ଡିସେମ୍ବର ସୁଦ୍ଧା ଟ୍ବିନ୍‌ସିଟିରେ ବାତ୍ୟା ନିରୋଧୀ ବିଦ୍ୟୁତ୍‌ ସେବା

ଭୁବନେଶ୍ୱର,୩।୭(ବ୍ୟୁରୋ): କଟକ ଓ ଭୁବେନଶ୍ୱର ଦ୍ୱୈତ ନଗରୀରେ ଖୁବ୍‌ଶୀଘ୍ର ବାତ୍ୟା ନିରୋଧୀ ଆଧୁନିକ ବିଦ୍ୟୁତ୍‌ ସେବା ମିଳିବ। ଆସନ୍ତା ଡିସେମ୍ବର ସୁଦ୍ଧା ଏହି କାର୍ଯ୍ୟ ଶେଷ କରିବାକୁ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ନିର୍ଦ୍ଦେଶ ଦେଇଛନ୍ତି। ଗୁରୁବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ଉକ୍ତ ପ୍ରକଳ୍ପର ସମୀକ୍ଷା କରିଥିଲେ। ତୃଣମୂଳ ସ୍ତରରେ ଆସୁଥିବା ସମସ୍ୟାକୁ ଅଧିକାରୀମାନେ ଶକ୍ତି ବିଭାଗ, ସାଧାରଣ ପ୍ରଶାସନ ବିଭାଗ, ଗ୍ରୀଡ୍‌କୋ, ପ୍ରକଳ୍ପ କାର୍ଯ୍ୟକାରୀ କରୁଥିବା ସଂସ୍ଥା ସହିତ ସମନ୍ବୟ ରକ୍ଷା କରି ସମାଧାନ କରିବାକୁ ମୁଖ୍ୟ ଶାସନ ସଚିବ ପରାମର୍ଶ ଦେଇଛନ୍ତି। ଓପିଟିସିଏଲ୍‌ ଏହି କାର୍ଯ୍ୟକୁ ତଦାରଖ କରିବାକୁ କୁହାଯାଇଛି। ଭୂତଳ ବିଦ୍ୟୁତ୍‌ କେବୁଲ କାର୍ଯ୍ୟକାରୀ ହେବା ପୂର୍ବରୁ ସହରର ମୁଖ୍ୟ ରାସ୍ତାଗୁଡିକରୁ ତୁରନ୍ତ ଖୁଣ୍ଟରେ ବିଦ୍ୟୁତ୍‌ ତାରଗୁଡ଼ିକୁ ହଟାଇବାକୁ ଉନ୍ନୟନ କମିଶନର ଶକ୍ତି ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ୩୦୦ କି.ମି. ବେଗର ପବନକୁ ସମ୍ଭାଳିବା ଭଳି ଉନ୍ନତମାନର ଭିିତ୍ତିଭୂମି ନିର୍ମାଣ କରିବାକୁ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ପ୍ରଦୀପ କୁମାର ଜେନା କହିଛନ୍ତି।
ସହର ପାଇଁ ଆବଶ୍ୟକ ହେଉଥିବା ୧୩୦୦ ମେଗାଓ୍ବାଟ ବିଦ୍ୟୁତ୍‌ ଚାହିଦା ଏହି ନୂତନ ବ୍ୟବସ୍ଥା ପୂରଣ କରି ପାରିବ ବୋଲି ଶକ୍ତି ସଚିବ ନିକୁଞ୍ଜ ବିହାରୀ ଧଳ କହିଛନ୍ତି। ଏହାଦ୍ୱାରା ପରିବହନ ଓ ବଣ୍ଟନଜନିତ କ୍ଷତିକୁ ମଧ୍ୟ ହ୍ରାସ କରାଯାଇ ପାରିବ ବୋଲି ସେ କହିଛନ୍ତି। ଏହି ପ୍ରକଳ୍ପ ଦ୍ୱାରା ବିଦ୍ୟୁତ୍‌ ପରିବହନ ଓ ଯୋଗାଣ ବ୍ୟବସ୍ଥାରେ ଉନ୍ନତି ଆସିପାରିବ ବୋଲି ଓପିଟିସିଏଲ୍‌ ଏବଂ ଗ୍ରୀଡ୍‌କୋ ଅଧ୍ୟକ୍ଷ ସୌରଭ ଗର୍ଗ କହିଛନ୍ତି। ୨୦ଟି ନୂତନ ସବ୍‌ଷ୍ଟେଶନ କ୍ଷମତା ମଧ୍ୟ ବୃଦ୍ଧି କରାଯାଇଛି। ଏହି ପ୍ରକଳ୍ପ ପାଇଁ ୧୬୦୦ କୋଟି ଟଙ୍କା ଖର୍ଚ୍ଚ କରାଯାଉଛି। ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି ବୋଲି ସେ ସୂଚନା ଦେଇଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ ପ୍ରତାପପୁର ଶାସନ, ବାଲିଅନ୍ତା, ଗୋଠପାଟଣା, ଗୋଡିସାହି, କଟକ ଠାରେ ୨୨୦ କେ.ଭି ସବ୍‌ଷ୍ଟେଶନ ସ୍ଥାପନ କରାଯାଇଥିବା ବେଳେ ୟୁନିଟ-୮, ମଞ୍ଚେଶ୍ୱର, ବଡ଼ଗଡ଼, ସତ୍ୟନଗର, ନୟାପଲ୍ଲୀ ଏବଂ ବ୍ରଜବିହାରୀପୁର ଠାରେ ୧୩୨ କେ.ଭି. ଏବଂ ୟୁନିଟ-୮, ବଡ଼ଗଡ଼, ବାପୁଜୀନଗର, ମାଷ୍ଟରକ୍ୟାଣ୍ଟିନ, ସତ୍ୟନଗର, ଶହୀଦନଗର, ଖାରବେଳନଗର, ରାଣୀହାଟ ଓ ବାଦାମବାଡି ଠାରେ ୩୩ କେ.ଭି.ର ସବ୍‌ଷ୍ଟେଶନ ସ୍ଥାପନ କରାଯାଇଛି। ୯୦ ପ୍ରତିଶତ କାର୍ଯ୍ୟ ଶେଷ ହୋଇଛି। ଆସନ୍ତା ଡିସେମ୍ବର ସୁଦ୍ଧା ବିଭିନ୍ନ ପର୍ଯ୍ୟାୟ କାମ ଶେଷ ହେବ ବୋଲି ବୈଠକରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?