ଟ୍ରେଣ୍ଡ୍‌ସ ରଜ ରାଜକୁମାରୀର ବିଜେତା ସମ୍ବର୍ଦ୍ଧିତ

ଭୁବନେଶ୍ୱର,୨୬।୬ (ଅଭୟ ଦାଶ): ରିଲାଏନ୍ସ ରିଟେଲ୍‌ର ପୋଷାକ ଏବଂ ଆସେସୋରିଜ ସ୍ପେଶାଲିଟି ଚେନ୍‌ ଟ୍ରେଣ୍ଡ୍‌ସ ପକ୍ଷରୁ ଆୟୋଜିତ ‘ରଜ ରାଜକୁମାରୀ ପ୍ରତିଯୋଗିତା-୨୦୨୩’ର ବିଜେତାଙ୍କ ନାମ ଘୋଷଣା କରାଯାଇଛି। ଏପରିକି ରବିବାର ଟ୍ରେଣ୍ଡସ ଜନପଥ ଷ୍ଟୋରଠାରେ ରଜ ରାଜକୁମାରୀ ଫାଇନାଲ କାର୍ଯ୍ୟକ୍ରମର ସ୍ବତନ୍ତ୍ର ସମାରୋହ ସହ ରଜ ରାଜକୁମାରୀ ପ୍ରତିଯୋଗିତାର ସମସ୍ତ ୬ ବିଜେତାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଓଲିଉଡ୍‌ ଅଭିନେତ୍ରୀ ଶିବାନୀ ସଙ୍ଗୀତା ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଚଳିତ ବର୍ଷର ରଜ ରାଜକୁମାରୀର ବିଜେତାମାନଙ୍କୁ ପୁରସ୍କୃତ କରିଥିଲେ।
ଉଲ୍ଲେଖଯୋଗ୍ୟ, ସେଲ୍‌ଫି ଓ ରିଲ୍‌ସ ଜରିଆରେ ରଜ ଲୁକ୍‌ସ ପ୍ରତିଯୋଗିତାର ଶ୍ରେଷ୍ଠ ୩ଜଣ ବିଜେତାଙ୍କୁ ଯଥାକ୍ରମେ ୩୧,୦୦୦, ୨୧,୦୦୦ ଏବଂ ୧୧,୦୦୦ଟଙ୍କାର ପୁରସ୍କାର ରାଶି ପ୍ରଦାନ କରାଯାଇଥିଲା। ସେହିଭଳି ଲୋକପ୍ରିୟ ବ୍ଲଗର ସୁଶ୍ରୀ ମିଶ୍ର, ଶୁଭଲକ୍ଷ୍ମୀ ଦୀକ୍ଷିତ, ବର୍ଷା ପ୍ରିୟଦର୍ଶିନୀଙ୍କୁ ମଧ୍ୟ ଟ୍ରେଣ୍ଡ୍‌ସ ରଜ ରାଜକୁମାରୀ ପ୍ରତିଯୋଗିତାର ସ୍ବତନ୍ତ୍ର ପୁରସ୍କାର ଦିଆଯାଇଥିଲା। ଏପରିକି ପୁରସ୍କାର ଆକାରରେ ଉପରୋକ୍ତ ୩ ବ୍ଲଗରଙ୍କୁ ପ୍ରତ୍ୟେକ ୧୦,୦୦୦ ଟଙ୍କା ଲେଖାଏଁ ଅର୍ଥରାଶି ଅତିଥି ପ୍ରଦାନ କରିଥିଲେ। ଏପରିକି ସମସ୍ତ ପ୍ରତିଯୋଗୀଙ୍କୁ ୫୦୦ଟଙ୍କା ଲେଖାଏଁ ମୂଲ୍ୟର ୨ଟି ସ୍ବତନ୍ତ୍ର ରଜ ରିହାତି କୁପନ ଦିଆଯାଇଥିଲା।
ସୂଚନାଯୋଗ୍ୟ, ୨୦୨୩ ଜୁନ୍‌ ୧ରୁ ଜୁନ ୧୮ ତାରିଖ ପର୍ଯ୍ୟନ୍ତ ଉକ୍ତ ପ୍ରତିଯୋଗିତା ବିଭିନ୍ନ ପ୍ଲାଟଫର୍ମରେ ଚାଲିଥିଲା। ଏପରିକି ଦୀର୍ଘ ୧୮ ଦିନ ଧରି ଟ୍ରେଣ୍ଡ୍‌ସ ପକ୍ଷରୁ ଏହି ପ୍ରତିଯୋଗିତା ବିଭିନ୍ନ ମାଧ୍ୟମରେ ଆୟୋଜିତ ହୋଇଥିଲା। ଉକ୍ତ ପ୍ରତିଯୋଗିତାରେ ରାଜ୍ୟର ବିଭିନ୍ନ ସ୍ଥାନରୁ ପ୍ରତିଯୋଗୀଙ୍କର ମାତ୍ରାଧିକ ଆଗ୍ରହ ଦେଖିବାକୁ ମିଳିଥିଲା। ଏଥିପାଇଁ ଉଦ୍ଦିଷ୍ଟ ୱେବସାଇଟ www.trendsrajarajakumari.comକୁ ହଜାର ହଜାର ଆବେଦନ ଆସିଥିଲା। ଉକ୍ତ ଆବେଦନର ଶ୍ରେଷ୍ଠ ପ୍ରତିଯୋଗୀଙ୍କୁ ଚଳିତ ବର୍ଷର ରଜ ରାଜକୁମାରୀର ବିଜେତା ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri