ଘରେ ପହଞ୍ଚିବ ମଦ: ଜିଲାପାଳଙ୍କୁ କ୍ଷମତା ଦେଲେ ସରକାର

ଭୁବନେଶ୍ୱର,୧୪।୫(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଲକ୍‌ଡାଉନ ଜାରି ରହିଛି। ଏହି ସମୟରେ ଦୋକାନବଜାର ସହ ମଦ ଦୋକାନ ମଧ୍ୟ ବନ୍ଦ ରହିଛି। ତେବେ ଲକ୍‌ଡାଉନ ବେଳେ ମଦ ହୋମ୍‌ ଡେଲିଭରି କରିବାକୁ ରାଜ୍ୟ ସରକାର ଜିଲାପାଳଙ୍କୁ କ୍ଷମତା ଦେଇଛନ୍ତି। ଉଭୟ ଅଫ୍‌, ଅନ୍‌, ଦେଶୀମଦ ଦୋକାନୀ ହୋମ୍‌ ଡେଲିଭରି ଦେଇପାରିବେ। ଖାଦ୍ୟ ଯୋଗାଣକାରୀ ସଂସ୍ଥା ମଧ୍ୟ ହୋମ୍‌ ଡେଲିଭରି କରିପାରିବେ। ଏନେଇ ଅବକାରୀ ସଚିବ ସୁଶୀଲ କୁମାର ଲୋହାନୀ ଅବକାରୀ କମିଶନର ଆଶିଷ ସିଂଙ୍କୁ ଜଣାଇଛନ୍ତି। ଜିଲାପାଳମାନଙ୍କୁ ନିଜ ନିଜ ଜିଲାରେ ମଦ ହୋମ୍‌ ଡେଲିଭରି ବ୍ୟବସ୍ଥା ଆରମ୍ଭ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳମାନେ ହୋମ୍‌ ଡେଲିଭରି କରିବାକୁ ଅନୁମତି ଦେଇପାରିବେ। ଏଥିସହିତ ରାଜ୍ୟ ସରକାର ଓଡ଼ିଶା ପାନୀୟ ନିଗମର ସମସ୍ତ ଗୋଡାଉନରେ ହୋଲ୍‌ସେଲ କରିବା ପାଇଁ ସକାଳ ୬ରୁ ଅପରାହ୍ନ ୨ଟା ଯାଏ ଅନୁମତି ଦେଇଛନ୍ତି। ରାଜ୍ୟରେ ମେ’ ୫ରୁ ମେ’ ୧୯ ତାରିଖ ଯାଏ ଲକ୍‌ଡାଉନ ଘୋଷଣା କରାଯାଇଛି। ଗତ କିଛିଦିନ ତଳେ ଅବକାରୀ ସଚିବ ମଦ ହୋମ୍‌ ଡେଲିଭରି ଦେବା ନେଇ ଏକ ପ୍ରସ୍ତାବ ସ୍ବତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ ଜେନାଙ୍କୁ ଦେଇଥିଲେ। ଗତବର୍ଷ ଲକ୍‌ଡାଉନ ସମୟରେ ମଦର ବ୍ୟାପକ ଚାହିଦାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ହୋମ୍‌ ଡେଲିଭରି ପାଇଁ ଅନୁମତି ଦେଇଥିଲେ। ଖାଦ୍ୟ ଯୋଗାଣ କରୁଥିବା ସଂସ୍ଥା ଅବା ମଦ ବିକ୍ରି ଲାଇସେନ୍ସ ଥିବା ଦୋକାନୀମାନେ ଅନ୍‌ଲାଇନ୍‌ ବୁକିଂ ବା ଟେକ୍ନୋଲୋଜି ମାଧ୍ୟମରେ ହୋମ୍‌ ଡେଲିଭରି କରିପାରିବେ। ଗତବର୍ଷ ଲକ୍‌ଡାଉନବେଳେ ଟେକ୍ନୋଲୋଜି ଉପଯୋଗ କରି ମଦର ହୋମ୍‌ ଡେଲିଭରି କରାଯାଉଥିଲା। ମଦ ଯୋଗାଣକୁ ସୁନିଶ୍ଚିତ ଓ ସୁବ୍ୟବସ୍ଥିତ କରିବା ନିମନ୍ତେ କୋଭିଡ୍‌ ଗାଇଡ୍‌ଲାଇନ୍‌ ଅନୁସାରେ ମଦ ନିଗମର ଗୋଦାମଗୁଡ଼ିକ କାର୍ଯ୍ୟ କରିବ।

 


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri