Posted inଖେଳ

ଓ୍ବିଲିୟମସନ ଆହତ, ଦ୍ୱିତୀୟ ଟେଷ୍ଟରୁ ଓହରିଲେ

ବର୍ମିଂହାମ, ୧୦।୬(ପି.ଟି.)- ନ୍ୟୁଜିଲାଣ୍ଡ କ୍ରିକେଟ ଅଧିନାୟକ କେନ୍‌ ଓ୍ବିଲିୟମସନ ଆହତ ସମସ୍ୟା ଯୋଗୁ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରୁ ଓହରି ଯାଇଛନ୍ତି। ଗୁରୁବାରଠାରୁ ଦ୍ୱିତୀୟ ଟେଷ୍ଟ ଆରମ୍ଭ ହେବ। ଓ୍ବିଲିୟମସନ ବାମ କହୁଣିରେ ଯନ୍ତ୍ରଣା ଅନୁଭବ କରୁଛନ୍ତି। ତେବେ ସେ ଭାରତ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ଖେଳିବେ। ଓ୍ବିଲିୟମସନଙ୍କ ସ୍ଥାନରେ ବାମହାତୀ ବ୍ୟାଟ୍ସମ୍ୟାନ ଟମ୍‌ ଲଥାମ ଦ୍ୱିତୀୟ ଟେଷ୍ଟରେ ଅଧିନାୟକ ଦାୟିତ୍ୱ ତୁଲାଇବେ। ଲଥାମ ତୃତୀୟ ଥରପାଇଁ ନ୍ୟୁଜିଲାଣ୍ଡ ଦଳର ନେତୃତ୍ୱ ନେବାକୁ ଯାଉଥିବାବେଳେ ଓ୍ବିଲିୟମସନଙ୍କ ସ୍ଥାନରେ ଓ୍ବିଲ୍‌ ୟଙ୍ଗ୍‌ ପ୍ଲେଇଂ ଇଲେଭେନରେ ସାମିଲ ହୋଇଛନ୍ତି। ନ୍ୟୁଜିଲାଣ୍ଡ କ୍ରିକେଟ ପକ୍ଷରୁ ଜାରି ଏକ ବିବୃତ୍ତିରେ କୁହାଯାଇଛି ଯେ, ଓ୍ବିଲିୟମସନଙ୍କ କହୁଣି ଯନ୍ତ୍ରଣା ବହୁ ପୁରୁଣା। ଏଥିପାଇଁ ସେ ଗତ ମାର୍ଚ୍ଚରେ ମଧ୍ୟ ମ୍ୟାଚ ମିସ୍‌ କରିଥିଲେ। କୋଚ୍‌ ଗ୍ୟାରୀ ଷ୍ଟେଡ୍‌ ମଧ୍ୟ ଏହି କଥାକୁ ଦୋହରାଇଛନ୍ତି। ୩୦ ବର୍ଷୀୟ ଓ୍ବିଲିୟମସନଙ୍କୁ ଏହି ସମସ୍ୟା ଅନେକ ସମୟରେ ଅସୁବିଧାରେ ପକାଇ ଆସୁଛି ବୋଲି ଷ୍ଟେଡ କହିଛନ୍ତି। ତାଙ୍କ କହୁଣିରେ ଇଞ୍ଜେକ୍ସନ ଦିଆ ଯାଇଛି। ପରେ ସେ ଆଶ୍ୱସ୍ତ ଅନୁଭବ କରୁଛନ୍ତି ଏବଂ ତାଙ୍କ ଚିକିତ୍ସା ଜାରି ରହିଛି । ତେବେ ଜୁନ ୧୮ରେ ସାଉଥାମ୍ପଟନରେ ଆରମ୍ଭ ହେବାକୁ ଯାଉଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ବେଳକୁ ସେ ସମ୍ପୂର୍ଣ୍ଣ ଫିଟ୍‌ ହୋଇଯାଇଥିବେ ବୋଲି ଷ୍ଟେଡ ଆଶା ପ୍ରକାଶ କରିଛନ୍ତି। ଆଗାମୀ ଗୁରୁତ୍ୱପୂର୍ଣ୍ଣ ଫାଇନାଲକୁ ଦୃଷ୍ଟିରେ ରଖି ଦ୍ୱିତୀୟ ଟେଷ୍ଟ ପାଇଁ ରୋଟେଶନ ଭିତ୍ତିରେ ପେସ୍‌ ବୋଲରଙ୍କୁ ବିଶ୍ରାମ ଦିଆଯିବ ବୋଲି ଲଥାମ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ୟୁଏଇକୁ ହରାଇ ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri