Posted inଖେଳ

ଭାରତ ବିପକ୍ଷ ଟି-୨୦ ସିରିଜ୍‌ରୁ ଖେଳିବେ ନାହିଁ ୱିଲିୟମସନ

ନୂଆଦିଲ୍ଲୀ,୧୬।୧୧: ଭାରତ ବିପକ୍ଷ ୩ ଟି -୨୦ ସିରିଜ ପାଇଁ ନ୍ୟୁଜିଲ୍ୟାଣ୍ଡ ତାର ଦଳ ଘୋଷଣା କରିଛି। ଅଧିନାୟକ କେନ ୱିଲିୟମସନ ଏହି ସିରିଜ ଖେଳିବେ ନାହିଁ। ତାଙ୍କ ସ୍ଥାନରେ ଟିମ ସାଉଥିଙ୍କୁ ଦଳର ଅଧିନାୟକ ଦାୟିତ୍ୱ ଦିଆଯାଇଛି। ଟେଷ୍ଟ ପ୍ରସ୍ତୁତି ଦୃଷ୍ଟିରୁ ୱିଲିୟମସନ ଟି-୨୦ ସିରିଜରୁ ନିଜକୁ ଦୂରେଇ ରଖିଛନ୍ତି। ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ୩ ଟି -୨୦ସିରିଜ ପରେ ୨ ଟି ଟେଷ୍ଟ ମଧ୍ୟ ଖେଳାଯିବ। ସିରିଜର ପ୍ରଥମ ମ୍ୟାଚ ନଭେମ୍ବର ୨୫ ରୁ କାନପୁରରେ ଅନୁଷ୍ଠିତ ହେବ। ଦ୍ୱିତୀୟଟି ଡିସେମ୍ବର ୩ରୁ ମୁମ୍ବାଇରେ ଖେଳାଯିବ। ଏହି ସିରିଜ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଏକ ଅଂଶ ହେବ। ସେଥିପାଇଁ ୱିଲିୟମସନ ଏହା ଉପରେ ଧ୍ୟାନ ଦେବା ଉଦ୍ଦେଶ୍ୟରେ ଟି -୨୦ ସିରିଜ ନ ଖେଳିବାକୁ ସ୍ଥିର କରିଛନ୍ତି।
ଭାରତ ବିପକ୍ଷ ଟି-୨୦ ସିରିଜ ପାଇଁ ନ୍ୟୁଜିଲାଣ୍ଡ ୧୪ ଜଣିଆ ଦଳ ଘୋଷଣା କରିଛି। ଏହି ଦଳରେ ବ୍ୟାଟିଂ ଦାୟିତ୍ୱ ଡାରିଲ ମିଚେଲ, ମାର୍ଟିନ ଗୁପ୍ତିଲ, ଗ୍ଲେନ ଫିଲିପ୍ସଙ୍କ କାନ୍ଧରେ ରହିବ। ଟିମ ସାଉଥି ଥିବାବେଳେ ଟ୍ରେଣ୍ଟ ବୋଲ୍ଟ ଦ୍ରୁତ ବୋଲିଂ ଆକ୍ରମଣର ନେତୃତ୍ୱ ନେବେ। ଇଶ ସୋଢି ଏବଂ ମିଚେଲ ସାଣ୍ଟନର୍‌ ସ୍ପିନ ବୋଲର ଭାବରେ ଦଳକୁ ମଜଭୁତ କରିବେ।
ଟି -୨୦ ବିଶ୍ୱକପ ଫାଇନାଲ ହାରିବାର ୨୪ ଘଣ୍ଟା ପରେ ୱିଲିୟମସନ ୧୫ ସଦସ୍ୟ ବିଶିଷ୍ଟ ନ୍ୟୁଜିଲାଣ୍ଡ ଦଳ ସହିତ ସୋମବାର ସାରେ ଜୟପୁରରେ ପହଞ୍ଚିଥିଲେ। ବୁଧବାର ଏଠାରେ ପ୍ରଥମ ଟି-୨୦ ମ୍ୟାଚ ଖେଳାଯିବ। ଦ୍ୱିତୀୟ ଟି-୨୦ ଶୁକ୍ରବାର ଏବଂ ଶେଷ ମ୍ୟାଚ ରବିବାର ହେବ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri