ଦାରିଙ୍ଗବାଡ଼ିରେ ଶୀତର ଆଗମନ: ବଢ଼ୁଛି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୯।୧୦(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଅଞ୍ଚଳରେ ଧୀରେ ଧୀରେ ଶୀତର ଆଗମନ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ହେଲା ଅଞ୍ଚଳରେ ହାଲୁକା ଥଣ୍ଡା ଅନୁଭୂତ ହେଉଥିବା ବେଳେ ଗୁରୁବାର ସନ୍ଧ୍ୟାଠାରୁ ଶୀତର ପ୍ରକୋପ ଧୀରେ ଧୀରେ ବଢ଼ୁଥିବା ଜଣାପଡ଼ିଛି। ଅନ୍ୟପଟେ ଘନ କୁହୁଡ଼ି ଯୋଗୁ ଗାଡ଼ି ଚଳାଚଳରେ ମଧ୍ୟ ସମସ୍ୟା ଦେଖାଦେଉଛି।
ଦାରିଙ୍ଗବାଡ଼ି ଅଞ୍ଚଳରେ ଦିନବେଳେ ପ୍ରଚଣ୍ଡ ଖରା ସହ ଶୁଖିଲା ପାଗ ରହୁଛି। ତେବେ ସନ୍ଧ୍ୟା ନଇଁବା ପରେ ପାଗରେ ପରିବର୍ତ୍ତନ ଅନୁଭୂତ ହେଉଛି। ଧୀରେ ଧୀରେ ଥଣ୍ଡା ବଢ଼ୁଥିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଶୀତ ଋତୁର ଆଗମନକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଅଞ୍ଚଳରେ କୁହୁଡ଼ିର ପ୍ରଭାବ ମଧ୍ୟ ଧୀରେ ଧୀରେ ବଢ଼ୁଥିବା ଦେଖାଯାଉଛି। ଘନ କୁହୁଡ଼ି ଯୋଗୁ ରାସ୍ତାରେ ଦୃଶ୍ୟମାନତା ହ୍ରାସ ପାଉଥିବାରୁ ଗାଡ଼ି ଚାଳକମାନଙ୍କୁ ଯାତାୟାତ ସମୟରେ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ୁଛି। ଏଭଳି ପରିସ୍ଥିତିରେ ଗାଡ଼ି ଚାଳକମାନେ ସତର୍କତାର ସହ ଯାତାୟାତ କରିବା ଆବଶ୍ୟକ।
ସ୍ଥାନୀୟ ଲୋକଙ୍କ ମତରେ, ପ୍ରତିବର୍ଷ ସେପ୍ଟେମ୍ବର ମାସରୁ ଦାରିଙ୍ଗବାଡ଼ିରେ ହାଲୁକା ଶୀତ ଅନୁଭୂତ ହେବା ଆରମ୍ଭ ହୋଇଥାଏ। କିନ୍ତୁ ଚଳିତ ବର୍ଷ ଲଘୁଚାପଜନିତ ବର୍ଷା ଯୋଗୁ ଶୀତର ପ୍ରଭାବ ବିଳମ୍ବରେ ଅନୁଭୂତ ହେଉଥିବା ନେଇ ଅଞ୍ଚଳରେ ଆଲୋଚନା ହେଉଛି।
ଏବେ ପାର୍ବଣ ଋତୁ ଚାଲିଥିବାରୁ ଦାରିଙ୍ଗବାଡ଼ିକୁ ପର୍ଯ୍ୟଟକଙ୍କ ଆଗମନ ଧୀରେ ଧୀରେ ବଢ଼ୁଛି। ଶୀତର ଆଗମନ ସହ ଏଠାକାର ପ୍ରାକୃତିକ ପରିବେଶ ଓ କୁହୁଡ଼ିଭରା ସକାଳ ପର୍ଯ୍ୟଟକଙ୍କୁ ଆକର୍ଷିତ କରିବ ବୋଲି ଆଶା କରାଯାଉଛି। ଆଗାମୀ ଦିନରେ ଥଣ୍ଡାର ପ୍ରକୋପ ବଢ଼ିଲେ ଦାରିଙ୍ଗବାଡ଼ିରେ ପର୍ଯ୍ୟଟକଙ୍କ ଭିଡ଼ ଆହୁରି ବଢ଼ିବାର ସମ୍ଭାବନା ରହିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଚମକିଲେ ବସ୍‌ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍‌ମା: ମିଳିଲା ବଡ଼ ଅଫର୍‌

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…

ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ

ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା…

ମାତ୍ର ୨୭ ବର୍ଷରେ କ୍ରିକେଟ୍‌ କ୍ୟାରିୟର ଶେଷ! କୋହଲିଙ୍କ ସହ ଝଗଡା କରି ଚର୍ଚ୍ଚାରେ ଥିବା କ୍ରିକେଟ୍‌ର ଧରିଲେ ମାଇକ

ନୂଆଦିଲ୍ଲୀ,୯।୧୦: ଆଇପିଏଲ୍‌ରେ ବିରାଟ କୋହଲିଙ୍କ ସହ ପଡ଼ିଆରେ ଝଗଡାକୁ ନେଇ ଚର୍ଚ୍ଚାକୁ ଆସିଥିବା ଆଫଗାନିସ୍ତାନର ଦ୍ରୁତ ବୋଲର୍‌ ନବୀନ-ଉଲ-ହକ ଏବେ ଏକ ନୂଆ ଭୂମିକାରେ ଦେଖାଦେବେ। ବଲ…

ନବୀନ ଛକରେ ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା….

ସଇଁତଳା,୯/୧୦ – (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ସଇଁତଳା ଦେଇ ଯାଇଥିବା ବଲାଙ୍ଗୀର ବୋରିଗୁମା ୨୬ନମ୍ବର ଜାତୀୟ ରାଜପଥ ନବୀନ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ପୁଣି ଭାରତ-ପାକିସ୍ତାନ ସାମ୍ନାସାମ୍ନି: ଦୀପାବଳିରେ ହେବ ହାଇଭୋଲ୍ଟେଜ ମ୍ୟାଚ

ନୂଆଦିଲ୍ଲୀ,୯।୧୦: କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର। ଏସିଆନ କ୍ରିକେଟ କାଉନସିଲ (ACC) ପକ୍ଷରୁ ଅଣ୍ଡର-୧୯ ଏସିଆ କପ ୨୦୨୬ର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଏଥର ନଭେମ୍ବର…

ସୁନ୍ଦରଗଡ଼ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ବାସଭବନରେ ଭିଜିଲାନ୍ସ ରେଡ୍‌

ସୁନ୍ଦରଗଡ,୯।୧୦(ଜୟ ନାରାୟଣ ମେଣ୍ଡୁଳି): ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ର ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରସନ୍ନ କୁମାର…

ପୁଣି ନୋବେଲ ଶାନ୍ତି ପୁରସ୍କାର ଦାବିକଲେ ଟ୍ରମ୍ପ୍‌, ୮ଯୁଦ୍ଧ ରୋକିଥିବା ଦାବି ଦୋହରାଇଲେ

ଓ୍ବାଶିଂଟନ,୯।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନୋବେଲ ଶାନ୍ତି ପୁରସ୍କାର ପାଇଁ ପୁଣି ଥରେ ଦାବି ଉପସ୍ଥାପନ କରିଛନ୍ତି । ସେ ୮ଟି ଯୁଦ୍ଧର ସମାଧାନ କରିଛନ୍ତି…

ଭାରତର ନୂଆ କ୍ରିକେଟ୍‌ ବିସ୍ମୟ ତନ୍ମୟ: ଗୋଟିଏ ଟେଷ୍ଟରେ ୧୪ ଉଇକେଟ ନେଇ ରଚିଲେ ଇତିହାସ

ଅହମ୍ମଦାବାଦ,୯।୧୦: କ୍ରିକେଟ ପଡ଼ିଆରେ ଭାରତୀୟ ଯୁବ ସ୍ପିନର ତନ୍ମୟ ବଲୋଦାଙ୍କ କମାଲ। ଅଷ୍ଟ୍ରେଲିଆର ଅଣ୍ଡର-୧୯ ଦଳ ବିପକ୍ଷରେ ଦ୍ୱିତୀୟ ଅନୌପଚାରିକ ଟେଷ୍ଟ ମ୍ୟାଚ୍‌ରେ ନିଜର ଘାତକ ବୋଲିଂରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?