Posted inଖେଳ

‘କୋହଲି ଖେଳୁ ନ ଥିବାରୁ ନିରାଶ ହେଲୁ’

ପୋର୍ଟ ଅଫ୍‌ ସ୍ପେନ୍‌,୨୨।୭: ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ଏବଂ ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ଟି୨୦ ମ୍ୟାଚ୍‌ ଖେଳିବ ଭାରତ। ଶୁକ୍ରବାରଠାରୁ ଦିନିକିଆ ସିରିଜର ପ୍ରଥମ ମୁକାବିଲା ଖେଳାଯିବ। ଏହି ସିରିଜରେ ଭାରତର ବରିଷ୍ଠ ଖେଳାଳିଙ୍କୁ ବିଶ୍ରାମ ଦିଆଯାଇଛି। ତଦନୁଯାୟୀ ନିୟମିତ ଅଧିନାୟକ ତଥା ଓପନର୍‌ ରୋହିତ ଶର୍ମାଙ୍କ ସ୍ଥାନରେ ଶିଖର ଧାଓ୍ବନଙ୍କୁ ସୁଯୋଗ ମିଳିଛି। ରୋହିତଙ୍କ ବ୍ୟତିତ ବିରାଟ କୋହଲି, ହାର୍ଦ୍ଦିକ ପାଣ୍ଡ୍ୟା, ଯଶପ୍ରିତ ବୁମ୍‌ରାଙ୍କୁ ବିଶ୍ରାମ ଦିଆଯାଇଛି। ସେହିଭଳି କୋହଲି ଏବଂ ବୁମ୍‌ରାଙ୍କୁ ଟି୨୦ ସିରିଜରେ ସୁଯୋଗ ମିଳିନାହିଁ। ଏବେ ଦଳର ବରିଷ୍ଠ ଖେଳାଳିଙ୍କୁ ବାହାର କରାଯିବାକୁ ନେଇ ଓ୍ବେଷ୍ଟଇଣ୍ଡିଜ୍‌ ଟିମ୍‌ର କୋଚ୍‌ ଫିଲ୍‌ ସିମନ୍ସ ନିରାଶ ହୋଇଛନ୍ତି। ଦଳ ଶ୍ରେଷ୍ଠ ଖେଳାଳିଙ୍କ ବିପକ୍ଷରେ ମ୍ୟାଚ୍‌ ଖେଳିବାକୁ ଚାହୁଁଥିଲା। ହେଲେ ସେମାନେ ନ ଥିବା ନିରାଶ କରିଛିି ବୋଲି କହିଛନ୍ତି।

ବିମଲ କୁମାରଙ୍କ ୟୁଟ୍ୟୁବ ଚ୍ୟାନେଲରେ ସିମନ୍ସ କହିଛନ୍ତି, ଭାରତର ଖେଳାଳିମାନେ ଗସ୍ତରେ ଆସିନାହାନ୍ତି। ଏହା ନିରାଶ କରିଛି। କାରଣ ଶ୍ରେଷ୍ଠ ଖେଳାଳିଙ୍କ ସହ ମ୍ୟାଚ୍‌ ଖେଳିବାକୁ ଚାହୁଁଥିଲୁ। ବିରାଟଙ୍କ ରେକର୍ଡ ଦେଖିଲେ ସେ ଜଣେ ଅଲ୍‌ଟାଇମ୍‌ ବେଷ୍ଟ ପ୍ଲେୟାର। ଏବେ ସେ ସିରିଜରେ ନ ଥିବାରୁ ନିରାଶ ହୋଇଛୁ। ସେ ଆସିଥିଲେ ଭଲ ହୋଇଥାନ୍ତା। ହେଲେ ସମସ୍ତଙ୍କୁ ସିରିଜ ପସନ୍ଦ ଆସିବ ବୋଲି ସେ ଅନୁମାନ କରୁଥିବା କହିଛନ୍ତି।

ସେହିଭଳି କୋହଲିଙ୍କୁ ନେଇ ହେଉଥିବା ସମାଲୋଚନା ବିଷୟରେ ସେ କହିଛନ୍ତି, ଲୋକମାନେ ଚାହାନ୍ତି ଯେ ସେ ସବୁବେଳେ ଭଲ ଖେଳନ୍ତୁ। ହେଲେ କେହି ବି ଖେଳାଳି ସବୁବେଳେ ସେଭଳି କରିପାରିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ମହମ୍ମଦ ୟୁନୁସ ହେବେ କି ବାଂଲାଦେଶର ରାଷ୍ଟ୍ରପତି? ନୂତନ ଭୂମିକାକୁ ନେଇ ବଢ଼ିଲା ଚର୍ଚ୍ଚା

ଢାକା,୧୫।୨: ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବା ବେଳେ, ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଫେବୃଆରୀ ୧୨ରେ…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri