Posted inଖେଳ

ଅଷ୍ଟ୍ରେଲିଆ ପାଇଁ ବିଜୟ ଲକ୍ଷ୍ୟ ୧୮୭ ରନ…

ମେଲବୋର୍ନ,୧୭।୧୦ : ଟି -୨୦ ବିଶ୍ୱକପ ସୁପର -୧୨ ରାଉଣ୍ଡ ପୂର୍ବରୁ, ସୁପର -୧୨ ରେ ପହଞ୍ଚିଥିବା ଦଳମାନଙ୍କୁ ନିଜ ନିଜ ମଧ୍ୟରେ ଅଭ୍ୟାସ ମ୍ୟାଚ ଖେଳିବାକୁ ପଡିବ। ଏହି ଧାରାରେ ସୋମବାର ଭାରତ ଅଷ୍ଟ୍ରେଲିଆ ସହିତ ବ୍ରିସବେନର ଦ ଗାବା ଷ୍ଟାଡିୟମରେ ଅଭ୍ୟାସ ମ୍ୟାଚରେ ମୁହାଁମୁହିଁ ହୋଇଛନ୍ତି। ଅଷ୍ଟ୍ରେଲୀୟ ଅଧିନାୟକ ଆରୋନ ଫିଞ୍ଚ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ଟିମ୍‌ ଇଣ୍ଡିଆ ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇ ଧାର୍ଯ୍ୟ ୨୦ ଓଭରରେ ୭ ଓ୍ବିକେଟ ହରାଇ ୧୮୬ ରନ କରିଛି। ଫଳରେ ଅଷ୍ଟ୍ରେଲିଆ ପାଇଁ ବିଜୟ ଲକ୍ଷ୍ୟ ୧୮୭ ରନ ରହିଛି।

କେ.ଏଲ ରାହୁଲ ଏବଂ ସୂର୍ଯ୍ୟକୁମାର ଯାଦବଙ୍କ ବ୍ୟତୀତ କୌଣସି ଭାରତୀୟ ବ୍ୟାଟ୍ସମ୍ୟାନ ଭଲ ପ୍ରଦର୍ଶନ କରିପାରି ନଥିଲେ। ରାହୁଲ ୩୩ ବଲରେ ୫୭ ରନ ଏବଂ ସୂର୍ଯ୍ୟକୁମାର ୩୩ ବଲରେ ୫୦ ରନ ସଂଗ୍ରହ କରିଥିଲେ।

ଟିମ ଇଣ୍ଡିଆ ଏକ ଭଲ ଆରମ୍ଭ କରିଥିଲା। ପ୍ରଥମ ୱିକେଟ ପାଇଁ ରୋହିତ ଶର୍ମା ଏବଂ ରାହୁଲ ୪୫ ବଲରେ ୭୮ ରନ କରିଥିଲେ। ପ୍ରଥମ ଚାରି ଓଭରରେ ରୋହିତ ଷ୍ଟ୍ରାଇକ ପାଇ ନ ଥିବାରୁ ଖାତା ଖୋଲିପାରି ନ ଥିଲେ। ରାହୁଲ ଅର୍ଦ୍ଧଶତକ ହାସଲ କରିଥିଲେ, କିନ୍ତୁ ଏହା ପରେ ସେ ଅଧିକ ସମୟ ପଡ଼ିଆରେ ରହିପାରି ନ ଥିଲେ। ସେ ୬ ଟି ଚୌକା ଓ ୩ ଛକା ସହାୟତାରେ ୩୩ ବଲରେ ୫୭ ରନ ପରେ ଆଉଟ ହୋଇ ପାଭିଲିୟନ ଫେରିଥିଲେ।

୧୪ ବଲରେ ୧୫ ରନ ସ୍କୋର କରିବା ପରେ ରୋହିତ ଆଉଟ ହୋଇଥିଲେ। ବିରାଟ କୋହଲି ୧୩ ବଲରେ ୧୯ ରନ ସ୍କୋର କରିଥିଲେ। ହାର୍ଦ୍ଦିକ ପାଣ୍ଡ୍ୟା ମଧ୍ୟ ବିଫଳ ହୋଇଥିଲେ ଏବଂ ମାତ୍ର ଦୁଇଟି ରନ ସ୍କୋର କରିବା ପରେ ପାଭିଲିୟନ ଫେରିଥିଲେ। ଦୀନେଶ କାର୍ତ୍ତିକ ଏବଂ ସୂର୍ଯ୍ୟକୁମାର ଯାଦବ ଭାରତୀୟ ଇନିଂସ ଆଗକୁ ନେବାକୁ ଚେଷ୍ଟା କରିଥିଲେ। ତେବେ କାର୍ତ୍ତିକ ୧୪ ବଲରେ ୨୦ ରନ କରି ଆଉଟ ହୋଇଯାଇଥିଲେ। ସୂର୍ଯ୍ୟକୁମାର ୫୦ ସ୍କୋର କରିଥିଲେ। ସେ ଏକ ଫୁଲଟସ ବଲରେ ଛକା ମାରିବାକୁ ଯାଇ କ୍ୟାଚ୍‌ ଆଉଟ ହୋଇଥିଲେ।

ସୂର୍ଯ୍ୟକୁମାର ୬ଟି ଚୌକା ଓ ଗୋଟିଏ ଛକା ମାରିଥିଲେ। ଦୁଇଟି ବଲରେ ୬ ରନ ସଂଗ୍ରହ ପରେ ଅଶ୍ୱିନ ଆଉଟ ହୋଇଥିଲେ। ଏଥି ସହ ଅକ୍ଷର ପଟେଲ ୬ ରନ କରି ଅପରାଜିତ ରହିଥିଲେ। ଅଷ୍ଟ୍ରେଲିଆ ପାଇଁ କେନ ରିଚାର୍ଡସନ ଚାରିଟି ୱିକେଟ ନେଇଥିଲେ। ଏଥି ସହିତ ଷ୍ଟାର୍କ, ଗ୍ଲେନ ମ୍ୟାକ୍ସୱେଲ ଏବଂ ଆଷ୍ଟନ ଅଗର ପ୍ରତ୍ୟେକ ଗୋଟିଏ ଲେଖାଏଁ ୱିକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri