‘ମୋତେ ବାହା ହେବ’ ଏମିତି ଲେଖା ଥାଇ ଉଡୁଥିଲା ବିମାନ, ହଠାତ୍‌ ଇଞ୍ଜିନ ହେଲା ଖରାପ; ଆଉ ତା’ ପରେ…

ଓଟଓ୍ବା,୬ା୧୦: କାନାଡାରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଜଣେ ଯାତ୍ରୀଙ୍କର ମୃତ୍ୟୁ ଘଟିଛି। ପାଇଲଟ୍‌ ମଧ୍ୟ ଆହତ ହୋଇଛନ୍ତି। ଏହି ବିମାନ ଏକ ବ୍ୟାନର ନେଇ ଉଡ଼ାଣ ଆରମ୍ଭ କରିଥିଲା। ବ୍ୟାନରଟି ବିମାନ ବାହାରେ ଉଡୁଥିଲା। ଯେଉଁଥିରେ ବିବାହ ପ୍ରସ୍ତାବ ଥିଲା।

ଏକ ରିପୋର୍ଟ ଅନୁଯାୟୀ, ବିମାନଟି ମାନାଟ୍ରିୟାଲ ସହରରେ ହୋଇଛି। ଏହାକୁ ନେଇ କାନାଡା ପରିବହନ ସୁରକ୍ଷା ବୋର୍ଡ କହିଛି, cessna-172 ବିମାନ ଏକ ବ୍ୟାନର ନେଇ ଉଡ଼ାଣ କରିଥିଲା। ଏଥିରେ ଲେଖିଥିଲା, କ’ଣ ତୁମେ ମୋତେ ବିବାହ କରିବ?

ଯେତେବେଳେ ବିମାନ ଆକାଶରେ ଉଡ଼ାଣ କରୁଥିଲା ଇଞ୍ଜିନ୍‌ ଖରାପ ହୋଇଗଲା। ହଠାତ୍‌ ବିମାନଟି ତଳକୁ ଖସି ପଡ଼ିଥିଲା। ପରେ ନିଆଁ ଲାଗି ଯାଇଥିଲା। ଏଥିରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ପାଇଲଟ ଆହତ ହୋଇଛନ୍ତି। କାରଣ ବିମାନରେ ଏହି ଦୁଇଜଣ ହିଁ ଥିଲେ।

ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚିବା ବେଳକୁ ଚାରିଆଡ଼େ ଧୂଆଁମୟ ହୋଇଯାଇଥିଲା। କିଛି ସମୟ ଭୟଙ୍କର ପରିସ୍ଥିତି ସୃଷ୍ଟି ହୋଇଥିଲା। ଦମକଳ ବାହିନୀ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଛାଡ଼ିବା ଖୁସିରେ ଢୋଲ ବଜାଇ ମାଲିକଙ୍କ ସାମ୍ନାରେ ନାଚିଲେ କର୍ମଚାରୀ, ଚକିତ କରୁଛି Video

ଚାକିରି ଛାଡ଼ିବା ବେଳେ ଦୁଃଖ ଲାଗେ। କାରଣ କମ୍ପାନୀ ଏବଂ ସାଙ୍ଗରେ କାମ କରୁଥିବା ସହକର୍ମୀଙ୍କ ସହ ଏକପ୍ରକାର ନିବିଡ଼ତା ହୋଇଯାଇଥାଏ। ହେଲେ ସୋସିଆଲ ମିଡିଆରେ...

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

କିଏ ସେହି ଭାରତୀୟ ଛାତ୍ରୀ ଯାହାଙ୍କୁ ଆମେରିକାରେ କରାଯାଇଛି ଗିରଫ

ଓ୍ବାଶିଂଟନ,୨୬।୪: ଆମେରିକାରେ ଜଣେ ଭାରତୀୟ ଛାତ୍ରୀଙ୍କୁ ଗିରଫ କରାଯାଇଛି। ଏହି ଛାତ୍ର ଇସ୍ରାଏଲକୁ ବିରୋଧ କରୁଥିବାବେଳେ ପାଲେଷ୍ଟାଇନକୁ ସମର୍ଥନ କରି ବିରୋଧ କରିଥିବା ଅଭିଯୋଗ ହୋଇଛି।...

ଭାରତ ଉପରେ ରାଗିଗଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରିବା ଅଭିଯୋଗରେ ଆମେରିକା ଦଶହଜାର କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଆମେରିକା ବିଶ୍ୱବିଦ୍ୟାଳୟରେ ହିଂସକ ହେଲା ପାଲେଷ୍ଟାଇନ ସମର୍ଥକଙ୍କ ପ୍ରଦର୍ଶନ

ଅଷ୍ଟିନ,୨୬।୪: ଆମେରିକାର ବିଶ୍ୱବିଦ୍ୟାଳୟରେ ଇସ୍ରାଏଲ-ହମାସ ଯୁଦ୍ଧ ବିରୋଧରେ ବିରୋଧ ତୀବ୍ର ହୋଇଛି। ଅନେକ ବିଶ୍ୱବିଦ୍ୟାଳୟରେ ପ୍ରଦର୍ଶନ ଭାଙ୍ଗିବା ପାଇଁ ପୋଲିସ ଡାକିବାକୁ ପଡିଥିଲା। ବିକ୍ଷୋଭକାରୀ ଏବଂ...

ଏହି ଦେଶରେ ସେନା ରଚିଲା ନରସଂହାର, ୨୨୩ ସାଧାରଣ ନାଗରିକଙ୍କୁ କଲା ହତ୍ୟା, ୫୬ ଶିଶୁ ସାମିଲ

ନୂଆଦିଲ୍ଲୀ,୨୬।୪: ପଶ୍ଚିମ ଆଫ୍ରିକୀୟ ଦେଶ ବୁର୍କିନା ଫାସୋରୁ ଏକ ବଡ଼ ହତ୍ୟାକାଣ୍ଡର ଖବର ଆସିଛି। ଏହି ଘଟଣାରେ ଦେଶର ସେନାକୁ ଦାୟୀ କରାଯାଉଛି। ଅଭିଯୋଗ ହୋଇଛି...

ଭାରତୀୟ କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରୁଥିବା ଅଭିଯୋଗରେ ଦଶହଜାର କମ୍ପାନୀ ଉପରେ ଆମେରିକା ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri