ବାତ୍ୟାର କ୍ଷୟକ୍ଷତି ଅନୁଧ୍ୟାନ କଲେ ଯୋଗାଣ ମନ୍ତ୍ରୀ

ବାଲେଶର ଅଫିସ,୨୭।୫: ବାତ୍ୟା ୟାସ୍‌ ପ୍ରଭାବରେ କ୍ଷୟକ୍ଷତି ହୋଇଥିବା ଅଞ୍ଚଳକୁ ପରିଦର୍ଶନ କରି ଯୁଦ୍ଧକାଳୀନ ଭିତ୍ତିିରେ ସମସ୍ତ ଆବଶ୍ୟକ ସେବା ଯୋଗାଇ ଦେବାକୁ ସରକାର ଓ ପ୍ରଶାସନ ପକ୍ଷରୁ ଉଦ୍ୟମ କରାଯାଉଛି। ଏହିକ୍ରମରେ ଗୁରୁବାର ଖାଉଟି ଯୋଗାଣ ଏବଂ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ବାଲେଶ୍ୱର ଗସ୍ତ କରି କ୍ଷୟକ୍ଷତି ଅନୁଧ୍ୟାନ କରିଛନ୍ତି। ବାଲେଶ୍ୱର ସହର ଅରଡ଼ ବଜାର ମସଜିଦ ଗଳି ଏବଂ ବିଭିନ୍ନ ଅଞ୍ଚଳର ଘର ଉପରେ ଗଛ ପଡ଼ିଯାଇଥିବା ଖବର ପାଇ ପୂର୍ବାହ୍ନରେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସାଙ୍ଗରେ ନିଜସ୍ବ ଏକ ଗଛ କଟା ଟିମ୍‌କୁ ନେଇ ସେଠାରେ ପହଞ୍ଚିଥିଲେ। ମନ୍ତ୍ରୀଙ୍କ ସହ ସଦର ବିଧାୟକ ସ୍ବରୂପ କୁମାର ଦାସ ସେଠି ମଧ୍ୟ ଉପସ୍ଥିତ ଥିଲେ। ଏହାପରେ ଗାଁରେ ଗଛକଟା କାର୍ଯ୍ୟକୁ ତ୍ୱରାନ୍ବିିତ କରାଯାଇଥିଲା। ଏଥିସହ ରଣେନ୍ଦ୍ର ପ୍ରତାପ ବିଜୁଳିତାର ଖୁଣ୍ଟ, ରାସ୍ତା ଏବଂ ଅଞ୍ଚଳର କ୍ଷତିଗ୍ରସ୍ତ ହୋଇଥିବା ଘରଗୁଡ଼ିକୁ ବୁଲି ଦେଖି ଲୋକମାନଙ୍କ ସହିତ ଆଲୋଚନା କରଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri