ଡିସେମ୍ବର ସୁଦ୍ଧା ଟ୍ବିନ୍‌ସିଟିରେ ବାତ୍ୟା ନିରୋଧୀ ବିଦ୍ୟୁତ୍‌ ସେବା

ଭୁବନେଶ୍ୱର,୩।୭(ବ୍ୟୁରୋ): କଟକ ଓ ଭୁବେନଶ୍ୱର ଦ୍ୱୈତ ନଗରୀରେ ଖୁବ୍‌ଶୀଘ୍ର ବାତ୍ୟା ନିରୋଧୀ ଆଧୁନିକ ବିଦ୍ୟୁତ୍‌ ସେବା ମିଳିବ। ଆସନ୍ତା ଡିସେମ୍ବର ସୁଦ୍ଧା ଏହି କାର୍ଯ୍ୟ ଶେଷ କରିବାକୁ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ନିର୍ଦ୍ଦେଶ ଦେଇଛନ୍ତି। ଗୁରୁବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ଉକ୍ତ ପ୍ରକଳ୍ପର ସମୀକ୍ଷା କରିଥିଲେ। ତୃଣମୂଳ ସ୍ତରରେ ଆସୁଥିବା ସମସ୍ୟାକୁ ଅଧିକାରୀମାନେ ଶକ୍ତି ବିଭାଗ, ସାଧାରଣ ପ୍ରଶାସନ ବିଭାଗ, ଗ୍ରୀଡ୍‌କୋ, ପ୍ରକଳ୍ପ କାର୍ଯ୍ୟକାରୀ କରୁଥିବା ସଂସ୍ଥା ସହିତ ସମନ୍ବୟ ରକ୍ଷା କରି ସମାଧାନ କରିବାକୁ ମୁଖ୍ୟ ଶାସନ ସଚିବ ପରାମର୍ଶ ଦେଇଛନ୍ତି। ଓପିଟିସିଏଲ୍‌ ଏହି କାର୍ଯ୍ୟକୁ ତଦାରଖ କରିବାକୁ କୁହାଯାଇଛି। ଭୂତଳ ବିଦ୍ୟୁତ୍‌ କେବୁଲ କାର୍ଯ୍ୟକାରୀ ହେବା ପୂର୍ବରୁ ସହରର ମୁଖ୍ୟ ରାସ୍ତାଗୁଡିକରୁ ତୁରନ୍ତ ଖୁଣ୍ଟରେ ବିଦ୍ୟୁତ୍‌ ତାରଗୁଡ଼ିକୁ ହଟାଇବାକୁ ଉନ୍ନୟନ କମିଶନର ଶକ୍ତି ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ୩୦୦ କି.ମି. ବେଗର ପବନକୁ ସମ୍ଭାଳିବା ଭଳି ଉନ୍ନତମାନର ଭିିତ୍ତିଭୂମି ନିର୍ମାଣ କରିବାକୁ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ପ୍ରଦୀପ କୁମାର ଜେନା କହିଛନ୍ତି।
ସହର ପାଇଁ ଆବଶ୍ୟକ ହେଉଥିବା ୧୩୦୦ ମେଗାଓ୍ବାଟ ବିଦ୍ୟୁତ୍‌ ଚାହିଦା ଏହି ନୂତନ ବ୍ୟବସ୍ଥା ପୂରଣ କରି ପାରିବ ବୋଲି ଶକ୍ତି ସଚିବ ନିକୁଞ୍ଜ ବିହାରୀ ଧଳ କହିଛନ୍ତି। ଏହାଦ୍ୱାରା ପରିବହନ ଓ ବଣ୍ଟନଜନିତ କ୍ଷତିକୁ ମଧ୍ୟ ହ୍ରାସ କରାଯାଇ ପାରିବ ବୋଲି ସେ କହିଛନ୍ତି। ଏହି ପ୍ରକଳ୍ପ ଦ୍ୱାରା ବିଦ୍ୟୁତ୍‌ ପରିବହନ ଓ ଯୋଗାଣ ବ୍ୟବସ୍ଥାରେ ଉନ୍ନତି ଆସିପାରିବ ବୋଲି ଓପିଟିସିଏଲ୍‌ ଏବଂ ଗ୍ରୀଡ୍‌କୋ ଅଧ୍ୟକ୍ଷ ସୌରଭ ଗର୍ଗ କହିଛନ୍ତି। ୨୦ଟି ନୂତନ ସବ୍‌ଷ୍ଟେଶନ କ୍ଷମତା ମଧ୍ୟ ବୃଦ୍ଧି କରାଯାଇଛି। ଏହି ପ୍ରକଳ୍ପ ପାଇଁ ୧୬୦୦ କୋଟି ଟଙ୍କା ଖର୍ଚ୍ଚ କରାଯାଉଛି। ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି ବୋଲି ସେ ସୂଚନା ଦେଇଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ ପ୍ରତାପପୁର ଶାସନ, ବାଲିଅନ୍ତା, ଗୋଠପାଟଣା, ଗୋଡିସାହି, କଟକ ଠାରେ ୨୨୦ କେ.ଭି ସବ୍‌ଷ୍ଟେଶନ ସ୍ଥାପନ କରାଯାଇଥିବା ବେଳେ ୟୁନିଟ-୮, ମଞ୍ଚେଶ୍ୱର, ବଡ଼ଗଡ଼, ସତ୍ୟନଗର, ନୟାପଲ୍ଲୀ ଏବଂ ବ୍ରଜବିହାରୀପୁର ଠାରେ ୧୩୨ କେ.ଭି. ଏବଂ ୟୁନିଟ-୮, ବଡ଼ଗଡ଼, ବାପୁଜୀନଗର, ମାଷ୍ଟରକ୍ୟାଣ୍ଟିନ, ସତ୍ୟନଗର, ଶହୀଦନଗର, ଖାରବେଳନଗର, ରାଣୀହାଟ ଓ ବାଦାମବାଡି ଠାରେ ୩୩ କେ.ଭି.ର ସବ୍‌ଷ୍ଟେଶନ ସ୍ଥାପନ କରାଯାଇଛି। ୯୦ ପ୍ରତିଶତ କାର୍ଯ୍ୟ ଶେଷ ହୋଇଛି। ଆସନ୍ତା ଡିସେମ୍ବର ସୁଦ୍ଧା ବିଭିନ୍ନ ପର୍ଯ୍ୟାୟ କାମ ଶେଷ ହେବ ବୋଲି ବୈଠକରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ଯୋଗ ଦେବା ପରେ ଭର୍ତ୍ତୃହରି ଦେଲେ ବଡ଼ ବୟାନ, କହିଲେ ଓଡ଼ିଶାରେ…

ନୂଆଦିଲ୍ଲୀ,୨୮।୩: ବିଜେପିରେ ସାମିଲ ପରେ ସାଂସଦ ଭର୍ତ୍ତୃହରି ମହତାବ ଓଡ଼ିଶା ରାଜନୀତିକୁ ନେଇ ବଡ଼ ବୟାନ ଦେଇଛନ୍ତି। କେବଳ ‘ରାଷ୍ଟ୍ରବାଦ, ଏକାତ୍ମତା, ପୂର୍ବୋଦୟ ଭାଜପା ଜରିଆରେ...

ପଦ୍ମ ଧରିଲେ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା

ଭୁବନେଶ୍ୱର/ନୂଆଦିଲ୍ଲୀ,୨୮।୩: ଭାଜପାରେ ସାମିଲ ହେଲେ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା। ଗୁରୁବାର ଅପରାହ୍ନ ସାଢେ ୨ଟାରେ ନୂଆଦିଲ୍ଲୀର ଭାଜପା ମୁଖ୍ୟାଳୟରେ ସେ ଯୋଗ ଦେଇଛନ୍ତି। ଏହା ସହିତ...

ଭାଜପାରେ ଯୋଗଦେଲେ ଭର୍ତ୍ତୃହରି ମହତାବ, ନିକଟରେ ବିଜେଡିରୁ ଇସ୍ତଫା ଦେଇଥିଲେ

ଭୁବନେଶ୍ୱର,୨୮।୩: ନିକଟରେ ବିଜୁ ଜନତା ଦଳ(ବିଜେଡି)ରୁ ଇସ୍ତଫା ଦେଇଥିବା କଟକ ଲୋକ ସଭା ଏମପି ଭର୍ତ୍ତୃହରି ମହତାବ ଭାଜପାରେ ଯୋଗ ଦେଇଛନ୍ତି। ତାଙ୍କ ସହିତ ଦୁଇଥର...

ଭାଜପାରେ ମିଶିଲେ ସିଦ୍ଧାନ୍ତ ମହାପାତ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୩: ଭାଜପାରେ ଗୁରୁବାର ଯୋଗ ଦେଇଛନ୍ତି ଅଭିନେତା ତଥା ବିଜେଡିର ପୂର୍ବତନ ଏମ୍‌ପି ସିଦ୍ଧାନ୍ତ ମହାପାତ୍ର। ଦିଲ୍ଲୀ ମୁଖ୍ୟ କାର୍ଯ୍ୟାଳୟରେ ଯୋଗଦେଇ ସେ ଭାଜପାରେ ସାମିଲ...

ଆଗାମୀ ଦୁଇ ଦିନରେ ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ ତାପମାତ୍ରା

ଭୁବନେଶ୍ୱର,୨୮ା୩: ପାଗ ଶୁଖିଲା ରହୁଥିବାରୁ ଚଳିତମାସ ଶେଷ ପର୍ଯ୍ୟନ୍ତ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ...

ଏପ୍ରିଲ ପ୍ରଥମ ସପ୍ତାହରେ ଘୋଷଣା ହେବ କଂଗ୍ରେସ ଟିକେଟ୍‌

ଭୁବନେଶ୍ୱର,୨୮।୩: ମୁଣ୍ଡ ଉପରେ ନିର୍ବାଚନ। ଭାଜପା ଓ ବିଜେଡି ପର୍ଯ୍ୟାୟ କ୍ରମେ ନିଜର ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। କିନ୍ତୁ ଏଥିରେ ପଛରେ ପଡିଛି କଂଗ୍ରେସ...

ଭାଜପାରେ ମିଶିପାରନ୍ତି ଅନୁଭବ, ଆଜି ହେବ ସ୍ପଷ୍ଟ

ଭୁବନେଶ୍ୱର,୨୮ା୩: ବିଜେଡି ଟିକେଟ୍‌ରେ କେନ୍ଦ୍ରାପଡ଼ା ଲୋକ ସଭାକୁ ନିର୍ବାଚିତ ହୋଇଥିବା ଅଭିନେତା ଅନୁଭବ ମହାନ୍ତି ଗୁରୁବାର ଭାଜପାରେ ଯୋଗ ଦେଇ ପାରନ୍ତି ବୋଲି ରାଜନୈତିକ ମହଲରେ...

ଟିକେଟ୍‌ ପାଇବା ପରେ ନବୀନ ନିବାସରେ ନେତାଙ୍କ ପ୍ରବଳ ଭିଡ଼, ଭେଟିବାକୁ ଆସିଲେ…

ଭୁବନେଶ୍ୱର,୨୮ା୩: ଟିକେଟ୍‌ ପାଇବା ପରେ ବିଜେଡି ସୁପ୍ରିମୋଙ୍କୁ ଧନ୍ୟବାଦ ଜଣାଇବା ପାଇଁ ନବୀନ ନିବାସରେ ଏମ୍‌ପି ଏବଂ ବିଧାୟକ ପ୍ରାର୍ଥୀଙ୍କ ପ୍ରବଳ ଭିଡ଼ ଲାଗିଛି। ଏମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri