବାସଭବନରେ ଅନୁଷ୍ଠିତ ଏହି ବୈଠକରେ ରାହୁଲ ଓ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଧ୍ୟ ଉପସ୍ଥିତ ଥିଲେ। ଗତବର୍ଷ ସାଧାରଣ ନିର୍ବାଚନରେ ଦଳର ପରାଜୟ ପାଇଁ ନିଜକୁ ଦାୟୀ କରି ରାହୁଲ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବାରୁ ନୂଆ ନେତା ନିର୍ବାଚିତ ହେବା ପର୍ଯ୍ୟନ୍ତ ସୋନିଆ ଅନ୍ତରୀଣ ଅଧ୍ୟକ୍ଷ ପଦ ଗ୍ରହଣ କରିଥିଲେ।
ଦଳରେ ମତଭେଦ ନାହିଁ। ରାହୁଲ ଅଧ୍ୟକ୍ଷ ହେବାରେ କାହାର ସମସ୍ୟା ନାହିଁ ବୋଲି ବୈଠକ ପରେ ବରିଷ୍ଠ ନେତା ପଓ୍ବନ ବଂଶଲ କହିଛନ୍ତି। ଅନ୍ୟପକ୍ଷରେ ଦଳକୁ ସୁଦୃଢ଼ କରିବା ନେଇ ବୈଠକରେ ଆଲୋଚନା ହୋଇଥିଲା। ଭବିଷ୍ୟତ କାର୍ଯ୍ୟପନ୍ଥା ସ୍ପଷ୍ଟ ହୋଇନାହିଁ। ଶିମ୍‌ଲା ଓ ପଞ୍ଚମଢ଼ିରେ ଚିନ୍ତନ ଶିବିର ଅନୁଷ୍ଠିତ ହେବ ବୋଲି ପୃଥ୍ବୀରାଜ ଚଭନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri