Posted inଖେଳ

ଓ୍ବିମ୍ବେଲଡନ ଗ୍ରାଣ୍ଡସ୍ଲାମ ଟେନିସ: ପ୍ଲିସ୍‌କୋଭା-ସାବାଲେଙ୍କା ସେମିଫାଇନାଲ

ଲଣ୍ଡନ, ୭।୭- ଚେକ୍‌ ରିପବ୍ଲିକର କାରୋଲିନ ପ୍ଲିସ୍‌କୋଭା ଚଳିତ ଓ୍ବିମ୍ବେଲଡନ ଗ୍ରାଣ୍ଡସ୍ଲାମ ଟେନିସ ମହିଳା ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ମଙ୍ଗଳବାର ଅନୁଷ୍ଠିତ ପ୍ରଥମ କ୍ୱାର୍ଟର ଫାଇନାଲରେ ସେ ସୁଇଜରଲାଣ୍ଡର ଭିକ୍ଟୋରିଜା ଗୋଲୁବିକ୍‌ଙ୍କୁ ୬-୨, ୬-୨ ସେଟ୍‌ରେ ହରାଇ ଦେଇଛନ୍ତି। ଓ୍ବିମ୍ବେଲଡନ ମହିଳା ସିଙ୍ଗଲ୍ସରେ ପ୍ଲିସ୍‌କୋଭାଙ୍କର ଏହା ପ୍ରଥମ ସେମିଫାଇନାଲ ପ୍ରବେଶ। ପୂର୍ବରୁ ସେ ୨୦୧୯ ଅଷ୍ଟ୍ରେଲିଆନ ଓପନ, ୨୦୧୭ ଫ୍ରେଞ୍ଚ୍‌ ଓପନର ସେମିଫାଇନାଲରୁ ବିଦାୟ ନେଇଥିଲେ। ତେବେ ୨୦୧୬ ୟୁଏସ୍‌ ଓପନ ଫାଇନାଲ ଖେଳି ରନର୍ସଅପ୍‌ ହୋଇଥିଲେ। ଅନ୍ୟ ଏକ କ୍ୱାର୍ଟର ଫାଇନାଲରେ ଆରିନା ସାବାଲେଙ୍କା ସିଧାସଳଖ ୬-୪, ୬-୩ ସେଟ୍‌ରେ ଓନସ ଜାବେଉରଙ୍କୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ସାବାଲେଙ୍କା ମଧ୍ୟ ପ୍ରଥମଥର ପାଇଁ ଓ୍ବିମ୍ବେଲଡନ ସେମିଫାଇନାଲରେ ପହଞ୍ଚତ୍ଛନ୍ତି। ଚଳିତ ବର୍ଷ ସେ ଅଷ୍ଟ୍ରେଲିଆନ ଓପନର ୪ର୍ଥ ଏବଂ ଫ୍ରେଞ୍ଚ୍‌ ଓପନର ୩ୟ ରାଉଣ୍ଡରୁ ବିଦାୟ ନେଇଥିଲେ। ପ୍ଲିସ୍‌କୋଭା ଓ ସାବାଲେଙ୍କାଙ୍କ ମଧ୍ୟରେ ସେମିଫାଇନାଲ ମୁକାବିଲା ହେବ। ଜର୍ମାନୀର ଆଞ୍ଜେଲିକ୍‌ କର୍ବର ମଧ୍ୟ ସେମିଫାଇନାଲରେ ପହଞ୍ଚତ୍ଛନ୍ତି। କ୍ୱାର୍ଟର ଫାଇନାଲରେ ସେ ଚେକ୍‌ ରିପବ୍ଲିକର କାରୋଲିନା ମୁଚୋଭାଙ୍କୁ ୬-୨, ୬-୩ ସେଟ୍‌ରେ ପରାସ୍ତ କରିଛନ୍ତି। ମହିଳା ସିଙ୍ଗଲ୍ସର ଏକ ପ୍ରିକ୍ୱାର୍ଟର ଫାଇନାଲ ମ୍ୟାଚରେ ଆଜଲା ଟୋମିଜାନୋଭିକ୍‌ ଓ୍ବାକ୍‌ଓଭର ପାଇ କ୍ୱାର୍ଟର ଫାଇନାଲରେ ପହଞ୍ଚତ୍ଛନ୍ତି। ସେ ୬-୪, ୩-୦ ସେଟ୍‌ରେ ଆଗୁଆ ରହିଥିବାବେଳେ ପ୍ରତିଦ୍ୱନ୍ଦ୍ୱୀ ଇମା ରାଡୁକାନୁ ଓହରି ଯାଇଥିଲେ।
ସୋମବାର ବିଳମ୍ବିତ ରାତିରେ ଅନୁଷ୍ଠିତ ପୁରୁଷ ବିଭାଗ ପ୍ରିକ୍ୱାର୍ଟରରେ ସୁଇଜରଲାଣ୍ଡର ରୋଜର ଫେଡରର ୭-୫, ୬-୪, ୬-୨ ସେଟ୍‌ରେ ଇଟାଲୀର ଲରେଞ୍ଜୋ ସୋନେଗୋଙ୍କୁ ହରାଇ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଅନ୍ୟ ଏକ ମ୍ୟାଚରେ ଡାନିଏଲ ମେଡ୍‌ଭେଡେଭଙ୍କ ଅଭିଯାନ ଶେଷ କରିଛନ୍ତି ହୁବର୍ଟ ହୁର୍କାଜ। ହୁର୍କାଜ ୨-୬, ୭-୬(୭/୨), ୩-୬, ୬-୩, ୬-୩ ସେଟ୍‌ରେ ବିଜୟୀ ହୋଇ କ୍ୱାର୍ଟର ଫାଇନାଲରେ ପହଞ୍ଚତ୍ଛନ୍ତି। ସେହିପରି ଜର୍ମାନୀର ଆଲେକଜାଣ୍ଡର ଜେଭରେଭଙ୍କ ଅଭିଯାନ ମଧ୍ୟ ରାଉଣ୍ଡ ଅଫ୍‌-୧୬ରୁ ଶେଷ ହୋଇଛି। ଜେଭରେଭଙ୍କୁ କାନାଡ଼ାର ଫେଲିକ୍ସ ଅଗର ଆଲିଆସିମେ ୬-୪, ୭-୬(୭/୪), ୩-୬, ୩-୬, ୬-୪ ସେଟ୍‌ରେ ପରାସ୍ତ କରି କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବାକୁ ଯାଉଥିଲେ ବୈଭବ, ହେଲେ…

ନୂଆଦିଲ୍ଲୀ,୩୧।୮: ଦୁଲୀପ ଟ୍ରଫି ସେମିଫାଇନାଲରେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ପୁଣିଥରେ ଚର୍ଚ୍ଚା ସୃଷ୍ଟି କରିଛନ୍ତି। ଇଷ୍ଟ ଜୋନ ପକ୍ଷରୁ ସେଣ୍ଟ୍ରାଲ ଜୋନ ବିପକ୍ଷରେ…

ଧୋନୀ ମାଗୁଛନ୍ତି ୨୫% ଅଂଶଧନ! ଏମିତି ଜବାବ ଦେଲା CSK

ନୂଆଦିଲ୍ଲୀ,୩୧।୮: ଏମଏସ ଧୋନୀ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଥିବା ସମ୍ପର୍କକୁ ଆଇପିଏଲର ସବୁଠାରୁ ସ୍ବତନ୍ତ୍ର ସମ୍ପର୍କ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ। ଧୋନୀଙ୍କ…

ବୈଭବଙ୍କ ବଡ଼ କାରନାମା: ନାଁରେ କଲେ ଏମିତି ରେକର୍ଡ ଯାହା ଇତିହାସରେ କେହି କରିନଥିଲେ!

ନୂଆଦିଲ୍ଲୀ, ୩୧।୮: ମାତ୍ର ୧୫ ବର୍ଷ ବୟସରେ ଭାରତୀୟ କ୍ରିକେଟରେ ଲଗାତାର ରେକର୍ଡ କରି ଚାଲିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏବେ ଦୁଲୀପ ଟ୍ରଫି ୨୦୨୬ର ସେମିଫାଇନାଲରେ ଆଉ…

୫ ବର୍ଷ ପରେ ଟିମ୍‌ଇଣ୍ଡିଆକୁ ଫେରିପାରନ୍ତି ଏହି ୩୫ ବର୍ଷୀୟ ବୋଲର୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୯।୮: ଗତ ପାଞ୍ଚ ବର୍ଷ ଧରି ଭାରତୀୟ ଦଳରୁ ବାହାରେ ଥିବା କୃଣାଲ ପାଣ୍ଡ୍ୟା ପୁଣି ଦଳକୁ ଫେରିପାରନ୍ତି। ଦଳ ପରିଚାଳନା ନିୟମିତ ଭାବରେ ନୂତନ ଖେଳାଳିଙ୍କ…

୧୫ ବର୍ଷରେ ବୈଭବ ସୂର୍ଯ୍ୟବଂଶୀଙ୍କ ୭ଟି ବଡ଼ ରେକର୍ଡ: ଭାଙ୍ଗିବା ପ୍ରାୟ ଅସମ୍ଭବ! ବଡ଼ ବଡ଼ କ୍ରିକେଟର ଫଡିବେ ଫିକା

ନୂଆଦିଲ୍ଲୀ,୩୧।୮: ବୟସ ମାତ୍ର ୧୫ ବର୍ଷ। କିନ୍ତୁ କ୍ରିକେଟ ମଇଦାନରେ ରେକର୍ଡ ପରେ ରେକର୍ଡ କରି ଚର୍ଚ୍ଚାରେ ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ। ଅତ୍ୟନ୍ତ କମ ବୟସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri