ମହଙ୍ଗା ହେବ ମଦ

ଭୁବନେଶ୍ୱର,୩୧ା୩(ବ୍ୟୁରୋ):ରାଜ୍ୟ ସରକାର ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଅବକାରୀ ନୀତି ଜାରି କରିଛନ୍ତି। ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ଜାରି ହୋଇଥିବା ନୂଆ ଅବକାରୀ ନୀତି ୨୦୨୩ ଏପ୍ରିଲ ପହିଲାରୁ ୨୦୨୪ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ। ରାଜ୍ୟ ସରକାର ଆଇଏମ୍‌ଏଫ୍‌ଏଲ୍‌ ଉପରେ ଅବକାରୀ ଶୁଳ୍କ (ଏକ୍ସାଇଜ୍‌ ଡ୍ୟୁଟି)ରେ ସାମାନ୍ୟ ବୃଦ୍ଧି କରିଛନ୍ତି। ଆସନ୍ତା ଏପ୍ରିଲ ପହିଲାରୁ ଭାରତରେ ପ୍ରସ୍ତୁତ ବିଦେଶୀ ମଦ (ଆଇଏମ୍‌ଏଫ୍‌ଏଲ୍‌) ଦର ବୃଦ୍ଧି ପାଇବ। ଏଥିସହିତ ଆସନ୍ତା ଆର୍ଥିକ ବର୍ଷରେ ରାଜ୍ୟରେ ନୂଆ ଅଫ୍‌ ଶପ୍‌ ମଦ ଦୋକାନ ଖୋଲିବା ପାଇଁ ନୂଆ ନୀତିରେ ଅନୁମତି ମିଳିବ ନାହିଁ। ସମସ୍ତ ପ୍ରକାରର ଅଫ୍‌-ଶପ୍‌ ମଦ ଦୋକାନ ସଂଖ୍ୟା ବୃଦ୍ଧି ଉପରେ କଟକଣା ଜାରି ହୋଇଛି। ତେବେ ଏସବୁ ଦୋକାନର ନବୀକରଣ ପାଇଁ ସରକାର ଅନୁମତି ଦେଇଛନ୍ତି। ନୂଆ ଅବକାରୀ ନୀତିରେ ରାଜ୍ୟ ସରକାର ଲାଇସେନ୍ସ ଫି’, ଏମ୍‌ଜିକ୍ୟୁ (ସର୍ବନିମ୍ନ ନିଶ୍ଚିତ ପରିମାଣ), ମଦ ପ୍ରସ୍ତୁତ ପାଇଁ ଆବେଦନ ଫି’, ଯୋଗାଣକାରୀ ଓ ରିଟେଲର ଫି’ରେ ସାମାନ୍ୟ ବୃଦ୍ଧି କରାଯାଇଛି। ସେହିପରି ୨୦୨୩-୨୪ ଆର୍ଥିକ ବର୍ଷରେ ଗ୍ରାମାଞ୍ଚଳରେ କୌଣସି ପ୍ରକାରର ଅନ୍‌ ଶପ୍‌ ଲାଇସେନ୍ସ ପ୍ରଦାନ ନିମନ୍ତେ ନୂଆ ଆବେଦନ ଗ୍ରହଣ କରାଯିବ ନାହିଁ। କେବଳ ସହରାଞ୍ଚଳରେ ତାରକା ହୋଟେଲ ଓ ଅନ୍ୟ ହୋଟେଲଗୁଡ଼ିକର ରୁମ୍‌ ସଂଖ୍ୟାକୁ ଦୃଷ୍ଟିରେ ରଖି ଅବକାରୀ କମିଶନର ଅନ୍‌ ଶପ୍‌ ଲାଇସେନ୍ସ ପ୍ରଦାନ କରିପାରିବେ। ଅନ୍‌ ଶପ୍‌ ମଦ ଦୋକାନକୁ ଅଫ୍‌ ଶପ୍‌ ଭଳି କାଉଣ୍ଟର ବିକ୍ରି ଉପରେ କଟକଣା ଜାରି ହୋଇଛି। ସମସ୍ତ ଅଫ୍‌ ଶପ୍‌, ଅନ୍‌ ଶପ୍‌ ଲାଇସେନ୍ସଧାରୀଙ୍କୁ ସବୁ ପରିମାଣର ବିଦେଶୀ ମଦ ନେବାକୁ ପଡ଼ିବ। ତେବେ କେବଳ ଏଫ୍‌ଏଲ୍‌ ଅନ୍‌ ଶପ୍‌ ଲାଇସେନ୍ସଧାରୀଙ୍କୁ ଓଡ଼ିଶା ମଦ ନିଗମରୁ କେଜ୍‌ ବିୟର ଉଠାଇବାକୁ ଅନୁମତି ରହିଛି।
ବିୟର ପାର୍ଲରଗୁଡ଼ିକ ବିୟର ବିକ୍ରି ସହ ୱାଇନ୍‌ ମଧ୍ୟ ବିକ୍ରି କରିପାରିବେ। ଏହାସହିତ ଦେଶରେ ପ୍ରସ୍ତୁତ ବିଦେଶୀ ମଦ (ଆଇଏମ୍‌ଏଫ୍‌ଏଲ୍‌) ଉପରେ ଅବକାରୀ ଟିକସ ସାମାନ୍ୟ ବୃଦ୍ଧି କରାଯାଇଛି। ତେବେ ବିଦେଶରେ ପ୍ରସ୍ତୁତ ବିଦେଶୀ ମଦ (ଏଫ୍‌ଏମ୍‌ଏଫ୍‌ଏଲ୍‌), ୱାଇନ୍‌ ଓ ବିୟର ଦର ଅପରିବର୍ତ୍ତିତ ରହିବ। ରାଜ୍ୟ ସରକାର ଇଜି ଅଫ୍‌ ଡୁଇଙ୍ଗ୍‌ ବିଜିନେସକୁ ପ୍ରୋତ୍ସାହିତ କରିବା ନିମନ୍ତେ ପରମିଟ୍‌, ଲାଇସେନ୍ସ, ପେମେଣ୍ଟ ଆଦି ଫାଇଭ-ଟିକୁ କାର୍ଯ୍ୟକାରୀ କରିଛନ୍ତି। ଗୁଇନ୍ଦା ତଥ୍ୟ ଆଧାରରେ ଜ୍ଞାନକୌଶଳର ଉପଯୋଗ କରାଯାଇ ମଦ ଚୋରାଚାଲାଣ ଓ ବିକ୍ରି ଉପରେ ନିୟନ୍ତ୍ରଣକୁ କଡ଼ାକଡ଼ି କରାଯିବ। ଅନ୍‌ ଲାଇସେନ୍ସ ଓଟିଡିସି/ଆଇଟିଡିସି ହୋଟେଲଗୁଡିକୁ ଦିଆଯିବ। ତେବେ ଅସ୍ଥାୟୀ ଭାବେ ମଦ ବିକ୍ରି ପାଇଁ ଓଟିଡିସିକୁ ଲାଇସେନ୍ସ ପ୍ରଦାନ କରାଯିବ। ରାଜ୍ୟରେ ପର୍ଯ୍ୟଟନକୁ ପ୍ରୋତ୍ସାହନ ପାଇଁ ଏହି ଲାଇସେନ୍ସ ଦିଆଯିବ ବୋଲି ସୂଚିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri