୫୦ରୁ ୬୦ କି.ମି. ବେଗରେ ବହିବ ପବନ: ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୯ା୪:ରାଜ୍ୟର ବିଭିନ୍ନ ଜିଲାରେ କିଛିଦିନ ହେବ କାଳବୈଶାଖୀ ତାଣ୍ଡବ ରଚୁଛି। ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ପବନ ବ୍ୟାପକ କ୍ଷୟକ୍ଷତି ଘଟାଉଛି। ଶୁକ୍ରବାର ଦ୍ୱୈତନଗରୀ କଟକ ଓ ଭୁବନେଶ୍ୱର ସମେତ ବାଲେଶ୍ୱର, ଭଦ୍ରକ, କଟକ, ଖୋର୍ଦ୍ଧା ଆଦି ଅଧିକାଂଶ ଜିଲାରେ ଝଡ଼ବର୍ଷା ହୋଇଥିଲା। ବହୁ ସ୍ଥାନରେ ଗଛ ଭାଙ୍ଗିପଡ଼ିବା ସହ ଫସଲ ନଷ୍ଟ ହୋଇଛି। ବହୁ ଅଞ୍ଚଳରେ ବିଦ୍ୟୁତ୍‌ ସରବରାହ ବ୍ୟାହତ ହୋଇଥିବାବେଳେ କେତେକ ସ୍ଥାନରେ କାଳବୈଶାଖୀଜନିତ ଅଘଟଣ ଦେଖିବାକୁ ମିଳିଛି। ୨୫ ତାରିଖ ପର୍ଯ୍ୟନ୍ତ ଏପରି ସ୍ଥିତି ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଶନିବାର ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକରେ ଘଣ୍ଟା ପ୍ରତି ୫୦ରୁ ୬୦ କି.ମି. ବେଗରେ ପବନ ବହିବା ସହ ପ୍ରବଳ ବର୍ଷା ହେବାନେଇ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ଏହିସବୁ ଜିଲାରେ ବିଶେଷକରି ଅପରାହ୍ନ ଓ ସନ୍ଧ୍ୟାରେ ଝଡ଼ପବନର ଆଶଙ୍କା ରହିଛି। ସେହିପରି କୋରାପୁଟ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲାର କିଛି ସ୍ଥାନରେ ଘଣ୍ଟା ପ୍ରତି ୪୦ରୁ ୫୦ କି.ମି. ବେଗରେ ପବନ ବହିବା ସହ ଅପରାହ୍ନ ଓ ସନ୍ଧ୍ୟାରେ ଘଡ଼ଘଡ଼ି ସହିତ ବର୍ଷା ନେଇ ଅନୁମାନ କରାଯାଇଛି। ଏଥିପାଇଁ ଏହିସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ତେବେ ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ବୌଦ୍ଧ, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ମାଲକାନଗିରି ଜିଲାରେ ମଧ୍ୟ ଶନିବାର ବର୍ଷା ହୋଇପାରେ। ଘଣ୍ଟା ପ୍ରତି ୩୦ରୁ ୪୦ କି.ମି. ବେଗରେ ପବନ ସହ ବିଜୁଳି ଘଡ଼ଘଡ଼ି ବିପଦ ରହିଥିବାରୁ ଏହି ଜିଲାଗୁଡ଼ିକୁ ମଧ୍ୟ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଆସନ୍ତା ୪ରୁ ୫ ଦିନ ମଧ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହୋଇ ନ ପାରେ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri