ତେଲ ବଜାରରେ ହଲଚଲ: ପେଟ୍ରୋଲରେ ଆଶ୍ୱସ୍ତି, ଡିଜେଲ ଦେଲା ଝଟ୍‌କା, ଲାଗୁ ହେଲା ନୂଆ ଦର

ନୂଆଦିଲ୍ଲୀ,୧୬।୭: ମିଡିଲ ଇଷ୍ଟ (ମଧ୍ୟ ପ୍ରାଚ୍ୟ)ରେ ଆମେରିକା ଏବଂ ଇରାନ ମଧ୍ୟରେ ଜାରି ରହିଥିବା ସାମରିକ ତିକ୍ତତା ମଧ୍ୟରେ ଅନ୍ତର୍ଜାତୀୟ ତେଲ ବଜାରରେ ବଡ଼ ଧରଣର ଅସ୍ଥିରତା ଦେଖିବାକୁ ମିଳିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ରପ୍ତାନି ଉପରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଇନ୍ଧନ ରପ୍ତାନି ଉପରେ ଲାଗୁ ହେଉଥିବା ଉଇଣ୍ଡଫଲ ଟ୍ୟାକ୍ସ (Windfall Tax) ରେ ସରକାର ବଡ଼ ପରିବର୍ତ୍ତନ କରିଛନ୍ତି। ଅର୍ଥ ମନ୍ତ୍ରଣାଳୟ ପକ୍ଷରବିଜ୍ଞପ୍ତି ଅନୁସାରେ, ଡିଜେଲ ଏବଂ ବିମାନ ଇନ୍ଧନ (ATF) ରପ୍ତାନି ଉପରେ ଟ୍ୟାକ୍ସ ବଢ଼ାଇ ଦିଆଯାଇଥିବା ବେଳେ ପେଟ୍ରୋଲ ଉପରେ ଏହାକୁ ହ୍ରାସ କରାଯାଇଛି। ଏହି ନୂତନ ଦର ଆଜିଠାରୁ (୧୬ ଜୁଲାଇ) ଲାଗୁ ହୋଇଛି।

ସୂଚନାଯୋଗ୍ୟ ଯେ, ପ୍ରତି ୧୫ ଦିନରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତେଲର ମୂଲ୍ୟ ଏବଂ ରିଫାଇନିଂ ମାର୍ଜିନର ସମୀକ୍ଷା ଆଧାରରେ ସରକାର ଏହି ଟ୍ୟାକ୍ସରେ ପରିବର୍ତ୍ତନ କରିଥାନ୍ତି। ନୂଆ ନିୟମ ଅନୁଯାୟୀ, ପେଟ୍ରୋଲ ଉପରେ ଉଇଣ୍ଡଫଲ ଟ୍ୟାକ୍ସ ଲିଟର ପିଛା ୪ ଟଙ୍କାରୁ ହ୍ରାସ କରାଯାଇ ୨.୫ ଟଙ୍କା କରାଯାଇଛି। ଅପରପକ୍ଷରେ, ଡିଜେଲ ଉପରେ ଏହି ଟ୍ୟାକ୍ସ ଲିଟର ପିଛା ୮.୫ ଟଙ୍କାରୁ ବୃଦ୍ଧି କରାଯାଇ ୧୫.୫ ଟଙ୍କା ଏବଂ ଏଟିଏଫ (ATF) ଉପରେ ୭.୫ ଟଙ୍କାରୁ ବଢ଼ାଇ ୧୪.୫ ଟଙ୍କା କରାଯାଇଛି। ଅନ୍ତର୍ଜାତୀୟ ସ୍ତରରେ ତେଲ ଯୋଗାଣ ବାଧାପ୍ରାପ୍ତ ହେବାର ଆଶଙ୍କା ଥିବାରୁ ଘରୋଇ ବଜାରରେ ସନ୍ତୁଳନ ରକ୍ଷା କରିବା ପାଇଁ ସରକାର ଏଭଳି ପଦକ୍ଷେପ ଗ୍ରହଣ କରିଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଫର୍ଚୁନରରୁ ଓହ୍ଲାଇ ରାସ୍ତାରେ ଝାଡୁ ଲଗାନ୍ତି ଏହି ସଫେଇ କର୍ମଚାରୀ, ଗାଡି କିଣି ସମସ୍ତଙ୍କୁ କରିଦେଲେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨।୯: ସଫଳତାର କାହାଣୀ ଶୁଣିବାକୁ ସମସ୍ତଙ୍କୁ ଭଲ ଲାଗେ। କିନ୍ତୁ ନିଜ ପରିଶ୍ରମରେ ଶୂନ୍ୟରୁ ଶିଖରରେ ପହଞ୍ଚିବା ଲୋକ ବହୁତ କମ୍‌। ଏମିତି ଜଣେ ପରିଶ୍ରମୀ ବ୍ୟକ୍ତି…

ଗାଡ଼ି ଚାଳକଙ୍କ ପାଇଁ ବଡ଼ ଘୋଷଣା କଲେ ରାଜ୍ୟ ସରକାର: କମିଲା PUCC ଫାଇନ୍‌

ଭୁବନେଶ୍ୱର, ୨।୯: ଗାଡ଼ି ଚାଳକଙ୍କ ପାଇଁ ବଡ଼ ଆଶ୍ୱସ୍ତିକର ଖବର। PUCC ଜରିମାନା କମାଇଲେ ରାଜ୍ୟ ସରକାର। ପ୍ରଦୂଷଣ ସାର୍ଟିଫିକେଟ ନ ଥିଲେ କଟାଯାଉଥିବା ୧୦ ହଜାର…

ଭୁଲରେ ବି ଏହି ଲୋକ ରଖନ୍ତୁନି ଜନ୍ମାଷ୍ଟମୀ ବ୍ରତ? ଉପବାସ ପୂର୍ବରୁ ଜାଣନ୍ତୁ ଜରୁରୀ କଥା…

ବୈଦିକ ପଞ୍ଜିକା ଅନୁଯାୟୀ, ସେପ୍ଟେମ୍ୱର ୪ ତାରିଖରେ ଦେଶବ୍ୟାପୀ ଉତ୍ସାହର ସହ ଜନ୍ମାଷ୍ଟମୀ (Janmashtami 2026) ପର୍ୱ ପାଳିତ ହେବ। ଏହି ଦିନ ଭଗବାନ ଶ୍ରୀକୃଷ୍ଣଙ୍କ ପୂଜା-ଆରାଧନା…

ଆଉ ଚାଲିବନି ବାହାନା! ଖେଳାଳିଙ୍କ ପାଇଁ BCCIର କଡ଼ା ନିୟମ, ବଦଳିଲା…

ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷ ୩ ମ୍ୟାଚରେ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା ହୋଇସାରିଛି। ତେବେ ଏହି ଚୟନ ସହ କିଛି ଖେଳାଳିଙ୍କ ପାଇଁ ଫିଟନେସ୍‌କୁ…

ଜନ୍ମାଷ୍ଟମୀରେ ମହାଲକ୍ଷ୍ମୀ ରାଜଯୋଗ: ସେପ୍ଟେମ୍ୱର ୪ରୁ ଗରିବ ରହିବେନି ୪ ରାଶି, ବଢିବ ଆୟ…

ଏହି ବର୍ଷ ଜନ୍ମାଷ୍ଟମୀ ପର୍ୱ ସେପ୍ଟେମ୍ୱର ୪ ତାରିଖରେ ପାଳନ କରାଯିବ। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ‘ଜନ୍ମାଷ୍ଟମୀ’ର ପବିତ୍ର ପର୍ୱର ଠିକ ପରଦିନ, ଅର୍ଥାତ ସେପ୍ଟେମ୍ୱର ୫…

କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ

କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ…

PM ମୋଦିଙ୍କ ଜନ୍ମଦିନକୁ ନେଇ ବଡ଼ ପ୍ରସ୍ତୁତି: ୨୫ ରାଜ୍ୟର CM କରିବେ…

ନୂଆଦିଲ୍ଲୀ,୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଭାରତୀୟ ଜନତା ପାର୍ଟି (ଭାଜପା) ଦେଶବ୍ୟାପୀ ଏକ ମାସ ଧରି ଚାଲିବାକୁ ଥିବା ‘ସେବା ସଙ୍କଳ୍ପ’ ଅଭିଯାନ ପାଇଁ…

ଦଶହରାରେ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୩ ଗୁଣ ବଢ଼ିପାରେ ବୋନସ ଲିମିଟ, ଖାତାକୁ କେତେ ଟଙ୍କା ଆସିବ ଜାଣନ୍ତୁ…

ନୂଆଦିଲ୍‌ଲୀ,୨।୯: ପାର୍ୱଣ ଋତୁ ଆରମ୍ଭ ହେବା ପୂର୍ୱରୁ କେନ୍ଦ୍ରୀୟ କର୍ମଚାରୀଙ୍କ ମୁହଁରେ ହସ ଫୁଟାଇବା ଭଳି ଏକ ବଡ଼ ଖବର ସାମ୍ନାକୁ ଆସିଛି। ନ୍ୟାସନାଲ କାଉନସିଲ ଅଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri