Posted inଖେଳ

କୋହଲି-ବ୍ରାଡମ୍ୟାନ୍‌ଙ୍କ କ୍ଲବ୍‌ରେ ଯୋଗଦେଲେ ୱିଲିୟମସନ

ସିଲହେଟ,୩୦।୧୧: ନ୍ୟୁଜିଲାଣ୍ଡ ଦଳ ବର୍ତ୍ତମାନ ବାଂଲାଦେଶ ଗସ୍ତରେ ଅଛି। ଦୁଇ ଦଳ ମଧ୍ୟରେ ଦୁଇଟି ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଖେଳାଯାଉଛି। ସିଲହେଟରେ ଖେଳାଯାଉଥିବା ପ୍ରଥମ ଟେଷ୍ଟରେ ବାଂଲାଦେଶ ପ୍ରଥମ ଇନିଂସରେ ୩୧୦ ରନ ସଂଗ୍ରହ କରିଛି। ଏହାର ଜବାବରେ ଦ୍ୱିତୀୟ ଦିନର ଖେଳ ଶେଷ ହେବା ବେଳକୁ ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସରେ ୮ ଉଇକେଟ ହରାଇବା ପରେ ୨୬୬ ରନ ସଂଗ୍ରହ କରିଥିଲା। କେନ ୱିଲିୟମସନ ୧୦୪ ରନର ଇନିଂସ ଖେଳିଥିଲେ। ସେ କ୍ରମାଗତ ଚତୁର୍ଥ ଟେଷ୍ଟରେ ଚତୁର୍ଥ ଶତକସ୍କୋର କରିଥିଲେ।
ୱିଲିୟମସନଙ୍କ ଟେଷ୍ଟ କ୍ୟାରିୟରର ଏହା ୨୯ତମ ଶତକ ଥିଲା ଏବଂ ଏହି ପ୍ରସଙ୍ଗରେ ସେ ବିରାଟ କୋହଲି ଏବଂ ମହାନ ଡନ ବ୍ରାଡମ୍ୟାନଙ୍କ ସହ ସମକକ୍ଷ ହୋଇଥିଲେ। ବିରାଟ ମଧ୍ୟ ୨୯ ଶତକ ହାସଲ କରିଥିବାବେଳେ ବ୍ରାଡମ୍ୟାନ ମଧ୍ୟ ୧୯ ଟେଷ୍ଟ ଶତକ ହାସଲ କରିଛନ୍ତି। ୯୫ତମ ଟେଷ୍ଟର ୧୬୫ତମ ଇନିଂସରେ ୱିଲିୟମସନ ଏହା କରିଥିବାବେଳେ କୋହଲି ୧୧୧ ତମ ଟେଷ୍ଟର ୧୮୭ ତମ ଇନିଂସରେ ୧୯ତମ ଶତକ ହାସଲ କରିଛନ୍ତି। ତେବେ ୫୧ଟି ଟେଷ୍ଟର ୭୯ତମ ଇନିଂସରେ ବ୍ରାଡମ୍ୟାନ ୯ ଶତକ ହାସଲ କରିଥିଲେ।
ନ୍ୟୁଜିଲାଣ୍ଡ ପାଇଁ ଟେଷ୍ଟରେ ଅଧିକାଂଶ ଶତକ ସ୍କୋର କରିବାରେ ୱିଲିୟମସନ ଶୀର୍ଷରେ ଅଛନ୍ତି। ଦୁଇ ନମ୍ବରରେ ପୂର୍ବତନ କିୱି ବ୍ୟାଟ୍ସମ୍ୟାନ ରସ ଟେଲର ଅଛନ୍ତି। ସେ ୧୯ ଟି ଟେଷ୍ଟ ଶତକ ହାସଲ କରିଥିଲେ। ଏଥି ସହିତ ମୋଟାମୋଟି ଭାବେ ସେ ୧୭ତମ ସ୍ଥାନରେ ଅଛନ୍ତି। ଟେଷ୍ଟରେ ସର୍ବାଧିକ ଶତକ ହାସଲ କରିବାରେ ପୂର୍ବତନ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଶୀର୍ଷରେ ଅଛନ୍ତି। ସେ ୫୧ଟି ଶତକ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri