ଦାରିଙ୍ଗବାଡ଼ିକୁ ବିଳମ୍ବରେ ଆସିଲା ଶୀତ: ଖସୁଛି ପାରଦ, ଘନ କୁହୁଡ଼ି ଯୋଗୁଁ ଯାତାୟାତ ବାଧାପ୍ରାପ୍ତ

ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): ‘ଓଡ଼ିଶାର କାଶ୍ମୀର’ ଭାବେ ପରିଚିତ ଦାରିଙ୍ଗବାଡ଼ିରେ ଚଳିତ ବର୍ଷ ଶୀତ ଆସିବାରେ ବିଳମ୍ବ ହୋଇଥିବା ବେଳେ ଗତ ଦୁଇ ଦିନ ହେବ ତାପମାତ୍ରା ଧୀରେ ଧୀରେ ଖସିବାରେ ଲାଗିଛି। ଫଳରେ ସହରରେ ଶୀତର ପ୍ରକୋପ ବଢ଼ିବାରେ ଲାଗିଛି।

ଘର ଭିତର ଅପେକ୍ଷା ବାହାର ପରିବେଶରେ ଶୀତ ଅଧିକ ଅନୁଭୂତ ହେଉଛି। ଥଣ୍ଡା ପବନ ଯୋଗୁଁ ବିନା ଶୀତବସ୍ତ୍ରରେ ବାଇକ୍ କିମ୍ବା ଖୋଲା ଯାନରେ ଯାତାୟାତ କଲେ ଶରୀର ଥରିବାର ଦୃଶ୍ୟ ଦେଖିବାକୁ ମିଳୁଛି। ପାଣି ମଧ୍ୟ ଜାଡ଼ ହେବାରେ ଲାଗିଛି।

ବିଳମ୍ବିତ ରାତିରୁ ହିଁ ଘନ କୁହୁଡ଼ି ଆରମ୍ଭ ହୋଇ ସକାଳ ୮ଟା ପର୍ଯ୍ୟନ୍ତ ସାରା ଅଞ୍ଚଳକୁ ଆଚ୍ଛାଦିତ କରି ରଖୁଛି। ଏହି ସମୟରେ ଶୀତର ମାତ୍ରା ଦ୍ୱିଗୁଣିତ ହେଉଥିବାରୁ ଗାଡ଼ି ଚଳାଚଳରେ ବାଧାପ୍ରାପ୍ତ ହେଉଛି।

ସନ୍ଧ୍ୟା ଏବଂ ସକାଳ ସମୟରେ ଶୀତରୁ ରକ୍ଷା ପାଇ ଟିକିଏ ଉଷୁମ ହେବା ପାଇଁ ଲୋକମାନେ ବିଭିନ୍ନ ସ୍ଥାନରେ ନିଆଁ ଲଗାଇ ବସୁଥିବା ଦେଖାଯାଉଛି। ଏହା ସହିତ ଚାହା ଦୋକାନରେ ଚା’ ଖଟି ମଧ୍ୟ ବୃଦ୍ଧି ପାଇଛି। ଶୀତ ବଢ଼ିବା ସହ ଦାରିଙ୍ଗବାଡ଼ିର ମଜା ନେବା ପାଇଁ ପର୍ଯ୍ୟଟକମାନଙ୍କ ଭିଡ଼ ମଧ୍ୟ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଘର କବାଟ ଖୋଲୁଖୋଲୁ ଚୋଟ ମାରିଲା ବିଷଧର ସାପ, ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରାପଦର ପଞ୍ଚାୟତ ଭୁଡୁକି ଗ୍ରାମର ଏ.ବାଉରୀ ପାତ୍ରଙ୍କ ସ୍ତ୍ରୀ ଏ.ସାଇଆମ୍ମା ପାତ୍ର(୭୦) ନାମ୍ନୀ ବୃଦ୍ଧା ବୁଧବାର ଅପରାହ୍ନରେ…

ତାତିଲେ ଚାଷୀ, ୧୦ରେ ଜେଲଭରୋ ଆନ୍ଦୋଳନ: ଚାଷ, ଚାଷୀ ସମସ୍ୟା ଅସମାହିତ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। କିନ୍ତୁ ଏଠାରେ ଚାଷ ଓ…

ତାବରସାହି ଜଙ୍ଗଲରୁ ୨୫ ଲକ୍ଷର ଗଞ୍ଜେଇ ଜବତ, ଗୋଡ଼ାଇ ଗୋଡ଼ାଇ ବାନ୍ଧିଲା ପୋଲିସ

ମୋହନା,୫ା୮(ମନ୍ମଥ ମିଶ୍ର): ଗଜପତି ଜିଲା ରା.ଉଦୟଗିରି ଥାନା ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲାର ପର୍ଦ୍ଦାଫାଶ କରିଛି । ୨୫୧ କିଲୋଗ୍ରାମ ୨୦୦ ଗ୍ରାମ…

ଯୋଗ୍ୟ ଶିକ୍ଷାନୁଷ୍ଠାନକୁ ଅନୁଦାନ ପ୍ରଦାନ ଦିଆଯାଉ, ଭଞ୍ଜନଗର ବିଧାୟକଙ୍କୁ ଦାବିପତ୍ର

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଓଡିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି, ଭଞ୍ଜନଗର ବ୍ଲକ ତରଫରୁ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ଭଞ୍ଜନଗର ବିଧାୟକ…

ବନ୍ୟା କ୍ଷୟକ୍ଷତି ଆକଳନ କଲେ ମନ୍ତ୍ରୀ, ପ୍ରଭାବିତ ଅଞ୍ଚଳରେ ହେବ…

କେନ୍ଦୁଝର,୫ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ ବୁଧବାର କେନ୍ଦୁଝର ସର୍କିଟ ହାଉସ୍‌ଠାରେ ବନ୍ୟା ଦ୍ୱାରା ହୋଇଥିବା…

ବ୍ଲକଗ୍ରାଣ୍ଟ ଶିକ୍ଷକଙ୍କ ଧାରଣା

କୃଷ୍ଣପ୍ରସାଦ, ୫।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ବିଭିନ୍ନ ଦାବି ନେଇ ବ୍ଲକଗ୍ରାଣ୍ଟ ଶିକ୍ଷକମାନେ ରାଜରାସ୍ତାକୁ ଓହ୍ଲାଇ ଆସୁଛନ୍ତି। ପୂର୍ବରୁ ବିଧାନସଭା ସମ୍ମୁଖରେ ଶିକ୍ଷୟିତ୍ରୀମାନେ ମାଣବସା ଗୁରୁବାର…

୨୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ RTOର ୨ କର୍ମଚାରୀ, ବାନ୍ଧିଲା ଭିଜିଲାନ୍ସ

ରାଉରକେଲା,୫ା୮(ସଙ୍ଗୀତା ଜେନା) : ଭିଜିଲାନ୍ସ ଜାଲରେ ରାଉରକେଲା RTOର ୨ କର୍ମଚାରୀ । ବ୍ୟାଙ୍କ ଦ୍ୱାରା ନିଲାମ ହୋଇଥିବା ଦୁଇଟି ଟ୍ରକ୍‌ର ନୂତନ ପଞ୍ଜୀକରଣ ପ୍ରମାଣପତ୍ର (ଏଫ୍‌ଆର୍‌ସି)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri