ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା ଶୀତ ମହୋତ୍ସବ କମିଟିର ସମ୍ପାଦକ ପ୍ରୀତି ରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ କମିଟିର କୋଷଧ୍ୟକ୍ଷ ତଥା ତହସିଲଦାର ଧୀରଜ ପାତ୍ର, ସହକାରୀ ନିର୍ବାହୀ ଯନ୍ତ୍ରୀ ସଞ୍ଜୟ ରଥ ପ୍ରମୁଖ ମଞ୍ଚାସିନ ରହି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଓ ନିଷ୍ପତି ଗ୍ରହଣ କରିଥିଲେ।

ଶୀତ ମହୋତ୍ସବ ଆସନ୍ତା ଜାନୁଆରୀ ୮ ରୁ ୧୧ ପର୍ଯ୍ୟନ୍ତ ୪ ଦିନ ଧରି ବଡ଼ ଧରଣର ଓ ଉତ୍ସବ ମୁଖର ଭାବେ ପାଳନ କରାଯିବ। ଦୈନିକ ହଜାର ହଜାର ଦର୍ଶକ, ପର୍ଯ୍ୟଟକ ଦାରିଙ୍ଗବାଡିରେ ସେହି ସମୟରେ ଭିଡ଼ ହେବାକୁ ରହିଥିବାରୁ ପୋଲିସ ପ୍ରଶାସନ ଏହାକୁ ସମ୍ପୂର୍ଣ୍ଣ ଶାନ୍ତି ପୂର୍ଣ୍ଣ ଭାବେ ତଦାରଖ କରି ଲୋକଙ୍କୁ ଯାତାୟାତ ଓ ଶୀତ ମହୋତ୍ସବ ପଡିଆରେ ସମସ୍ତ ସୁରକ୍ଷା ଯୋଗାଇଦେବାକୁ ଆଲୋଚନା ହୋଇଥିଲା। ପ୍ରତିଦିନ ସାଂସ୍କୃତିକ କାର୍ଯ୍ୟକ୍ରମରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ମେଲୋଡି, ଲୋକନୃତ୍ୟ, ଓଡିଶୀ, ସମ୍ବଲପୁରୀ ନୃତ୍ୟ ଆଦି କରାଯିବା ଓ କବିତା ସହ ସାହିତ୍ୟ ଆଲୋଚନା ଆଦି ଆଲୋଚନା ଚକ୍ର ଆଦି କରାଯିବ ସେହିପରି ଏହି କାର୍ଯ୍ୟକ୍ରମକୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେବା କାର୍ଯ୍ୟକ୍ରମ ରହିଥିବା ବେଳେ ବିଭିନ୍ନ ବିଭାଗର ମନ୍ତ୍ରୀଙ୍କ ଯୋଗଦାନ ସମ୍ଭାବନା ରହିଥିବାରୁ ମହୋତ୍ସବଟି ଆହୁରି ଆଦୃତ ଓ ଲୋକାଭିମୁଖୀ ହୋଇପାରିବ ବୋଲି ବୈଠକରେ କୁହାଯାଇଥିଲା। ମହୋତ୍ସବକୁ ସୁପରିଚାଳନା ପାଇଁ ବିଭିନ୍ନ ଉପ କମିଟି ଗଠନ କରାଯାଇ ଦାୟିତ୍ୱ ବଣ୍ଟନ କରାଯାଇଥିଲା। କମିଟିରେ ରହିଥିବା ସମସ୍ତ ସଦସ୍ୟ ସଠିକ ଭାବେ ନିଜର ଦାୟିତ୍ୱ ସମ୍ପର୍ଣ୍ଣ କରିବାକୁ କୁହାଯାଇଥିଲା। ମହୋତ୍ସବ କିଭଳି ସଫଳତାର ସହ ସମ୍ପୂର୍ଣ୍ଣ ହୋଇ ପାରିବେ ସେନେଇ ଆଲୋଚନା ହୋଇଥିଲା। ବୈଠକରେ ବଣିକସଙ୍ଘ, ହୋଟେଲ ସଙ୍ଘ ସମେତ ବିଭିନ୍ନ ଅନୁଷ୍ଠାନ ର କର୍ମକର୍ତ୍ତା ବିଭିନ୍ନ ଦଳୀୟ କର୍ମକର୍ତ୍ତା ଙ୍କ ସମେତ ଗ୍ରାମବାସୀ ଯୋଗଦେଇଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବିହାରରେ ଅସଦାଚରଣ! ବାଇକରେ ଯାଉଥିବା ନାବାଳିକା ଛାତ୍ରୀଙ୍କୁ ବ୍ୟାଡ ଟଚ୍‌; ଭିଡିଓ ଭାଇରାଲ

ପାଟନା,୨୧।୯: ବିହାରର ଜାମୁଇ ଜିଲାରେ ଏକ ରାସ୍ତା ଉପରେ ଜଣେ ନାବାଳିକା ଛାତ୍ରୀଙ୍କୁ ହଇରାଣ-ହରକତ ଓ ଅଶାଳୀନ ବ୍ୟବହାର କରାଯିବା ଏବଂ ତାଙ୍କ ସହ ଜଣେ ନାବାଳକ…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ସମଗ୍ର ପୃଥିବୀରେ କୋଣାର୍କ ସର୍ବାପେକ୍ଷା ଅଧିକ ଅଳଂକୃତ ମନ୍ଦିର

ଉପରେ ଯେଉଁ ଶୀର୍ଷକ ବ୍ୟବହାର କରିଛୁ, ତାହା ଫର୍ଗୁସନ୍‌ଙ୍କ ମତ। ସେ ମଧ୍ୟ ଶ୍ରୀପଦ୍ମକେଶର ମନ୍ଦିର ଶବ୍ଦ ବ୍ୟବହାର କରିନାହାନ୍ତି। ଜଣେ ଭାରତୀୟ ମନମୋହନ ଗାଙ୍ଗୁଲି ମଧ୍ୟ…

ନିଜ ନାଗରିକଙ୍କ ପାଇଁ ଆଡଭାଇଜରୀ ଜାରି କଲା ଆମେରିକା; ମଧ୍ୟ-ପୂର୍ବରେ ପରିସ୍ଥିତି ଜଟିଳ ହେବାର ଆଶଙ୍କା

ଓ୍ବାଶିଂଟନ,୨୧।୯: ଆମେରିକା ନିଜ ନାଗରିକମାନଙ୍କ ପାଇଁ ଏକ ନୂତନ ଆଡଭାଇଜରୀ ଜାରି କରି ଇରାନ ଗସ୍ତ ନ କରିବାକୁ ଅନୁରୋଧ କରିଛି। ଏଥିରେ ଆମେରିକୀୟ ନାଗରିକମାନଙ୍କୁ ଯେକୌଣସି…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

ବଡ଼ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୧।୯: କାନାଡାରେ ଫ୍ଲାଇଟ୍ ଟ୍ରେନିଂ ସମୟରେ ବିମାନ ଦୁର୍ଘଟଣା ହୋଇଛି । ଏଥିରେ ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ତାମିଲନାଡୁର ମନୋଜ…

୭୮ ଘରୋଇ ହସ୍ପିଟାଲରୁ କଟିଯିବ ଆୟୁଷ୍ମାନ, ନାମ ଗୋପନ ରଖି କର୍ତ୍ତୃପକ୍ଷ କହିଲେ ସରକାର ଯେତେବେଳେ…

ଭୁବନେଶ୍ୱର,୨୧।୯(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଓଡ଼ିଶା ଡେଭଲପ୍‌ମେଣ୍ଟ ଅଥରିଟି(ଓଡିଏ)ଆକ୍ଟକୁ ନେଇ ଜୋରଦାର ଖୋଳତାଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବିଏମ୍‌ସି ପକ୍ଷରୁ ୭,୩୦୦ ବେଆଇନ…

ପାଟଣା-ସାହାରପଡ଼ା ବ୍ଲକ ବିଜେଡିର ନୂଆ କର୍ମକର୍ତ୍ତା ନିଯୁକ୍ତ, ରଞ୍ଜନ-ମଧବାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେଡି

ପାଟଣା,୨୧ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଅଧୀନ ପାଟଣା ଓ ସାହାରପଡ଼ା ବ୍ଲକ ବିଜେଡିର କାର୍ଯ୍ୟକାରୀ କମିଟିକୁ ଗତ ଶନିବାର ଦଳର ବରିଷ୍ଠ ଉପସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?