Posted inଖେଳ

ଓ୍ବିମ୍ବେଲଡନ ଗ୍ରାଣ୍ଡସ୍ଲାମ ଟେନିସ: ବେରେଟିନି ଫାଇନାଲରେ

ଲଣ୍ଡନ, ୧୦।୭-
ଇଟାଲିର ମାଟେଓ ବେରେଟିନି ଚଳିତ ଓ୍ବିମ୍ବେଲଡନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ପ୍ରଥମ ସେମିଫାଇନାଲରେ ସେ ପୋଲାଣ୍ଡର ହୁବର୍ଟ ହୁର୍କାଜଙ୍କୁ ୬-୩, ୬-୦, ୬-୭(୩/୭), ୬-୪ ସେଟ୍‌ରେ ପରାସ୍ତ କରିଛନ୍ତି। କ୍ୱାର୍ଟର ଫାଇନାଲରେ ତାରକା ଖେଳାଳି ସୁଇଜରଲାଣ୍ଡର ରୋଜର ଫେଡରରଙ୍କ ଅଭିଯାନ ଶେଷ କରିଥିବା ହୁକାର୍ଜ ସେମିଫାଇନାଲରେ କିନ୍ତୁ ସେହି ପ୍ରଦର୍ଶନ ଦୋହରାଇ ପାରି ନ ଥିଲେ। ବେରେଟିନି ପ୍ରଥମ ଦୁଇ ସେଟ୍‌ରେ ସହଜ ବିଜୟ ହାସଲ କରିଥିଲେ ହେଁ ତୃତୀୟ ସେଟ୍‌ରେ କଡ଼ା ଚ୍ୟାଲେଞ୍ଜ ଦେଇ ସଫଳ ପ୍ରତ୍ୟାବର୍ତ୍ତନ କରିଥିଲେ ହୁକାର୍ଜ। ମାତ୍ର ୪ର୍ଥ ସେଟ୍‌ରେ ବେରେଟିନି ପ୍ରଭାବୀ ପ୍ରଦର୍ଶନ କରି ବାଜି ମାରିନେଇଥିଲେ। କୌଣସି ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିବା ବେରେଟିନିଙ୍କ ପାଇଁ ଏହା ପ୍ରଥମ। ୨୦୧୯ରେ ସେ ୟୁଏସ୍‌ ଓପନ ସେମିଫାଇନାଲ, ଚଳିତ ବର୍ଷ ଫ୍ରେଞ୍ଚ୍‌ କ୍ୱାର୍ଟର ଫାଇନାଲ ଏବଂ ଅଷ୍ଟ୍ରେଲିଆନ ଓପନରେ ସର୍ବାଧିକ ୪ର୍ଥ ରାଉଣ୍ଡ ପର୍ଯ୍ୟନ୍ତ ପ୍ରବେଶ କରିଥିଲେ। ସର୍ବିୟାର ନୋଭାକ ଜୋକୋଭିଚ୍‌ ଏବଂ କାନାଡ଼ାର ଡେନିସ ଶାପୋଭାଲେଭଙ୍କ ଦ୍ୱିତୀୟ ସେମିଫାଇନାଲର ବିଜେତାଙ୍କୁ ବେରେଟିନି ଫାଇନାଲରେ ଭେଟିବେ।
ମହିଳା ଡବଲ୍ସରେ ୨ଟି ଯାକ ସେମିଫାଇନାଲ ଶୁକ୍ରବାର ଅନୁଷ୍ଠିତ ହୋଇ ଯାଇଛି। ପ୍ରଥମ ସେମିଫାଇନାଲରେ ଏଲିସ ମେର୍ଟେନ୍ସ-ହସି ସୁ ଓ୍ବେଇ ଯୋଡ଼ି ବିଜୟୀ ହୋଇ ଫାଇନାଲରେ ପ୍ରବେଶ କରିଛନ୍ତି। ଏହି ଯୋଡ଼ି ୬-୪, ୧-୬, ୬-୩ ସେଟ୍‌ରେ ଇନା ଶିବାହାରା ଓ ଶୁକୋ ଆୟୋୟାମା ଯୋଡ଼ିଙ୍କୁ ହରାଇ ଟାଇଟଲ ମୁକାବିଲାରେ ଅବତୀର୍ଣ୍ଣ ହୋଇଛନ୍ତି। କ୍ୱାଡ ହୁଇଲ ଚେୟାର ଡବଲ୍ସ ଫାଇନାଲରେ ଆଣ୍ଡି ଲ୍ୟାପଥ୍ରୋନ ଓ ଡେଭିଡ ଓ୍ବାଗନର ଯୋଡ଼ି ଡେଲାନ ଆଲକଟ ଓ ସାମ୍‌ ସ୍କ୍ରୋଡର ଯୋଡ଼ିଙ୍କୁ ହରାଇ ଚାମ୍ପିୟନ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଜିଠାରୁ ଥୋମାସ୍‌, ଉବର କପ୍‌

ଚେଙ୍ଗ୍‌ଡୁ, ୨୭ା୪ ଥୋମାସ କପ୍‌ ଓ ଉବର କପ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଏଠାରେ ଶନିବାରଠାରୁ ଆରମ୍ଭ ହେବ। ଭାରତୀୟ ପୁରୁଷ ଦଳ ଏଥର ଥୋମାସ କପ୍‌...

ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା କଲେ ବଡ଼ ଘୋଷଣା

ସାଓ ପାଉଲୋ, ୨୭ା୪: ଛଅ ଥର ମହିଳା ବିଶ୍ୱକପ୍‌ ଖେଳିଥିବା ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା ଚଳିତ ବର୍ଷ ଶେଷ ହେବା ପରେ ଜାତୀୟ ଦଳରୁ...

ଆଇପିଏଲ୍‌ ଇତିହାସରେ ସର୍ବାଧିକ ରନ୍‌ ଚେଜ୍‌

କୋଲକାତା, ୨୭।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ କରିଥିବା ୨୬୧ ରନ ପର୍ଯ୍ୟାପ୍ତ ହେଲାନି। ଜନି ବେୟାରଷ୍ଟୋଙ୍କ ଅପରାଜିତ ଶତକ ସହାୟତାରେ ପଞ୍ଜାବ କିଙ୍ଗ୍ସ...

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri