୪ ଜିଲାରେ ନିର୍ମାଣ ହେବ ବାତ୍ୟା ନିରୋଧ ବିଦ୍ୟୁତ୍‌ ଭିତ୍ତିଭୂମି

ଭୁବନେଶ୍ୱର,୨୬ା୬(ବ୍ୟୁରୋ):ଉପକୂଳବର୍ତ୍ତୀ ଜିଲାଗୁଡିକୁ ସବୁ ସମୟରେ ବାତ୍ୟା ଭୟ ରହିଛି। ବାତ୍ୟା ଯୋଗୁ ବିଦ୍ୟୁତ୍‌ ଭିତ୍ତିଭୂମି ଗୁରୁତର ଭାବେ ପ୍ରଭାବିତ ହେଉଛି। ଏହାକୁ ଦୃଷ୍ଟିରେ ରଖି ବାତ୍ୟା ଅମ୍ଫନ ଯୋଗୁ କ୍ଷତିଗ୍ରସ୍ତ ହୋଇଥିବା ଉପକୂଳବର୍ତ୍ତୀ ୪ଟି ଜିଲାରେ ବାତ୍ୟା ନିରୋଧ ବିଦ୍ୟୁତ୍‌ ଭିତ୍ତିଭୂମି କାର୍ଯ୍ୟ ଆରମ୍ଭ ହେବ। ସେହି ଜିଲାଗୁଡିକ ହେଲା କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ବାଲେଶ୍ୱର ଓ ଭଦ୍ରକ। ଗୁରୁବାର ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ବସିଥିବା ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏହି ୪ଟି ଜିଲାରେ ବିଦ୍ୟୁତ୍‌ ଭିତ୍ତିଭୂମି ପାଇଁ ୧୧ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ। ସେହିପରି ଦ୍ୱିତୀୟ ପର୍ଯ୍ୟାୟରେ ପୁରୀ, କଟକ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି ଆଦି ଜିଲାକୁ ସାମିଲ କରାଯିବ। ଏହି ୫ଟି ଜିଲା ପାଇଁ ୮ ହଜାର କୋଟି ଟଙ୍କାର ଯୋଜନା ପ୍ରସ୍ତୁତ କରାଯାଇଛି। ବିଦ୍ୟୁତ୍‌ ପ୍ରକଳ୍ପଗୁଡିକର ବୈଷୟିକ , ଆର୍ଥିକ ଏବଂ ଆଇନଗତ ଦିଗର ପରିଚାଳନା ନିମନ୍ତେ ‘ଥିଙ୍କ୍‌ ଟ୍ୟାଙ୍କ୍‌’ ଗଠନ କରିବାକୁ ଗ୍ରୀଡ୍‌କୋ ଏବଂ ଓପିଟିସିଏଲ୍‌କୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରିବାକୁ ସମ୍ପୃକ୍ତ ବିଭାଗ ଏବଂ ବିଦ୍ୟୁତ ବିତରଣ କମ୍ପାନୀଗୁଡିକୁ ନିର୍ଦ୍ଦେଶ ଦିଆଯାଇଛି। ବାତ୍ୟା ନିରୋଧ ଭିତ୍ତିଭୂମି ନିର୍ମାଣ ହେଲେ ବହୁ ଧନଜୀବନ ରକ୍ଷା ପାଇବ। ଏହି କାର୍ଯ୍ୟକୁ ମିଶନ ମୁଡ୍‌ରେ କରିବାକୁ ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର ପରାମର୍ଶ ଦେଇଛନ୍ତି। ବୈଠକରେ ପ୍ରକଳ୍ପର ଚିଠା ପ୍ରସ୍ତାବକୁ ଉପସ୍ଥାପନ କରାଯାଇଥିଲା। ଉପକୂଳ ଜିଲାଗୁଡିକରେ କେବୁଲ ଯୋଗେ ବିଦ୍ୟୁତ୍‌ ଯୋଗାଣ ବ୍ୟବସ୍ଥା କରିବା ସହ ୩୦୦ କି.ମି.ରୁ ଊର୍ଦ୍ଧ୍ୱ ପବନ ସମ୍ଭାଳି ପାରୁଥିବା ଭିତ୍ତିଭୂମି ପ୍ରସ୍ତୁତ କରିବାକୁ ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା କହିଛନ୍ତି। ଜିଲାଗୁଡିକର ସହରାଞ୍ଚଳରେ ଭୂତଳ ବିଦ୍ୟୁତ୍‌ କେବୁଲ କରାଯିବା ବେଳେ ସହରାଞ୍ଚଳରେ ବାତ୍ୟା ସମ୍ଭାଳି ପାରୁଥିବା ଓଭରହେଡ୍‌ କେବୁଲ ବ୍ୟବସ୍ଥା କରାଯିବା ଉପରେ ସେ ଗୁରୁତ୍ୱ ଦେଇଛନ୍ତି। ୨୨୦. ୧୩୨, ୩୩ ଏବଂ ୧୧ କେ.ଭି. ତାରଗୁଡିକୁ ବାତ୍ୟା ସମ୍ଭାଳୁଥିବା କେବୁଲରେ ପରିବର୍ତ୍ତନ କରାଯିବ। ଏହାଦ୍ୱାରା ବାତ୍ୟା ପରେ ଖୁବ୍‌ଶୀଘ୍ର ବିଦ୍ୟୁତ୍‌ ପୁନଃ ସଂଯୋଗ କରାଯାଇପାରିବ। ଲୋକମାନଙ୍କର ଜୀବନ ଓ ସମ୍ପତ୍ତି ନଷ୍ଟହେବାରୁ ରକ୍ଷା କରାଯାଇପାରିବ ବୋଲି ସେ କହିଛନ୍ତି। ଏହି ବୈଠକରେ ଶକ୍ତ ସଚିବ ନିକୁଞ୍ଜ ବିହାରୀ ଧଳ, ଗ୍ରୀଡ୍‌କୋ ସିଏମ୍‌ଡି ସୌରଭ ଗର୍ଗ, ଅର୍ଥ ବିଭାଗ ସଚିବ ଅଶୋକ କୁମାର ମୀନା, ଗ୍ରୀଡ୍‌କୋ ଡାଇରେକ୍ଟର ଫାଇନାନ୍ସ ଗଗନ ସ୍ବାଇଁ ଏବଂ ଟାଟାପାଓ୍ବାର ସିଇଓ ସେନ ବେଗମ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

ଗଞ୍ଜାମ ସହରରେ ଧୂମଧାମରେ ଗଣେଶ ପୂଜା: ପୁଇଁତୋଳା ପୂଜା କମିଟି ପକ୍ଷରୁ….

ଗଞ୍ଜାମ, ୧୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ମହାବିନାୟକ, ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ଚତୁର୍ଥୀ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଛି। ଏଥିପାଇଁ ଗାଁଠାରୁ ସହର ପର୍ଯ୍ୟନ୍ତ…

ପୁଣି ମହାବୀର ପର୍ବତକୁ ଫେରିଆସିଛି ମାଈ ହାତୀ

ବଡ଼ଗାଁ,୧୩ା୯(ଅଶୋକ ଷଡ଼ଙ୍ଗୀ): ଝାଡ଼ଖଣ୍ଡ ରାଜ୍ୟ ଜଙ୍ଗଲରୁ କିଛି ମାସ ତଳେ ଆସିଥିବା ୨୬ ଟିକିଆ ହାତୀପଲ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ମହାବୀର ପର୍ବତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?